କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି ହାଇକୋର୍ଟର ଜଣିକିଆ ବିଚାରପତି ବିରଜା ପ୍ରସନ୍ନ ଶତପଥୀଙ୍କ ବେଞ୍ଚ ଗତ ମାର୍ଚ୍ଚ ୧୨ରେ ଓଡ଼ିଶା ସ୍କୁଲ ଏଜୁକେଶନ ପ୍ରୋଗ୍ରାମ ଅଥରିଟି (ଓସେପା)ର ମେରିଟ ଲିଷ୍ଟ ଖାରଜ କରିଥିଲେ। ଏଥିସହ ନିଯୁକ୍ତି ସର୍ତ୍ତାବଳୀ ଅନୁଯାୟୀ ସାନି ମେରିଟ ଲିଷ୍ଟ ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ରାୟ ବିରୋଧରେ ରାଜ୍ୟ ସରକାର ହାଇକୋର୍ଟର ଡିଭିଜନ୍‌ ବେଞ୍ଚରେ ଅପିଲ କରିଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂହ ଏବଂ ବିଚାରପତି ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଗୁରୁବାର ଏହି ମାମଲାର ଶୁଣାଣି କରିଛନ୍ତି। ଆସନ୍ତା ୨୯ ତାରିଖରେ ଉକ୍ତ ମାମଲାର ରାୟ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି।
ସୂଚନା ଅନୁଯାୟୀ, ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ କନିଷ୍ଠ ଶିକ୍ଷକ ନିଯୁକ୍ତି ନିମନ୍ତେ ଅନ୍‌ଲାଇନ୍‌ ଆବେଦନ ପାଇଁ ୨୦୨୩ ସେପ୍ଟେମ୍ବର ୧୦ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଆବେଦନପତ୍ର ଦାଖଲର ଶେଷ ତାରିଖ ଅକ୍ଟୋବର ୧୦ ତାରିଖ ଥିଲା। ଆବେଦନ ପ୍ରକ୍ରିୟା ଶେଷ ପରେ ୨୦୨୪ ଜାନୁଆରୀ ୧୫ରେ ଓସେପା ପକ୍ଷରୁ ଡ୍ରାଫ୍ଟ ମେରିଟ ଲିଷ୍ଟ ପ୍ରକାଶ କରାଯାଇଥିଲା। ଏହି ମେଧା ତାଲିକାରେ ପ୍ରକାଶିତ ଆବେଦନକାରୀଙ୍କ ସାର୍ଟିଫିକେଟ ଓ ଅନ୍ୟାନ୍ୟ କାଗଜପତ୍ର ଯାଞ୍ଚ କରାଯିବ ବୋଲି ଓସେପା ପକ୍ଷରୁ ଜାନୁଆରୀ ୧୭ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାଞ୍ଚ କାର୍ଯ୍ୟକ୍ରମ ପାଇଁ ପ୍ରତି ଜିଲାରେ ନିର୍ଦ୍ଧାରିତ ହୋଇଥିବା ସ୍ଥାନ ସମ୍ପର୍କରେ ମଧ୍ୟ ବିଜ୍ଞପ୍ତିରେ ସୂଚନା ଦିଆଯାଇଥିଲା। ହେଲେ ଏହି ମେଧା ତାଲିକା ନିୟମ ଉଲ୍ଲଂଘନ କରି ପ୍ରସ୍ତୁତ କରାଯାଇଥିବା ଏବଂ ଗଣଶିକ୍ଷା ବିଭାଗର ମୂଳ ନିଯୁକ୍ତି ବିଜ୍ଞପ୍ତିରେ ଥିବା ସର୍ତ୍ତାବଳୀକୁ ପାଳନ କରାଯାଇନଥିବା ନେଇ ଅଭିଯୋଗ ହୋଇଥିଲା। ଏହାଦ୍ୱାରା ବହୁ ଯୋଗ୍ୟ ପ୍ରାର୍ଥୀ ନିଯୁକ୍ତି ପ୍ରକ୍ରିୟାରୁ ବାଦ୍‌ ପଡ଼ିଛନ୍ତି। ଫଳରେ ଉକ୍ତ ମେଧା ତାଲିକାକୁ ରଦ୍ଦ କରିବା ପାଇଁ ଜେ. ଆର୍‌. ମହାରଣା ଏବଂ ଅନ୍ୟମାନେ ହାଇକୋର୍ଟରେ ମାମଲା ରୁଜୁ କରିଥିଲେ। ହାଇକୋର୍ଟ ଜାନୁଆରୀ ୧୯ ତାରିଖରେ ମାମଲାର ଶୁଣାଣି କରି ନିଯୁକ୍ତି ପ୍ରକ୍ରିୟା ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଥିଲେ। ସାର୍ଟିଫିକେଟ ଓ କାଗଜପତ୍ର ଯାଞ୍ଚ ପ୍ରକ୍ରିୟା ଚାଲୁ ରହିବ, ମାତ୍ର ଚୟନ ଓ ନିଯୁକ୍ତି ସଂକ୍ରାନ୍ତରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରିବ ନାହିଁ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶ ଅନୁସାରେ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରି କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ଜିଲା ଅନୁଯାୟୀ ମେଧା ତାଲିକା ପ୍ରକାଶ କରାଯାଇଥିବା ଦର୍ଶାଇଥିଲେ। ପୂର୍ବରୁ ପ୍ରକାଶିତ ମେଧା ତାଲିକା ପ୍ରତ୍ୟାହାର ହୋଇଛି କି ନାହିଁ ସେନେଇ ସତ୍ୟପାଠ ଦାଖଲ କରିବାକୁ ପୁଣି ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ହାଇକୋର୍ଟ ଗତ ଜାନୁଆରୀ ୩୧ ତାରିଖରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri