ହାଇକୋର୍ଟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ,୩୧ା୧(କାର୍ତ୍ତିକ ସାହୁ): ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ଶୁଣାଣି ବୁଧବାର ଶେଷ ହୋଇଛି। ବିଚାରପତି ବିରଜା ପ୍ରସନ୍ନ ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ରାୟକୁ ସଂରକ୍ଷିତ ରଖିଛନ୍ତି। ଚୟନ ଓ ନିଯୁକ୍ତି ଉପରେ ହାଇକୋର୍ଟ ଦେଇଥିବା ପୂର୍ବର ଅନ୍ତରୀଣ ରହିତାଦେଶ ପୂର୍ବଭଳି ଜାରି ରହିବ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବ ଶୁଣାଣିରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ରାଜ୍ୟ ସରକାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଥିଲେ। କନିଷ୍ଠ ଶିକ୍ଷକ ନିଯୁକ୍ତି ନେଇ ଜିଲା ଅନୁଯାୟୀ ମେଧା ତାଲିକା ପ୍ରକାଶ କରାଯାଇଥିବା ସରକାର ସତ୍ୟପାଠରେ ଦର୍ଶାଇଥିଲେ। ପୂର୍ବରୁ ପ୍ରକାଶିତ ମେଧା ତାଲିକା ପ୍ରତ୍ୟାହାର ହୋଇଛି କି ନାହିଁ ସେନେଇ ସତ୍ୟପାଠ ଦାଖଲ କରିବାକୁ ପୁଣି ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ହାଇକୋର୍ଟ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ କନିଷ୍ଠ ଶିକ୍ଷକ ନିଯୁକ୍ତି ନିମନ୍ତେ ଅନ୍‌ଲାଇନ୍‌ ଆବେଦନ ପାଇଁ ଗତ ସେପ୍ଟେମ୍ବର ୧୦ରେ ବିଜ୍ଞପ୍ତି ପ୍ରକାଶିତ ହୋଇଥିଲା। ଆବେଦନପତ୍ର ଦାଖଲର ଶେଷ ତାରିଖ ଅକ୍ଟୋବର ୧୦ ଦର୍ଶାଯାଇଥିଲା। ଆବେଦନ ପ୍ରକ୍ରିୟା ଶେଷ ପରେ ଚଳିତ ଜାନୁଆରୀ ୧୫ରେ ଓସେପା ପକ୍ଷରୁ ଡ୍ରାଫ୍ଟ ମେରିଟ ଲିଷ୍ଟ ପ୍ରକାଶିତ ହୋଇଥିଲା। ଏହି ମେଧା ତାଲିକାରେ ପ୍ରକାଶିତ ଆବେଦନକାରୀଙ୍କ ସାର୍ଟିଫିକେଟ ଓ ଅନ୍ୟାନ୍ୟ କାଗଜପତ୍ର ଯାଞ୍ଚ କରାଯିବ ବୋଲି ଓସେପା ପକ୍ଷରୁ ୧୭ ତାରିଖ ବିଜ୍ଞପ୍ତିରେ ଦର୍ଶାଯାଇଥିଲା। ଯାଞ୍ଚ କାର୍ଯ୍ୟକ୍ରମ ପାଇଁ ପ୍ରତି ଜିଲାରେ ନିର୍ଦ୍ଧାରିତ ହୋଇଥିବା ସ୍ଥାନ ସମ୍ପର୍କରେ ମଧ୍ୟ ବିଜ୍ଞପ୍ତିରେ ସୂଚନା ଦିଆଯାଇଥିଲା। ହେଲେ ଏହି ମେଧା ତାଲିକା ନିୟମ ଉଲ୍ଲଂଘନ କରି ପ୍ରସ୍ତୁତ କରାଯାଇଥିବା ଓ ଗଣଶିକ୍ଷା ବିଭାଗର ମୂଳ ନିଯୁକ୍ତି ବିଜ୍ଞପ୍ତିରେ ଥିବା ସର୍ତ୍ତାବଳୀକୁ ପାଳନ କରାଯାଇ ନ ଥିବା ନେଇ ଅଭିଯୋଗ ହୋଇଥିଲା। ଏହାଦ୍ୱାରା ବହୁ ଯୋଗ୍ୟ ପ୍ରାର୍ଥୀ ନିଯୁକ୍ତି ପ୍ରକ୍ରିୟାରୁ ବାଦ୍‌ ପଡ଼ିଛନ୍ତି। ଫଳରେ ଉକ୍ତ ମେଧା ତାଲିକାକୁ ରଦ୍ଦ କରିବା ନେଇ ଜେ. ଆର. ମହାରଣା ଓ ଅନ୍ୟମାନେ ହାଇକୋର୍ଟରେ ମାମଲା ରୁଜୁ କରିଥିଲେ। ହାଇକୋର୍ଟ ଗତ ୧୯ ତାରିଖରେ ମାମଲାର ଶୁଣାଣି କରି ନିଯୁକ୍ତି ପ୍ରକ୍ରିୟା ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଥିଲେ। ସାର୍ଟିଫିକେଟ ଓ କାଗଜପତ୍ର ଯାଞ୍ଚ ପ୍ରକ୍ରିୟା ଚାଲୁ ରହିବ, ମାତ୍ର ଚୟନ ଓ ନିଯୁକ୍ତି ସଂକ୍ରାନ୍ତରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରିବ ନାହିଁ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟ ସରକାର ଏବଂ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ମାମଲାରେ ପକ୍ଷଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?