ଜୁନ୍‌ ୧୨ରେ ବିଓଆଇର ସମ୍‌ଝୋତା ଦିବସ

ଭୁବନେଶ୍ୱର, ୮।୬: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ସମ୍‌ଝୋତା ଦିବସ’ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଦେଶବ୍ୟାପୀ ବିଓଆଇର ସମସ୍ତ ଶାଖା, ଅଞ୍ଚଳ ଏବଂ ଏଫ୍‌ଜିଏମ୍‌ଓରେ ଏକକାଳୀନ ସମାଧାନ (ଓଟିଏସ୍‌) କାର୍ଯ୍ୟକ୍ରମ ମାଧ୍ୟମରେ ଋଣଗ୍ରହୀତାମାନଙ୍କର ଏନ୍‌ପିଏ ଆକାଉଣ୍ଟଗୁଡିକର ଫଇସଲା କରିବା ନିମନ୍ତେ ୨୦୨୪ ଜୁନ୍‌ ୧୨ରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ସମ୍‌ଝୋତା ଦିବସ’ ଆୟୋଜନ କରିବାକୁ ଯାଉଛି। ଅପରପକ୍ଷରେ ଏହି ଦିବସ ବିଶେଷ ଭାବେ ସେହି ଋଣଗ୍ରହୀତାମାନଙ୍କ ପାଇଁ ଆୟୋଜନ କରାଯାଉଛି, ଯେଉଁମାନେ ବ୍ୟବସାୟ/ଚିକିତ୍ସା କିମ୍ବା ଅନ୍ୟ କୌଣସି ଅସୁବିଧା ପାଇଁ ଠିକ୍‌ ସମୟରେ ସେମାନଙ୍କ ଋଣ ପରିଶୋଧକରି ପାରିନାହାନ୍ତି। ଏପରିକି ବ୍ୟାଙ୍କ ପାଖରେ ସ୍ବଳ୍ପ ମୂଲ୍ୟ ଖାତା ଓ ମଧ୍ୟମ ଆକାର ଖାତାର ଫଇସଲା ପାଇଁ ସ୍ବତନ୍ତ୍ର ଏକକାଳୀନ ସମାଧାନ ଯୋଜନାର ସୁବିଧା ଦିଆଯାଉଛି। ଯେଉଁଥିରେ ଏନ୍‌ପିଏ ଋଣଗ୍ରହୀତାମାନଙ୍କୁ ସ୍ବତନ୍ତ୍ର ଏବଂ ଉତ୍ତମ ରିହାତି ପ୍ରଦାନ କରାଯାଉଛି। ବ୍ୟାଙ୍କ ପକ୍ଷରୁ ଏନ୍‌ପିଏ ଆକାଉଣ୍ଟ ଥିବା ଋଣଗ୍ରହୀତାମାନଙ୍କୁ ଏହି ସୁବର୍ଣ୍ଣ ସୁଯୋଗର ଲାଭ ଉଠାଇବା ସହ ସେମାନଙ୍କ ଏନ୍‌ପିଏ ଆକାଉଣ୍ଟଗୁଡିକର ଫଇସଲା କରିବା ନିମନ୍ତେ ଆହ୍ବାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri