ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ଭିଜିଲାନ୍ସ ଜାଲାରେ କନିଷ୍ଠଯନ୍ତ୍ରୀ

ଭଦ୍ରକ,୧୪ା୫(ସନାତନ ରାଉତ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଇଞ୍ଜିନିୟର ବିଜୟ କୁମାର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଗୁରୁବାର ଆରଡିଛକସ୍ଥିତ ୩ ମହଲା ଘର ସମେତ ନରିପୁରସ୍ଥିତ କାଡା ଡିଭିଜନ କାର୍ଯ୍ୟାଳୟ ଉପରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।

ଭଦ୍ରକ ଭିଜିଲାନ୍ସ ଡିଏସ୍‌ପି ଦୁଷ୍ମନ୍ତ ନାୟକଙ୍କ ନେତୃତ୍ୱରେ ଭଦ୍ରକ ଓ ବାଲେଶ୍ୱର ଭିଜିଲାନ୍ସ ଟିମ୍‌ ଦ୍ୱାରା ମିଳିତ ଭାବେ ଚଢ଼ାଉ କରାଯାଇଥିବା ବେଳେ ଭୁବନେଶ୍ୱର, କେନ୍ଦୁଝର ଓ ବାଲେଶ୍ୱରରେ ଥିବା ଘରେ ମଧ୍ୟ ଚଢ଼ାଉ ହୋଇଥିବା ସୂଚନା ମିଳିଛି। ଭିଜିଲାନ୍ସ ଟିମ୍‌ ବିଭିନ୍ନ କାଗଜପତ୍ର ସହ ବ୍ୟାଙ୍କ ପାସ୍‌ବୁକ, ଫିକ୍ସଡ୍‌ ଡିପୋଜିଟ୍‌, ଏଲ୍‌ଆଇସି ବଣ୍ଡ, ଜମିପଟ୍ଟା ଆଦି କାଗଜପତ୍ର ଯାଞ୍ଚ କରିଥିବା ଜଣାପଡ଼ିଛି।

ଭଦ୍ରକ ସାମରାଇପୁରରେ ୩୫୦୦ ସ୍କୋୟାର ଫୁଟରେ ୩ ମହଲା କୋଠା, ବାଲେଶ୍ୱର ଜିଲା ବସ୍ତା ନରସିଂହଡିହରେ ୨୬୦୦ ସ୍କୋୟାର ଫୁଟରେ ୨ ମହଲା କୋଠା, ଭୁବନେଶ୍ୱର, ଭଦ୍ରକ, ବସ୍ତା, ଅମର୍ଦ୍ଦା, ରାସଗୋବିନ୍ଦପୁର ଆଦି ସ୍ଥାନରେ ୭ଟି ଦାମୀ ପ୍ଲଟ୍‌, ନଗଦ ୧ ଲକ୍ଷ ୭୩ ହଜାର ୧୮୦ ଟଙ୍କା, ୩୫୦ ଗ୍ରାମର ସୁନା ଅଳଙ୍କାର ଆଦି ସମ୍ପତ୍ତି ତାଙ୍କ ନାମରେ ଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ୨୦୧୯ରୁ ସେ ଭଦ୍ରକରେ କନିଷ୍ଠଯନ୍ତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri