୪ ଜଣଙ୍କୁ ବିବାହକରି ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ଗିରଫ

ରାୟଗଡ଼ା ଅଫିସ/ରାୟଗଡ଼ା(ସ୍ବ.ପ୍ର.),୨୧ା୩- ରାୟଗଡ଼ା ଜିଲା କାଶୀପୁର ବ୍ଲକରେ କାର୍ଯ୍ୟରତ ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ଗୋପୀନାଥ କିଷାନ ୪ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ଚତୁର୍ଥ ସ୍ତ୍ରୀ ସୁନୀତା ମାଧିଆ ଓରଫ ସୁନୀତା କିଷାନଙ୍କ ଅଭିଯୋଗ ପ୍ରକାରେ କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ ପରେ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି।
କନିଷ୍ଠ ଯନ୍ତ୍ରୀ କିଶାନଙ୍କ ପ୍ରଥମ ସ୍ତ୍ରୀଙ୍କ ମୃତ୍ୟୁ ପରେ ସୁନ୍ଦରଗଡ଼ରେ ଆଉ ଜଣଙ୍କୁ ବିବାହ କରିଥିଲେ। ତାଙ୍କୁ ଶାରିରୀକ ଓ ମାନସିକ ନିର୍ଯାତନା ଦେବା ପରେ କୌଣସି କାରଣ ନ ଥାଇ ଛାଡି ଦେଇଥିଲେ। ପରେ ଗୋପୀନାଥ ରାଉରକେଲାର ଜଣେ ଯୁବତୀଙ୍କୁ ତୃତୀୟ ବିବାହ କରିଥିଲେ। ତାଙ୍କୁ ମଧ୍ୟ ନିର୍ଯାତନା ଦେଇ ଛାଡ଼ି ଦେଇଥିଲେ। ୨୦୨୨ ଫେବୃୟାରୀ ମାସରେ ଗୋପୀନାଥ ଛତିଶଗଡ଼ର ଚକ୍ରଧର ନଗର ଥାନା ଅଞ୍ଚଳର ସୁନୀତା ମାଧିଆଙ୍କୁ ଝାରସୁଗୁଡ଼ା ଠାରେ ବିବାହ କରିଥିଲେ। ପୂର୍ବରୁ ଅନ୍ୟ ୩ ଜଣଙ୍କୁ ଗୋପୀନାଥ ବିବାହ କରିଥିବା ସୁନୀତା ଜାଣିବା ପରେ ଏ ନେଇ ତାଙ୍କୁ ପଚାରିଥିଲେ। ଏହାପରଠାରୁ ସୁନିତାଙ୍କୁ ସେ ଅଧିକ ଯୌତୁକ ଆଣିବାକୁ କହି ନିର୍ଯାତନା ଦେବା ଆରମ୍ଭ କରି ଦେଇଥିଲେ। ଏଥିରେ ପ୍ରଥମ ସ୍ତ୍ରୀଙ୍କ ମା’ ମଧ୍ୟ ସାମିଲ ଥିଲେ ବୋଲି ସୁନୀତା ଅଭିଯୋଗରେ ଦର୍ଶାଇଛନ୍ତି। ଅଭିଯୋଗ ମିଳିବା ପରେ ରାୟଗଡ଼ା ପୋଲିସ ଘଟଣାର ତଦନ୍ତ କରି କନିଷ୍ଠ ଯନ୍ତ୍ରୀଙ୍କୁ ସାଇପ୍ରିୟା ନଗରସ୍ଥିତ ତାଙ୍କ ଘରୁ ଗିରଫ କରିଥିଲା। ଏ ନେଇ ନଂ.୯୦/୨୩ରେ ମାମଲା ରୁଜୁ କରି ପୋଲିସ ଅଧିକ ତଦନ୍ତ ଚଳାଇଛି। ଘଟଣା ସମ୍ପର୍କରେ ପୂର୍ତ୍ତ ବିଭାଗ ନିର୍ବାାହୀ ଯନ୍ତ୍ରୀଙ୍କୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri