ଜଙ୍ଗଲରୁ ବେଆଇନ ଗଞ୍ଜେଇ ଜବତ: ତିନି ଜଣ ଗଞ୍ଜେଇ ମାଫିଆ ଚମ୍ପଟ

ବାଲିଗୁଡା,୪।୭: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ବେଆଇନ ଗଞ୍ଜେଇ ଚାଷ ଓ ଚୋରାଚାଲାଣ ବୃଦ୍ଧି ପାଉଥିବା ବେଳେ ପୋଲିସ ଏ ଦିଗରେ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରିଛି । ପେଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ସହ ଗୁଇନ୍ଦା ସୂଚନା ଆଧାରରେ ବିଭିନ୍ନ ସ୍ଥାନରେ ଚଢ଼ାଉ ମଧ୍ୟ ଜାରି ରଖିଛି । ଏଭଳି ସ୍ଥିତିରେ ବାଲିଗୁଡ଼ା ପୋଲିସକୁ ଆଉ ଏକ ସଫଳତା ମିଳିଛି । ବାଲିଗୁଡ଼ା ଥାନା ସିନ୍ଦ୍ରିଗାଁ ନିକଟସ୍ଥ ଜଙ୍ଗଲରୁ ୩୦୪ କେଜି ୭୦୦ଗ୍ରାମ ବେଆଇନ ଗଞ୍ଜେଇ ଜବତ କରିଛି ପୋଲିସ । ଚୋରାଚାଲାଣ ପାଇଁ ଗଚ୍ଛିତ ରଖାଯାଇଥିବା ବେଳେ ଘଟଣାସ୍ଥଳରେ ଚଢ଼ାଉ କରିଛି ପୋଲିସ । ସେପଟେ ପୋଲିସକୁ ଦେଖି ତିନିଜଣଙ୍କ ଗଞ୍ଜେଇ ମାଫିଆ ଚମ୍ପଟ ମାରିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଉଛି । ଏନେଇ ବାଲିଗୁଡ଼ା ଥାନା କେଶ ନଂ-୧୬୮/୨୦୨୩ ରେ ଏକ ମାମଲା ରୁଜୁ କରି ତଦନ୍ତ ଚାଲିଛି ବୋଲି ଥାନା ଅଧିକାରୀ ବାବାଶଙ୍କର ସରାଫ ପ୍ରକାଶ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri