ଜୁନାଗଡ଼ ବ୍ଲକ୍ PEO ସଂଘର ସାଧାରଣ ପରିଷଦ ବୈଠକ: ପୁନର୍ବାର ସଭାପତି ଭାବେ ଆକାଶ ସାହୁ ମନୋନୀତ

ଜୁନାଗଡ଼,୨୯।୯ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (PEO) ସଂଘର ସାଧାରଣ ପରିଷଦ ବୈଠକ ଓ ନୂତନ କର୍ମକର୍ତ୍ତା ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ସଂଘ ସଭାପତି ଆକାଶ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବ୍ଲକର ୩୪ଟି ପଞ୍ଚାୟତରେ କାର୍ଯ୍ୟରତ PEOମାନେ ଯୋଗଦେଇ ସଂଘର ବିଭିନ୍ନ ଦିଗ ଓ ଆଗାମୀ କାର୍ଯ୍ୟପନ୍ଥା ଉପରେ ବିସ୍ତୃତ ଆଲୋଚନା କରିଥିଲେ।

ଆଲୋଚନା ପରେ ସମସ୍ତଙ୍କ ସର୍ବସମ୍ମତି କ୍ରମେ ସଂଘର ନୂତନ କର୍ମକର୍ତ୍ତା କମିଟି ଗଠନ କରାଯାଇଥିଲା। ଏଥିରେ ନୂତନ ସଭାପତି ଭାବେ ପୁଣି ଥରେ ଆକାଶ କୁମାର ମନୋନୀତ ହୋଇଥିବା ବେଳେ ଉପ-ସଭାପତି ଭାବେ ଅବିନାଶ ତ୍ରିପାଠୀ, ସାଧାରଣ ସମ୍ପାଦକ ଭାବେ କୃଷ୍ଣଚନ୍ଦ୍ର ଦାଶ, କୋଷାଧ୍ୟକ୍ଷ ଭାବେ ମୃତ୍ୟୁଞ୍ଜୟ ମୁଣ୍ଡ ଏବଂ ସହ-ସାଧାରଣ ସମ୍ପାଦକ ଭାବେ ନୀଳମଣି ନାଏକ ନିର୍ବାଚିତ ହୋଇଛନ୍ତି।

ଏହା ବ୍ୟତୀତ ଗଣମାଧ୍ୟମ ସଂଯୋଜକ ଭାବେ ରମେଶ କୁମାର ମେହେର, ଗୋବର୍ଦ୍ଧନ ମଶ୍ରା, ଆଦିତ୍ୟ କୁମାର ସାହୁ, ରସିକ କୁମାର ସାହୁ ଓ ସଞ୍ଜୟ କୁମାର ପ୍ରଧାନଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ ଉପଦେଷ୍ଟା କମିଟି ସଦସ୍ୟ ଭାବେ ନରେନ୍ଦ୍ର ରାଉତ, ବିନୋଦ ବିହାରୀ ସାହୁ, ମୁକୁନ୍ଦ ଦୋରା, ଶୁଭଶ୍ରୀ ପାଣିଗ୍ରାହୀ ଓ ସଦାଶିବ ମହାରଣା ମନୋନୀତ ହୋଇଛନ୍ତି।

ନୂତନ କମିଟି ଗଠନ ପରେ ସମସ୍ତ ସଦସ୍ୟ ନବନିର୍ବାଚିତ କର୍ମକର୍ତ୍ତାମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏହି ଅବସରରେ ନବନିର୍ବାଚିତ ସଭାପତି ସାହୁ କହିଛନ୍ତି ଯେ ସଂଘର ଏକତାକୁ ବଜାୟ ରଖି ସମସ୍ତ PEOଙ୍କ ହକ୍ ପାଇଁ ସଂଘ ଲଢ଼େଇ ଜାରି ରଖିବ ଏବଂ ବ୍ଲକ୍ ପ୍ରଶାସନ ସହ ଉତ୍ତମ ସମନ୍ୱୟ ରଖି ପଞ୍ଚାୟତଗୁଡ଼ିକର ବିକାଶ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରାଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ବିଦ୍ୟାଳୟ ପରିଦର୍ଶନ କଲେ ସରପଞ୍ଚ: ମୁଖ୍ୟ ଫାଟକ ନିର୍ମାଣ ପାଇଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡ଼ି,୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ରାପଡ଼ାବାଡ଼ି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସମସ୍ୟାର ସମାଧାନ ପାଇଁ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ଗଞ୍ଜାମ ଭାଜପାର ନୂଆ କର୍ମକର୍ତ୍ତା ଘୋଷଣା: ସରୋଜ ଦାସ ଜିଲା ଉପସଭାପତି, ଦୀପକ ବେହେରା…

ଛତ୍ରପୁର,୨୯।୯(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି (ଭାଜପା) ଗଞ୍ଜାମ ଜିଲା ସଭାପତି ସରୋଜ ସାବତ ଏବଂ ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ସଭାପତି ବାଇଧର ମଲ୍ଲିକଙ୍କ ଅନୁମୋଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?