କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି ହାଇକୋର୍ଟର ଜଣିକିଆ ବିଚାରପତି ବିରଜା ପ୍ରସନ୍ନ ଶତପଥୀଙ୍କ ବେଞ୍ଚ ଗତ ମାର୍ଚ୍ଚ ୧୨ରେ ଓଡ଼ିଶା ସ୍କୁଲ ଏଜୁକେଶନ ପ୍ରୋଗ୍ରାମ ଅଥରିଟି (ଓସେପା)ର ମେରିଟ ଲିଷ୍ଟ ଖାରଜ କରିଥିଲେ। ଏଥିସହ ନିଯୁକ୍ତି ସର୍ତ୍ତାବଳୀ ଅନୁଯାୟୀ ସାନି ମେରିଟ ଲିଷ୍ଟ ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ରାୟ ବିରୋଧରେ ରାଜ୍ୟ ସରକାର ହାଇକୋର୍ଟର ଡିଭିଜନ୍‌ ବେଞ୍ଚରେ ଅପିଲ କରିଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂହ ଏବଂ ବିଚାରପତି ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଗୁରୁବାର ଏହି ମାମଲାର ଶୁଣାଣି କରିଛନ୍ତି। ଆସନ୍ତା ୨୯ ତାରିଖରେ ଉକ୍ତ ମାମଲାର ରାୟ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି।
ସୂଚନା ଅନୁଯାୟୀ, ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ କନିଷ୍ଠ ଶିକ୍ଷକ ନିଯୁକ୍ତି ନିମନ୍ତେ ଅନ୍‌ଲାଇନ୍‌ ଆବେଦନ ପାଇଁ ୨୦୨୩ ସେପ୍ଟେମ୍ବର ୧୦ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଆବେଦନପତ୍ର ଦାଖଲର ଶେଷ ତାରିଖ ଅକ୍ଟୋବର ୧୦ ତାରିଖ ଥିଲା। ଆବେଦନ ପ୍ରକ୍ରିୟା ଶେଷ ପରେ ୨୦୨୪ ଜାନୁଆରୀ ୧୫ରେ ଓସେପା ପକ୍ଷରୁ ଡ୍ରାଫ୍ଟ ମେରିଟ ଲିଷ୍ଟ ପ୍ରକାଶ କରାଯାଇଥିଲା। ଏହି ମେଧା ତାଲିକାରେ ପ୍ରକାଶିତ ଆବେଦନକାରୀଙ୍କ ସାର୍ଟିଫିକେଟ ଓ ଅନ୍ୟାନ୍ୟ କାଗଜପତ୍ର ଯାଞ୍ଚ କରାଯିବ ବୋଲି ଓସେପା ପକ୍ଷରୁ ଜାନୁଆରୀ ୧୭ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାଞ୍ଚ କାର୍ଯ୍ୟକ୍ରମ ପାଇଁ ପ୍ରତି ଜିଲାରେ ନିର୍ଦ୍ଧାରିତ ହୋଇଥିବା ସ୍ଥାନ ସମ୍ପର୍କରେ ମଧ୍ୟ ବିଜ୍ଞପ୍ତିରେ ସୂଚନା ଦିଆଯାଇଥିଲା। ହେଲେ ଏହି ମେଧା ତାଲିକା ନିୟମ ଉଲ୍ଲଂଘନ କରି ପ୍ରସ୍ତୁତ କରାଯାଇଥିବା ଏବଂ ଗଣଶିକ୍ଷା ବିଭାଗର ମୂଳ ନିଯୁକ୍ତି ବିଜ୍ଞପ୍ତିରେ ଥିବା ସର୍ତ୍ତାବଳୀକୁ ପାଳନ କରାଯାଇନଥିବା ନେଇ ଅଭିଯୋଗ ହୋଇଥିଲା। ଏହାଦ୍ୱାରା ବହୁ ଯୋଗ୍ୟ ପ୍ରାର୍ଥୀ ନିଯୁକ୍ତି ପ୍ରକ୍ରିୟାରୁ ବାଦ୍‌ ପଡ଼ିଛନ୍ତି। ଫଳରେ ଉକ୍ତ ମେଧା ତାଲିକାକୁ ରଦ୍ଦ କରିବା ପାଇଁ ଜେ. ଆର୍‌. ମହାରଣା ଏବଂ ଅନ୍ୟମାନେ ହାଇକୋର୍ଟରେ ମାମଲା ରୁଜୁ କରିଥିଲେ। ହାଇକୋର୍ଟ ଜାନୁଆରୀ ୧୯ ତାରିଖରେ ମାମଲାର ଶୁଣାଣି କରି ନିଯୁକ୍ତି ପ୍ରକ୍ରିୟା ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଥିଲେ। ସାର୍ଟିଫିକେଟ ଓ କାଗଜପତ୍ର ଯାଞ୍ଚ ପ୍ରକ୍ରିୟା ଚାଲୁ ରହିବ, ମାତ୍ର ଚୟନ ଓ ନିଯୁକ୍ତି ସଂକ୍ରାନ୍ତରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରିବ ନାହିଁ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶ ଅନୁସାରେ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରି କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ଜିଲା ଅନୁଯାୟୀ ମେଧା ତାଲିକା ପ୍ରକାଶ କରାଯାଇଥିବା ଦର୍ଶାଇଥିଲେ। ପୂର୍ବରୁ ପ୍ରକାଶିତ ମେଧା ତାଲିକା ପ୍ରତ୍ୟାହାର ହୋଇଛି କି ନାହିଁ ସେନେଇ ସତ୍ୟପାଠ ଦାଖଲ କରିବାକୁ ପୁଣି ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ହାଇକୋର୍ଟ ଗତ ଜାନୁଆରୀ ୩୧ ତାରିଖରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri