Posted inଜାତୀୟ

ଜୁନୈଦ-ନାସିରଙ୍କ ପରିବାରକୁ ଏଆଇଏମଆଇଏମ ଦେବ ଦେଢ ଦେଢ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୯ ।୩: ଅସଦୁଦ୍ଦିନ ଓୱାଇସିଙ୍କ ଦଳ ଅଲ ଇଣ୍ଡିଆ ମଜଲିସ-ଏ-ଇନ୍ତେହାଦୁଲ ମୁସଲିମ ରାଜସ୍ଥାନର ଜୁନୈଦ ଓ ନାସିରଙ୍କ ପରିବାରକୁ ଦେଢ ଦେଢ ଲକ୍ଷ ଟଙ୍କାର ସହାୟତା ଦେବାକୁ ଘୋଷଣା କରିଛି । ଜୁନୈଦ ଓ ନାସିରଙ୍କୁ ହରିୟାଣାରେ ଗୋ ରକ୍ଷକମାନେ ହତ୍ୟା କରିଥିଲେ । ଉଭୟଙ୍କ ମୃତ ଶରୀର ଭିବାନି ନିକଟରେ ଏକ ଗାଡିରେ ଜଳିଯାଇଥିବା ଅବସ୍ଥାରେ ମିଳିଥିଲା ।
ଏହାସହ ଏଆଇଏମଆଇଏମ ତେଲେଙ୍ଗାନାର ମେଦକରେ ପୋଲିସ କଷ୍ଟଡିରେ ଟର୍ଚର ହୋଇ ମୃତ୍ୟୁ ବରଣ କରିଥିବା ଖଦିର ଖାଁଙ୍କ ବିଧବା ପତ୍ନୀଙ୍କୁ ବି ଦେଢ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛି ।

ସୂଚନାଯୋଗ୍ୟ, ରାଜସ୍ଥାନ ଭରତପୁରର ବାସିନ୍ଦା ଜୁନୈଦ ଓ ନାସିରଙ୍କ ଜଳିଯାଇଥିବା ମୃତ ଶରୀର ଗତ ଫେବୃୟାରୀ ୧୬ରେ ହରିୟାଣାର ଭିବାନିରେ ଏକ ବୋଲେରୋ ଗାଡିରୁ ମିଳିଥିଲା । ଏହି ମାମଲାରେ ପୋଲିସ ଜଣେ ନାମୀ ଅଭିଯୁକ୍ତ ରିଙ୍କୁ ସୈନିଙ୍କୁ ଗିରଫ କରିଥିଲା । ରିଙ୍କୁ୍‌ଙ୍କୁ ପଚରାଉଚରା ପରେ ଅନ୍ୟ ୮ ଜଣ ଅଭିଯୁକ୍ତଙ୍କ୍‌ୁ ଚିହ୍ନଟ କରାଯାଇଥିଲା । ପୋଲିସର ୫ଟି ଟିମ ଗଠନ କରାଯାଇ ଏମାନଙ୍କୁ ଧରିବାକୁ ପ୍ରୟାସ କରାଯାଉଛି । ପୋଲିସ ଅଭିଯୁକ୍ତଙ୍କ ବିରୋଧରେ ୫-୫ ହଜାର ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛି ।
୧୫ ଫେବୃୟାରୀରେ ନାସିର ଓ ଜୁନୈଦ ନିଖୋଜ ଥିବା ରିପୋର୍ଟ ଦିଆଯାଇଥିଲା । ଏହାର ଠିକ୍ ପରଦିନ ହରିୟାଣାର ଭିବାନିରେ ତାଙ୍କର ଜଳି ଯାଇଥିବା ଗାଡି ଓ ଗାଡି ଭିତରେ ଜଳିଯାଇଥିବା ଅବସ୍ଥାରେ ଦୁଇଟି କଙ୍କାଳ ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

‘କ୍ରିକେଟ ପାଗଳ’: ବିନା ଭାରତ ମ୍ୟାଚ୍‌ରେ ବି ଷ୍ଟାଡିୟମ୍ ଫୁଲ୍

ଚେନ୍ନାଇ,୮ା୨: ଭାରତୀୟମାନେ ହେଉଛନ୍ତି କ୍ରିକେଟ ପ୍ରେମୀ। ଯାହା ଏବେ ପୁଣିଥରେ ଟି-୨୦ ବିଶ୍ୱକପରେ ପ୍ରମାଣିତ ହୋଇଛି। ଚାଲିଥିବା ଟି-୨୦ ବିଶ୍ୱକପ୍‌କୁ ନେଇ ଉଠୁଥିବା ସମସ୍ତ ଆଶଙ୍କାକୁ ଭୁଲ୍…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri