କନିଷ୍ଠ ଶିକ୍ଷକ ପରୀକ୍ଷାଫଳ ପ୍ରକାଶ: ମାସ ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର, ୧୫।୧(ଅସମାପିକା ସାହୁ): କନିଷ୍ଠ ଶିକ୍ଷକ(ସ୍କିମାଟିକ୍‌) ଲିଖିତ ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଓଡ଼ିଶା ପ୍ରାଥମିକ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ୱେବ୍‌ସାଇଟ୍‌ରେ ପରୀକ୍ଷାଫଳ ଉପଲବ୍ଧ ହୋଇଛି। ଫଳ ତାଲିକାରେ କଳା, ବିଜ୍ଞାନ, ତେଲୁଗୁ, ଉର୍ଦ୍ଦୁ ଓ ବଙ୍ଗଳା ଶିକ୍ଷକ ପାଇଁ ମୋଟ ୧୮,୭୮୮ଜଣ ସ୍ଥାନ ପାଇଛନ୍ତି। ବିଭିନ୍ନ ବର୍ଗ ପାଇଁ ସଂରକ୍ଷିତ ସିଟ୍‌ ପୂରଣ ହୋଇ ନ ଥିବାରୁ ସେସବୁ ପଦ ଖାଲି ରହିଥିବା ସୂଚନା ମିଳିଛି।
ସୂଚନାନୁଯାୟୀ, ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ କନିଷ୍ଠ ଶିକ୍ଷକ ପଦ ପାଇଁ ମୋଟ ୯,୯୮୨ଜଣ କୃତିତ୍ୱ ଅର୍ଜନ କରିଛନ୍ତି। ତନ୍ମଧ୍ୟରୁ ବିଜ୍ଞାନରେ ୫,୯୯୬ଜଣ ସ୍ଥାନ ପାଇଥିବାବେଳେ କଳାରେ ୩,୭୯୯, ତେଲୁଗୁରେ ୧୬, ଉର୍ଦ୍ଦୁରେ ୧୫୯ ଏବଂ ବଙ୍ଗଳାରେ ୧୨ଜଣ ସ୍ଥାନ ପାଇଛନ୍ତି। ସେହିପରି ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଶିକ୍ଷକ ପାଇଁ ମୋଟ ୮,୮୦୬ଜଣ କୃତକାର୍ଯ୍ୟ ହୋଇଥିବାବେଳେ ବିଜ୍ଞାନରେ ୫,୦୧୪ଜଣ, କଳାରେ ୩,୭୦୫, ତେଲୁଗୁରେ ୧୧, ଉର୍ଦ୍ଦୁରେ ୨୪ ଏବଂ ବଙ୍ଗଳାରେ ୭ଜଣ କୃତକାର୍ଯ୍ୟ ହୋଇଛନ୍ତି। ଆସନ୍ତା ବୁଧବାର ମଧ୍ୟରେ ଡକ୍ୟୁମେଣ୍ଟ ଭେରିଫିକେଶନ ପ୍ରକ୍ରିୟା ଆରମ୍ଭ କରାଯିବ। ସପ୍ତାହେ ମଧ୍ୟରେ ଏହି ପ୍ରକ୍ରିୟା ସାରିବାକୁ ଲକ୍ଷ୍ୟ ମଧ୍ୟ ଧାର୍ଯ୍ୟ ହୋଇଛି। ଏହାସହ ଚଳିତ ମାସ ଶେଷ ସୁଦ୍ଧା କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରିବାକୁ ସମସ୍ତ ପ୍ରସ୍ତୁତି କରାଯାଇଛି। ନିଯୁକ୍ତି ପାଇଁ ଓସେପା ପୂର୍ବରୁ ପ୍ରସ୍ତୁତି ଚଳାଇଛି। ଇତିମଧ୍ୟରେ ସମସ୍ତ ବ୍ଲକ୍‌ ଶିକ୍ଷା ଅଧିକାରୀ(ବିଇଓ)ମାନେ ପ୍ରାଥମିକତା ଭିତ୍ତିରେ ଶିକ୍ଷକ ଆବଶ୍ୟକ କରୁଥିବା ବିଦ୍ୟାଳୟର ତାଲିକା ପ୍ରଦାନ କରିଛନ୍ତି। ସେହି ତାଲିକା ଭିତ୍ତିରେ ବିଦ୍ୟାଳୟଗୁଡ଼ିକରେ ନିଯୁକ୍ତି ଦିଆଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri