ଆଜିଠୁ କନିଷ୍ଠ ଶିକ୍ଷକ ନିଯୁକ୍ତି ପରୀକ୍ଷା

ଭୁବନେଶ୍ୱର,୩।୧୧(ଅସମାପିକା ସାହୁ): ରାଜ୍ୟରେ ୨୦ ହଜାର କନିଷ୍ଠ ଶିକ୍ଷକ(ସ୍କିମାଟିକ) ନିଯୁକ୍ତି ପାଇଁ ଶୁକ୍ରବାରଠାରୁ ପରୀକ୍ଷା ଆରମ୍ଭ ହେବ। ଆଶାୟୀମାନେ କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ୍‌ (ସିବିଟି) ଦେବେ। ଏଥିନିମନ୍ତେ ୩୦ ଜିଲାର ୫୮ଟି ପରୀକ୍ଷା କେନ୍ଦ୍ର କରାଯାଇଥିବାବେଳେ ୧୭ ତାରିଖ ପର୍ଯ୍ୟନ୍ତ ଅର୍ଥାତ୍‌ ଏହି ପରୀକ୍ଷା ୭ଦିନ ଧରି ଚାଲିବ। ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ ସ୍ବଚ୍ଛ ତଥା ଶୃଙ୍ଖଳିତ ଭାବେ ସାରିବାକୁ ଗୁରୁବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଅଶ୍ୱଥୀ ଏସ୍‌ଙ୍କ ଅଧ୍ୟକ୍ଷତାରେ ଭର୍ଚ୍ଚୁଆଲରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ପରୀକ୍ଷାକୁ ଶାନ୍ତି ଶୃଙ୍ଖଳାର ସହିତ ପରିଚାଳନା କରିବା ପାଇଁ ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ସମସ୍ତ ଜିଲାପାଳ ଓ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାସ୍ତରରେ ଜିଲା ଶିକ୍ଷା ଅଧିକାରୀମାନେ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରି ପରୀକ୍ଷା ନିମନ୍ତେ ସମସ୍ତ ପ୍ରକାର ପ୍ରସ୍ତୁତିର ଠିକ୍‌ ବିବରଣୀ ପ୍ରଦାନ କରିଛନ୍ତି। ଜିଲାପାଳମାନେ ନିଜ ଜିଲାର ପରୀକ୍ଷା କେନ୍ଦ୍ରର ସୁପରିଚାଳନା ନିମନ୍ତେ ନୋଡାଲ ଅଫିସର ନିଯୁକ୍ତ କରିଛନ୍ତି। ପ୍ରତ୍ୟେକ ଜିଲାର ପୋଲିସ ଅଧିକାରୀ ପରୀକ୍ଷା କେନ୍ଦ୍ରରେ ପୋଲିସ୍‌ ଡିପ୍ଲୋମେଣ୍ଟ ନିମନ୍ତେ ପଦକ୍ଷେପ ନେଇଛନ୍ତି। ରାଜ୍ୟସ୍ତରରେ ବିଭାଗ ସମେତ ଅନ୍ୟ ନିର୍ଦ୍ଦେଶାଳୟର ୧୮ଜଣ ବରିଷ୍ଠ ଅଧିକାରୀଙ୍କୁ ବିଭିନ୍ନ ଜିଲା ଦାୟିତ୍ୱ ଦିଆଯାଇଛି। ବରିଷ୍ଠ ଅଧିକାରୀମାନେ ପରୀକ୍ଷା ଦିନଗୁଡିକରେ ଜିଲା ଗସ୍ତ କରିବା ସହ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ଶାନ୍ତିଶୃଙ୍ଖଳା ସହିତ ପରୀକ୍ଷା କାର୍ଯ୍ୟର ତଦାରଖ କରିବେ। ପିଲାଙ୍କ ଆଡ୍‌ମିଟ୍‌ କାର୍ଡ ସମସ୍ୟାର ସମାଧାନ ପାଇଁ ଓସେପାରେ ଏକ ସୁବିଧା କେନ୍ଦ୍ର ଖୋଲାଯାଇଛି। ଏତଦ୍‌ବ୍ୟତୀତ ୪ଟି ସହର ଯଥା- ବ୍ରହ୍ମପୁର, ସମ୍ବଲପୁର, ବାଲେଶ୍ୱର ଓ କୋରାପୁଟ ଜିଲାରେ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ସହାୟକ କେନ୍ଦ୍ର ସହିତ ଓସେପା କାର୍ଯ୍ୟାଳୟ ପରିସରରେ ଏକ କମାଣ୍ଡ ସେଣ୍ଟର ଖୋଲାଯାଇଛି। ପରୀକ୍ଷା କେନ୍ଦ୍ରରେ ଲାଗିଥିବା ସିସି କ୍ୟାମେରା ଦ୍ୱାରା ପରୀକ୍ଷାର ଲାଇଭ୍‌ ଷ୍ଟ୍ରିମିଂ ହୋଇପାରିବ। ପରୀକ୍ଷା ସୁପରିଚାଳନା ନିମନ୍ତେ ନିଆଯାଇଥିବା ଏସବୁ ପଦକ୍ଷେପ ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଥିଲା। ଉକ୍ତ ବୈଠକରେ ବିଭାଗୀୟ ବରିଷ୍ଠ ପଦାଧିକାରୀମାନେ ଭର୍ଚ୍ଚୁଆଲରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri