୪ ଜଣଙ୍କୁ ବିବାହକରି ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ଗିରଫ

ରାୟଗଡ଼ା ଅଫିସ/ରାୟଗଡ଼ା(ସ୍ବ.ପ୍ର.),୨୧ା୩- ରାୟଗଡ଼ା ଜିଲା କାଶୀପୁର ବ୍ଲକରେ କାର୍ଯ୍ୟରତ ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ଗୋପୀନାଥ କିଷାନ ୪ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ଚତୁର୍ଥ ସ୍ତ୍ରୀ ସୁନୀତା ମାଧିଆ ଓରଫ ସୁନୀତା କିଷାନଙ୍କ ଅଭିଯୋଗ ପ୍ରକାରେ କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ ପରେ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି।
କନିଷ୍ଠ ଯନ୍ତ୍ରୀ କିଶାନଙ୍କ ପ୍ରଥମ ସ୍ତ୍ରୀଙ୍କ ମୃତ୍ୟୁ ପରେ ସୁନ୍ଦରଗଡ଼ରେ ଆଉ ଜଣଙ୍କୁ ବିବାହ କରିଥିଲେ। ତାଙ୍କୁ ଶାରିରୀକ ଓ ମାନସିକ ନିର୍ଯାତନା ଦେବା ପରେ କୌଣସି କାରଣ ନ ଥାଇ ଛାଡି ଦେଇଥିଲେ। ପରେ ଗୋପୀନାଥ ରାଉରକେଲାର ଜଣେ ଯୁବତୀଙ୍କୁ ତୃତୀୟ ବିବାହ କରିଥିଲେ। ତାଙ୍କୁ ମଧ୍ୟ ନିର୍ଯାତନା ଦେଇ ଛାଡ଼ି ଦେଇଥିଲେ। ୨୦୨୨ ଫେବୃୟାରୀ ମାସରେ ଗୋପୀନାଥ ଛତିଶଗଡ଼ର ଚକ୍ରଧର ନଗର ଥାନା ଅଞ୍ଚଳର ସୁନୀତା ମାଧିଆଙ୍କୁ ଝାରସୁଗୁଡ଼ା ଠାରେ ବିବାହ କରିଥିଲେ। ପୂର୍ବରୁ ଅନ୍ୟ ୩ ଜଣଙ୍କୁ ଗୋପୀନାଥ ବିବାହ କରିଥିବା ସୁନୀତା ଜାଣିବା ପରେ ଏ ନେଇ ତାଙ୍କୁ ପଚାରିଥିଲେ। ଏହାପରଠାରୁ ସୁନିତାଙ୍କୁ ସେ ଅଧିକ ଯୌତୁକ ଆଣିବାକୁ କହି ନିର୍ଯାତନା ଦେବା ଆରମ୍ଭ କରି ଦେଇଥିଲେ। ଏଥିରେ ପ୍ରଥମ ସ୍ତ୍ରୀଙ୍କ ମା’ ମଧ୍ୟ ସାମିଲ ଥିଲେ ବୋଲି ସୁନୀତା ଅଭିଯୋଗରେ ଦର୍ଶାଇଛନ୍ତି। ଅଭିଯୋଗ ମିଳିବା ପରେ ରାୟଗଡ଼ା ପୋଲିସ ଘଟଣାର ତଦନ୍ତ କରି କନିଷ୍ଠ ଯନ୍ତ୍ରୀଙ୍କୁ ସାଇପ୍ରିୟା ନଗରସ୍ଥିତ ତାଙ୍କ ଘରୁ ଗିରଫ କରିଥିଲା। ଏ ନେଇ ନଂ.୯୦/୨୩ରେ ମାମଲା ରୁଜୁ କରି ପୋଲିସ ଅଧିକ ତଦନ୍ତ ଚଳାଇଛି। ଘଟଣା ସମ୍ପର୍କରେ ପୂର୍ତ୍ତ ବିଭାଗ ନିର୍ବାାହୀ ଯନ୍ତ୍ରୀଙ୍କୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri