Posted inଖେଳ

ଜୁନିୟର ବ୍ୟାଡ୍‌ମିଣ୍ଟନ: ତାମିଲନାଡ଼ୁ ଚାମ୍ପିୟନ

ଭୁବନେଶ୍ୱର, ୨୨।୧୨ (କ୍ରୀଡ଼ା ପ୍ରତିନିଧି): କିଟ୍‌ର ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଜାତୀୟ ଜୁନିୟର (୧୯ ବର୍ଷରୁ କମ୍‌) ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ଦଳଗତ ପ୍ରତିଯୋଗିତା ବୁଧବାର ଶେଷ ହୋଇଛି। ଏହାର ଫାଇନାଲରେ ହରିୟାଣାକୁ ହରାଇ ତାମିଲନାଡ଼ୁ ଚାମ୍ପିୟନ ହୋଇଛି। ଉତ୍ତରାଖଣ୍ଡ ଓ ମଣିପୁର ତୃତୀୟ ସ୍ଥାନରେ ରହି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଫାଇନାଲର ବାଳକ ସିଙ୍ଗଲ୍ସରେ ହରିୟାଣାର ମନରାଜ ସିଂ ତାମିଲନାଡ଼ୁର କେ.ଏମ. ନିଧିଙ୍କୁ ୨୧-୧୧, ୨୧-୧୯ରେ ହରାଇଥିବାବେଳେ ବାଳିକା ସିଙ୍ଗଲ୍ସରେ ତାମିଲନାଡ଼ୁର ରକ୍ଷିତା ଶ୍ରୀ ୧୮-୨୧, ୨୧-୧୩, ୨୧-୯ରେ ହରିୟାଣାର ଖରବ ଅନମୋଲଙ୍କୁ ପରାସ୍ତ କରିଛନ୍ତି। ବାଳକ ଡବଲ୍ସରେ ତାମିଲନାଡ଼ୁର ଆୟାପ୍ପାନ ଦେବ ଓ ଆୟାପ୍ପାନ ଧିରେନ ଯୋଡ଼ି ୨୨-୨୦, ୨୧-୧୫ରେ ହରିୟାଣାର ବୁଧଓ୍ବାର ଅନଶୁଲ ଓ ମନରାଜ ସିଂଙ୍କୁ ହରାଇ ଦେଇଛନ୍ତି।

ବାଳିକା ଡବଲ୍ସରେ କିନ୍ତୁ ହରିୟାଣାର ଅନମୋଲ ଖରବ ଓ ତୁର ରିଧି କୌର ଯୋଡ଼ି ତାମିଲନାଡ଼ୁର ବାଲାଜ ଶ୍ରେୟା ଓ ଏନ. ଶ୍ରୀନିଧିଙ୍କୁ ୨୧-୧୮, ୨୨-୨୦ରେ ହରାଇ ମୁକାବିଲାକୁ ୨-୨ କରି ଦେଇଥିଲେ। ନିର୍ଣ୍ଣାୟକ ମିକ୍ସଡ ଡବଲ୍ସରେ ତାମିଲନାଡ଼ୁର ଆର. ଅରୁଲଭୁରୁଗାନ ଓ ଏନ. ଶ୍ରୀନିଧି ଯୋଡ଼ି ବିପକ୍ଷ ଦଳର ବାହାଦୂର ଅନସୁଲ ଓ ତୁର ରିଧି କୌରଙ୍କୁ ୨୧-୧୪, ୧୭-୨୧, ୨୯-୨୭ରେ ହରାଇ ଦେଇଥିଲେ। ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗର ଯୁଗ୍ମ ସଚିବ ଶୁଭ୍ରାଂଶୁ ମିଶ୍ରଙ୍କ ଆବାହକତ୍ୱରେ ଅନୁଷ୍ଠିତ ଉଦ୍‌ଯାପନୀ ଉତ୍ସବରେ ବିଏମ୍‌ସି କମିଶନର ବିଜୟ ଅମୃତ କୁଲାଙ୍ଗେ ମୁଖ୍ୟ ଅତିଥି, କ୍ରୀଡ଼ା ବିଭାଗ ଓଏସ୍‌ଡି ସୋନାଲି ଚାନ୍ଦ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଅଫ୍‌ ଇଣ୍ଡିଆ ଉପସଭାପତି ଏସ. ମୁରଲୀଧରନ, ଯୁଗ୍ମ ସମ୍ପାଦକ ଓମାର ରଶିଦ, କେରଳ ରାଜ୍ୟ ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ପ୍ରତିନିଧି ରାକେଶ ଶେଖର, ବିଡବ୍ଲ୍ୟୁଏଫ୍‌ ରେଫରି ଗିରିଶ ନାଟୁ, ମ୍ୟାଚ ରେଫରି ଉଦୟ ସାନେ, ଆୟୋଜକ କମିଟି ସମ୍ପାଦକ ନିଲେନ କୁମାର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri