Posted inଜାତୀୟ

ଗୁଜରାଟରେ ପୁଣି ପେପର ଲିକ୍‌, ଜୁନିୟର କ୍ଲର୍କ ଭର୍ତ୍ତି ପରୀକ୍ଷା ରଦ୍ଦ

ଗାନ୍ଧୀନଗର,୨୯ ।୧: ଗୁଜରାଟରେ ପୁଣିଥରେ ପେପର ଲିକ୍ ହୋଇଥିବା ଖବର ସାମ୍ନାକୁ ଆସିଛି । ଏହାକୁ ଦୃଷ୍ଟିରେ ରଖି ୨୯ ଜାନୁୟାରୀ ଅର୍ଥାତ୍ ରବିବାର ହେବାକୁ ଥିବା ଜୁନିୟର କ୍ଲର୍କ ଭର୍ତ୍ତି ପରୀକ୍ଷାକୁ ରଦ୍ଦ କରିବାକୁ ପଡିଛି । ଗୁଜରାଟ ପଞ୍ଚାୟତ ସର୍ଭିସ ସିଲେକ୍ସନ ବୋର୍ଡ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ।
ସୂଚନାଯୋଗ୍ୟ, ବଡୋଦରା ପୋଲିସକୁ ବିଳମ୍ବିତ ରାତିରେ ଜଣେ ଯୁବକଙ୍କ ନିକଟରେ ପେପରର କପି ମିଳିଥିଲା । ଯୁବକଙ୍କୁ ଗିରଫ କରାଯାଇଛି । ରବିବାର ସକାଳ ୧୧ଟାରେ ପରୀକ୍ଷା ହେବାକୁ ଥିଲା । ସମସ୍ତ ପରୀକ୍ଷାର୍ଥୀଙ୍କୁ ପରୀକ୍ଷା କେନ୍ଦ୍ରକୁ ନ ଯିବାକୁ ସୂଚନା ଦିଆଯାଇଛି । ଏବେ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ଯେ ପୁଣିଥରେ ପରୀକ୍ଷା କେବେ ହେବ । ପରୀକ୍ଷା ରଦ୍ଦ ହେବା ଫଳରେ ପ୍ରାୟ ୯ ଲକ୍ଷ ୫୩ ହଜାର ଆଶାୟୀଙ୍କ ପରିଶ୍ରମ ବୃଥା ଯାଇଛି ।
କରୋନା ମହାମାରୀ ପରେ ଓ ଗୁଜରାଟ ବିଧାନସଭା ନିର୍ବାଚନ ପରେ ରାଜ୍ୟରେ ସବୁଠାରୁ ବଡ ରିକ୍ୟୁଟମେଣ୍ଟ ପରୀକ୍ଷାର ଆୟୋଜନ କରାଯାଇଥିଲା । ପଞ୍ଚାୟତ ସେବା ଚୟନ ବୋର୍ଡ ପକ୍ଷରୁ ରବିବାର କ୍ଲାସ ୩ ଜୁନିୟର କ୍ଲର୍କରେ ମୋଟ ୧ହଜାର ୧୮୫ ପଦରେ ଭର୍ତ୍ତି ପାଇଁ ପରୀକ୍ଷାର ଆୟୋଜନ କରାଯାଇଥିଲା । ଏଥିପାଇଁ ୯ ଲକ୍ଷ ୫୩ ହଜାରରୁ ଅଧିକ ପରୀକ୍ଷାର୍ଥି ଥିବା ବେଳେ ୨ ହଜାର ୯୯୫ ପରୀକ୍ଷା କେନ୍ଦ୍ରର ଆୟୋଜନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri