କନିଷ୍ଠ ଯନ୍ତ୍ରୀ ଆକ୍ରମଣ ମାମଲା: ଛତିଶଗଡ଼ରୁ ଗିରଫ ହେଲେ ମୁଖ୍ୟ ଅଭିଯୁକ୍ତ

ନବରଙ୍ଗପୁର/ତେନ୍ତୁଳିଖୁଣ୍ଟି,୫ା୬(ବି.ପ୍ର./ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକରେ କନିଷ୍ଠ ଯନ୍ତ୍ରୀ ରଜନୀକାନ୍ତ ଭକ୍ତଙ୍କୁ ମାଉଜରରେ ମରଣାନ୍ତକ ଆକ୍ରମଣ ମାମଲାରେ ନବରଙ୍ଗପୁର ପୋଲିସ ଆଉ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ମୁଖ୍ୟ ଅଭିଯୁକ୍ତ ଗୋଲକ ନାୟକ ଓ ତାଙ୍କ ସହଯୋଗୀ ଥବିର ହରିଜନ। ସେମାନଙ୍କ ନିକଟରୁ ୨ ମାଉଜର ଏବଂ ୩ ସ୍ମାର୍ଟଫୋନ୍‌ ଜବତ କରାଯାଇଛି। ଏହାକୁ ମିଶାଇ ଗିରଫଙ୍କ ସଂଖ୍ୟା ୭ରେ ପହଞ୍ଚିଛି।
ନବରଙ୍ଗପୁର ଏସ୍‌ପି ଏସ୍‌. ସୁଶ୍ରୀଙ୍କ ନିର୍ଦ୍ଦେଶ କ୍ରମେ ନବରଙ୍ଗପୁର ଏସ୍‌ଡିପିଓ ଆଦିତ୍ୟ ସେନ୍‌ଙ୍କ ନେତୃତ୍ୱରେ ନବରଙ୍ଗପୁର ଓ ପାପଡ଼ାହାଣ୍ଡିର ଦୁଇଟି ପୋଲିସ ଟିମ୍‌ ଛତିଶଗଡ଼ ଯାଇ ବୈଲାଡିଲାର ବଚେଲି ଅଞ୍ଚଳରୁ ଉଭୟଙ୍କୁ ଗିରଫ କରିଥିଲା। ଅଭିଯୁକ୍ତମାନେ ତେନ୍ତୁଳିଖୁଣ୍ଟି ବ୍ଲକ କଂଗ୍ରା ପଞ୍ଚାୟତ ଅନ୍ତର୍ଗତ ଦୁଃଖୁଗୁଡ଼ା ଗ୍ରାମର ଗୌର ହରିଜନଙ୍କ ଠାରୁ ଏକ ମାଉଜର ଆଣିଥିବାବେଳେ ଅନ୍ୟଟି ନନ୍ଦାହାଣ୍ଡି ବ୍ଲକ ମିରଗାନଗୁଡ଼ା ଗ୍ରାମର ରାଜଦେବ ହରିଜନଙ୍କ ଠାରୁ ଆଣିଥିବା ସ୍ବୀକାର କରିଛନ୍ତି। ଅତିରିକ୍ତ ଏସ୍‌ପି ଜୟକୃଷ୍ଣ ବେହେରା ତେନ୍ତୁଳିଖୁଣ୍ଟି ଥାନାରେ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ଏହି ବନ୍ଧୁକ କାରବାରର ଚେର ବିହାର ପର୍ଯ୍ୟନ୍ତ ଲମ୍ବିଥିବା ପୋଳିସ କହିବା ସହ ବନ୍ଧୁକ କାରବାରରେ ସମ୍ପୃକ୍ତ ସମସ୍ତଙ୍କୁ ଗିରଫ କରାଯିବ ବୋଲି ସେ କହିଛନ୍ତି। ଆବଶ୍ୟକ ହେଲେ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣି ତଦନ୍ତ କରାଯିବ ବୋଲି ଅତିରିକ୍ତ ଏସ୍‌ପି କହିଛନ୍ତି। ପୂର୍ବରୁ ଏହି ମାମଲାରେ ୫ ଜଣଙ୍କୁ ଗିରଫ କରାଯାଇଥିଲା।
ସୂଚନାଯୋଗ୍ୟ ତେନ୍ତୁଳିଖୁଣ୍ଟି ବ୍ଲକରେ ଉନ୍ନୟନ କାର୍ଯ୍ୟ ବିଲକୁ କେନ୍ଦ୍ରକରି ମେ ୨୪ ରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀଙ୍କୁୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ବିଡିଓ ଦୁର୍ଯ୍ୟୋଧନ ଭୋଇ ତେନ୍ତୁଳିଖୁଣ୍ଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri