କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଓସେପା ମେରିଟ୍‌ ଲିଷ୍ଟ ଖାରଜ କଲେ ହାଇକୋର୍ଟ

କଟକ,୧୨।୩ (କାର୍ତ୍ତିକ ସାହୁ): ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ବିଚାରପତି ବିରଜା ପ୍ରସନ୍ନ ଶତପଥୀ ମାମଲାର ରାୟ ପ୍ରକାଶ କରି ଓଡ଼ିଶା ସ୍କୁଲ ଏଜୁକେସନ ପ୍ରୋଗ୍ରାମ ଅଥରିଟି (ଓସେପା)ର ମେରିଟ ଲିଷ୍ଟ ଖାରଜ କରିଛନ୍ତି। ଏଥିସହ ନିଯୁକ୍ତି ସର୍ତ୍ତାବଳୀ ଅନୁଯାୟୀ ସାନି ମେରିଟ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ କନିଷ୍ଠ ଶିକ୍ଷକ ନିଯୁକ୍ତି ନିମନ୍ତେ ଅନ୍‌ଲାଇନ୍‌ ଆବେଦନ ପାଇଁ ୨୦୨୩ ସେପ୍ଟେମ୍ବର ୧୦ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଆବେଦନପତ୍ର ଦାଖଲର ଶେଷ ତାରିଖ ଅକ୍ଟୋବର ୧୦ ତାରିଖ ଥିଲା। ଆବେଦନ ପ୍ରକ୍ରିୟା ଶେଷ ପରେ ୨୦୨୪ ଜାନୁୟାରୀ ୧୫ ତାରିଖରେ ଓସେପା ପକ୍ଷରୁ ଡ୍ରାଫ୍ଟ ମେରିଟ ଲିଷ୍ଟ ପ୍ରକାଶ କରାଯାଇଥିଲା। ଏହି ମେଧା ତାଲିକାରେ ପ୍ରକାଶିତ ଆବେଦନକାରୀଙ୍କ ସାର୍ଟିଫିକେଟ ଓ ଅନ୍ୟାନ୍ୟ କାଗଜପତ୍ର ଯାଞ୍ଚ କରାଯିବ ବୋଲି ଓସେପା ପକ୍ଷରୁ ଜାନୁଆରୀ ୧୭ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାଞ୍ଚ କାର୍ଯ୍ୟକ୍ରମ ପାଇଁ ପ୍ରତି ଜିଲାରେ ନିର୍ଦ୍ଧାରିତ ହୋଇଥିବା ସ୍ଥାନ ସମ୍ପର୍କରେ ମଧ୍ୟ ବିଜ୍ଞପ୍ତିରେ ସୂଚନା ଦିଆଯାଇଥିଲା। ହେଲେ ଏହି ମେଧା ତାଲିକା ନିୟମ ଉଲ୍ଲଂଘନ କରି ପ୍ରସ୍ତୁତ କରାଯାଇଥିବା ଓ ଗଣଶିକ୍ଷା ବିଭାଗର ମୂଳ ନିଯୁକ୍ତି ବିଜ୍ଞପ୍ତିରେ ଥିବା ସର୍ତ୍ତାବଳୀକୁ ପାଳନ କରାଯାଇନଥିବା ନେଇ ଅଭିଯୋଗ ହୋଇଥିଲା। ଏହାଦ୍ୱାରା ବହୁ ଯୋଗ୍ୟ ପ୍ରାର୍ଥୀ ନିଯୁକ୍ତି ପ୍ରକ୍ରିୟାରୁ ବାଦ ପଡ଼ିଛନ୍ତି। ଫଳରେ ଉକ୍ତ ମେଧା ତାଲିକାକୁ ରଦ୍ଦ କରିବା ନେଇ ଜେ. ଆର. ମହାରଣା ଓ ଅନ୍ୟମାନେ ହାଇକୋର୍ଟରେ ମାମଲା ରୁଜୁ କରିଥିଲେ। ହାଇକୋର୍ଟ ଜାନୁୟାରୀ ୧୯ ତାରିଖରେ ମାମଲାର ଶୁଣାଣି କରି ନିଯୁକ୍ତି ପ୍ରକ୍ରିୟା ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଥିଲେ। ସାର୍ଟିଫିକେଟ ଓ କାଗଜପତ୍ର ଯାଞ୍ଚ ପ୍ରକ୍ରିୟା ଚାଲୁ ରହିବ, ମାତ୍ର ଚୟନ ଓ ନିଯୁକ୍ତି ସଂକ୍ରାନ୍ତରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରିବ ନାହିଁ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରି କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ଜିଲା ଅନୁଯାୟୀ ମେଧା ତାଲିକା ପ୍ରକାଶ କରାଯାଇଥିବା ଦର୍ଶାଇଥିଲେ। ପୂର୍ବରୁ ପ୍ରକାଶିତ ମେଧା ତାଲିକା ପ୍ରତ୍ୟାହାର ହୋଇଛି କି ନାହିଁ ସେନେଇ ସତ୍ୟପାଠ ଦାଖଲ କରିବାକୁ ପୁଣି ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ହାଇକୋର୍ଟ ଗତ ଜାନୁୟାରୀ ୩୧ ତାରିଖରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ। ରାଜ୍ୟ ସରକାର ଏବଂ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ମାମଲାରେ ପକ୍ଷଭୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି…

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କାର୍ଡ ବଣ୍ଟନ କଲେ ବିଧାୟକ ସିଦ୍ଧାନ୍ତ: ହିତାଧିକାରୀ ପାଇବେ ଅତିରିକ୍ତ ଚାଉଳ, ତାଲିକାରେ ଏମାନେ…

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକର ସିଦ୍ଧେଶ୍ୱର , କୋଟିନଡା , କୁଶପଡା ଓ ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଆୟୋଜିତ ସତନ୍ତ୍ର କାର୍ଯ୍ୟକ୍ରମରେ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ମନ୍ଦିର ପ୍ରବେଶକୁ ବିରୋଧ: ଏଏସପିଙ୍କୁ ଭେଟିଲେ ଆମ୍ବେଦକର ସେବକ ସଂଘ

ଭଞ୍ଜନଗର,୨୨।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଜାଡ଼ଧାର ଗ୍ରାମରେ ନିର୍ଦ୍ଦିଷ୍ଟ ଏକ ଗୋଷ୍ଠୀକୁ ମନ୍ଦିର ପ୍ରବେଶ ବାରଣ ବିବାଦରେ ପୋଲିସ ଏକ ମାମଲା ରୁଜୁ କରିଛି।…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

ଆଦିବାସୀଙ୍କ ପାରମ୍ପରିକ ସଡ୍ରା ପର୍ବ

ମୋହନା, ୨୩/୬/୨୬ (ମନ୍ମଥ ମିଶ୍ର): କୁଇ କନ୍ଧ ଆଦିବାସୀ ସମ୍ପ୍ରଦାୟର ନିଆରା ତଥା ପାରମ୍ପରିକ ସଡ୍ରା ପର୍ବ ଗଜପତି ଜିଲାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳ ଭାଲିଆଗୁଡ଼ା…

ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ

ରିଷିଡା, ୨୨/୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ୍ଥିତ ସୁଭଦ୍ରା ଶକ୍ତି କେନ୍ଦ୍ରଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri