ଜୁନ୍‌ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା

ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍‌ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି ପ୍ରସ୍ତୁତି କାର୍ଯ୍ୟରେ ବ୍ୟସ୍ତ ହୋଇପଡ଼ନ୍ତି। ମାତ୍ର ଚଳିତବର୍ଷ ଜୁନ୍‌ ସରିବାକୁ ବସିଥିବାବେଳେ ନା ଲଘୁଚାପଜନିତ ବର୍ଷା ହୋଇଛି, ନା ମୌସୁମୀ ବର୍ଷାର ସେଭଳି ପ୍ରଭାବ ଦେଖିବାକୁ ମିଳିଛି। ଫଳରେ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ ଚାଷ କାର୍ଯ୍ୟ ଗୁରୁତର ଭାବେ ବିଳମ୍ବିତ ହୋଇଥିବା ବେଳେ ଚାଷୀମାନଙ୍କ ମଧ୍ୟରେ ମରୁଡ଼ି ଆଶଙ୍କା ବଢ଼ିଛି। ବୀରମହାରାଜପୁର କୃଷି ପ୍ରଧାନ ଅଞ୍ଚଳ ହୋଇଥିବାବେଳେ ଏଠାରେ ପ୍ରାୟତଃ ଧାନଚାଷ ଉପରେ ଚାଷୀମାନେ ନିର୍ଭରଶୀଳ। ତେବେ ଅଞ୍ଚଳରେ ପର୍ଯ୍ୟାପ୍ତ ଜଳସେଚନ ବ୍ୟବସ୍ଥା ନ ଥିବାରୁ ଚାଷୀମାନେ ମୁଖ୍ୟତଃ ଲଘୁଚାପ ଓ ମୌସୁମୀ ବର୍ଷାକୁ ଭରସାକରି ଚାଷ କରିଥାନ୍ତି। ହରିହର ଯୋର ଉପରେ ନିର୍ମିତ ଠେଙ୍ଗୋ ଡ୍ୟାମ ମଧ୍ୟମ ଜଳସେଚନ ପ୍ରକଳ୍ପ ଥିଲେ ମଧ୍ୟ ଏହାର ସୁବିଧା ତହସିଲର ଅତି କମ୍‌ ଅଞ୍ଚଳକୁ ମିଳୁଛି। ବର୍ଷାର ଅଭାବ ଯୋଗୁ ଅଧିକାଂଶ ଜମିରେ ଏପର୍ଯ୍ୟନ୍ତ ହଳ ହୋଇ ନ ଥିବା ବେଳେ ଧାନ ତଳି ପ୍ରସ୍ତୁତି ମଧ୍ୟ ପ୍ରଭାବିତ ହୋଇଛି। ଚାଷ ଋତୁର ଗୁରୁତ୍ୱପୂର୍ଣ୍ଣ ସମୟ ଅତିକ୍ରମ ହେଉଥିବାରୁ ଚାଷୀମାନେ ଚିନ୍ତାରେ ପଡ଼ିଛନ୍ତି।
ଅନ୍ୟପକ୍ଷରେ ପାଣିପାଗ ବିଶେଷଜ୍ଞମାନଙ୍କ ମତାନୁସାରେ, ଚଳିତବର୍ଷ ଏଲ୍‌ ନିନୋ ପ୍ରଭାବ ଯୋଗୁ ସ୍ବାଭାବିକ ତୁଳନାରେ କମ୍‌ ବର୍ଷା ହେବା ସମ୍ଭାବନା ରହିଛି। ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଅଞ୍ଚଳରେ ଜୁନ୍‌ରେ ସାଧାରଣତଃ ୧୫୦ରୁ ୨୦୦ ମିଲିମିଟର ବର୍ଷା ହେବା କଥା। କିନ୍ତୁ ଏ ପର୍ଯ୍ୟନ୍ତ ହୋଇ ନ ଥିବାରୁ ଚାଷ କାର୍ଯ୍ୟ ବିଳମ୍ବ ହେଉଛି। ୧୫୦ ମି.ମି.ରୁ ଅଧିକ ବର୍ଷା ହେଲେ ଧାନ ବୁଣା ଓ ତଳି ପ୍ରସ୍ତୁତି ପାଇଁ ଅନୁକୂଳ ପରିସ୍ଥିତି ସୃଷ୍ଟି ହୁଏ।
ଜୁନ୍‌ ଶେଷ ସୁଦ୍ଧା ବର୍ଷାର ପରିମାଣ ବହୁ କମ୍‌ ରହିଲେ ଖରିଫ ଚାଷ ବିଳମ୍ବିତ ହୋଇଥାଏ। ଅମରପାଲି ଗ୍ରାମର ଚାଷୀ ବିମ୍ବାଧର ସାହୁ କହିଛନ୍ତି, ଚଳିତବର୍ଷ ବର୍ଷା ନ ହେବା ଯୋଗୁ ଚାଷ କାମ ଏଯାଏ ଆରମ୍ଭ ହୋଇପାରିନାହିଁ। ସେହିପରି ପିତାମହୁଲ ଗ୍ରାମର ଯୁବଚାଷୀ ଦିବ୍ୟଲୋଚନ ଗଡୁଆ ଚଳିତବର୍ଷର ବର୍ଷାକୁ ଦେଖି ମରୁଡ଼ି ଆଶଙ୍କା କରିଛନ୍ତି। ପାଣିପାଗ ବିଭାଗର ସୂଚନା ଅନୁସାରେ ଜୁନ୍‌ରେ ଏପର୍ଯ୍ୟନ୍ତ କେବଳ ୩ ଦିନ ବର୍ଷା ହୋଇଥିବା ରେକର୍ଡ ହୋଇଛି। କମ୍‌ ପରିମାଣର ବର୍ଷ ହୋଇଥିବାରୁ ଆଗାମୀ ଦିନରେ ମରୁଡ଼ି ପରିସ୍ଥିତି ଦେଖାଦେବା ନେଇ ଚାଷୀମାନଙ୍କ ମଧ୍ୟରେ ଆଶଙ୍କା ବଢ଼ିଛି। ଏଭଳି ପରିସ୍ଥିତିରେ ଚଳିତ ଖରିଫ ଋତୁ ପାଇଁ କୃଷି ବିଭାଗ ପକ୍ଷରୁ ଚାଷୀମାନଙ୍କୁ ବିକଳ୍ପ ଫସଲ, ବିଳମ୍ବିତ ଚାଷ ପଦ୍ଧତି ଏବଂ ଜଳ ସଂରକ୍ଷଣ ସମ୍ପର୍କିତ ବିଶେଷ ପରାମର୍ଶ ପ୍ରଦାନ କରିବାକୁ ଦାବି ହେଉଛି। ଏଥିସହ ଆବଶ୍ୟକ ପଡ଼ିଲେ ସରକାରଙ୍କ ପକ୍ଷରୁ ମରୁଡ଼ି ମୁକାବିଲା ପାଇଁ ପୂର୍ବ ପ୍ରସ୍ତୁତି ନେବାକୁ ଚାଷୀମାନେ ଦାବି କରିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?