ହାଇକୋର୍ଟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ,୩୧ା୧(କାର୍ତ୍ତିକ ସାହୁ): ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ଶୁଣାଣି ବୁଧବାର ଶେଷ ହୋଇଛି। ବିଚାରପତି ବିରଜା ପ୍ରସନ୍ନ ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ରାୟକୁ ସଂରକ୍ଷିତ ରଖିଛନ୍ତି। ଚୟନ ଓ ନିଯୁକ୍ତି ଉପରେ ହାଇକୋର୍ଟ ଦେଇଥିବା ପୂର୍ବର ଅନ୍ତରୀଣ ରହିତାଦେଶ ପୂର୍ବଭଳି ଜାରି ରହିବ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବ ଶୁଣାଣିରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ରାଜ୍ୟ ସରକାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଥିଲେ। କନିଷ୍ଠ ଶିକ୍ଷକ ନିଯୁକ୍ତି ନେଇ ଜିଲା ଅନୁଯାୟୀ ମେଧା ତାଲିକା ପ୍ରକାଶ କରାଯାଇଥିବା ସରକାର ସତ୍ୟପାଠରେ ଦର୍ଶାଇଥିଲେ। ପୂର୍ବରୁ ପ୍ରକାଶିତ ମେଧା ତାଲିକା ପ୍ରତ୍ୟାହାର ହୋଇଛି କି ନାହିଁ ସେନେଇ ସତ୍ୟପାଠ ଦାଖଲ କରିବାକୁ ପୁଣି ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ହାଇକୋର୍ଟ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ କନିଷ୍ଠ ଶିକ୍ଷକ ନିଯୁକ୍ତି ନିମନ୍ତେ ଅନ୍‌ଲାଇନ୍‌ ଆବେଦନ ପାଇଁ ଗତ ସେପ୍ଟେମ୍ବର ୧୦ରେ ବିଜ୍ଞପ୍ତି ପ୍ରକାଶିତ ହୋଇଥିଲା। ଆବେଦନପତ୍ର ଦାଖଲର ଶେଷ ତାରିଖ ଅକ୍ଟୋବର ୧୦ ଦର୍ଶାଯାଇଥିଲା। ଆବେଦନ ପ୍ରକ୍ରିୟା ଶେଷ ପରେ ଚଳିତ ଜାନୁଆରୀ ୧୫ରେ ଓସେପା ପକ୍ଷରୁ ଡ୍ରାଫ୍ଟ ମେରିଟ ଲିଷ୍ଟ ପ୍ରକାଶିତ ହୋଇଥିଲା। ଏହି ମେଧା ତାଲିକାରେ ପ୍ରକାଶିତ ଆବେଦନକାରୀଙ୍କ ସାର୍ଟିଫିକେଟ ଓ ଅନ୍ୟାନ୍ୟ କାଗଜପତ୍ର ଯାଞ୍ଚ କରାଯିବ ବୋଲି ଓସେପା ପକ୍ଷରୁ ୧୭ ତାରିଖ ବିଜ୍ଞପ୍ତିରେ ଦର୍ଶାଯାଇଥିଲା। ଯାଞ୍ଚ କାର୍ଯ୍ୟକ୍ରମ ପାଇଁ ପ୍ରତି ଜିଲାରେ ନିର୍ଦ୍ଧାରିତ ହୋଇଥିବା ସ୍ଥାନ ସମ୍ପର୍କରେ ମଧ୍ୟ ବିଜ୍ଞପ୍ତିରେ ସୂଚନା ଦିଆଯାଇଥିଲା। ହେଲେ ଏହି ମେଧା ତାଲିକା ନିୟମ ଉଲ୍ଲଂଘନ କରି ପ୍ରସ୍ତୁତ କରାଯାଇଥିବା ଓ ଗଣଶିକ୍ଷା ବିଭାଗର ମୂଳ ନିଯୁକ୍ତି ବିଜ୍ଞପ୍ତିରେ ଥିବା ସର୍ତ୍ତାବଳୀକୁ ପାଳନ କରାଯାଇ ନ ଥିବା ନେଇ ଅଭିଯୋଗ ହୋଇଥିଲା। ଏହାଦ୍ୱାରା ବହୁ ଯୋଗ୍ୟ ପ୍ରାର୍ଥୀ ନିଯୁକ୍ତି ପ୍ରକ୍ରିୟାରୁ ବାଦ୍‌ ପଡ଼ିଛନ୍ତି। ଫଳରେ ଉକ୍ତ ମେଧା ତାଲିକାକୁ ରଦ୍ଦ କରିବା ନେଇ ଜେ. ଆର. ମହାରଣା ଓ ଅନ୍ୟମାନେ ହାଇକୋର୍ଟରେ ମାମଲା ରୁଜୁ କରିଥିଲେ। ହାଇକୋର୍ଟ ଗତ ୧୯ ତାରିଖରେ ମାମଲାର ଶୁଣାଣି କରି ନିଯୁକ୍ତି ପ୍ରକ୍ରିୟା ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଥିଲେ। ସାର୍ଟିଫିକେଟ ଓ କାଗଜପତ୍ର ଯାଞ୍ଚ ପ୍ରକ୍ରିୟା ଚାଲୁ ରହିବ, ମାତ୍ର ଚୟନ ଓ ନିଯୁକ୍ତି ସଂକ୍ରାନ୍ତରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରିବ ନାହିଁ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟ ସରକାର ଏବଂ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ମାମଲାରେ ପକ୍ଷଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri