କାର୍ଯ୍ୟ ବନ୍ଦ, ଭୋଟ୍‌ ବର୍ଜନ କରିବେ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୨୨।୧୧ (ବ୍ୟୁରୋ): କନିଷ୍ଠ ଶିକ୍ଷକମାନଙ୍କୁ ରାଜ୍ୟ ସରକାର ଅଣଦେଖା କରୁଛନ୍ତି। ୨୦୧୫ରୁ ୫ବର୍ଷ ହେବ ଏମାନଙ୍କ ଦରମା ବଢ଼ୁନାହିଁ। ଦାବି ପୂରଣ ପାଇଁ ଦୀର୍ଘଦିନ ହେବ ଆନ୍ଦୋଳନ କରି ଆସୁଥିଲେ ମଧ୍ୟ କିଛି ସୁଫଳ ମିଳୁନାହିଁ। ଆଗକୁ କାର୍ଯ୍ୟ ବନ୍ଦ କରିବା ସହ ଭୋଟ ବର୍ଜନ କରିବେ ବୋଲି କନିଷ୍ଠ ଶିକ୍ଷକ ସଂଘ ଚେତାବନୀ ଦେଇଛି। ଏ ନେଇ ଶିକ୍ଷକ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ ସଭାପତି ଅକ୍ଷୟ କୁମାର ପାଢୀ କହିଛନ୍ତି, କନିଷ୍ଠ ଶିକ୍ଷକମାନଙ୍କୁ ମାସିକ ଦରମା ମାତ୍ର ୬୫୧୨ଟଙ୍କା ମିଳୁଛି। ୨୦୧୮ରୁ ସରକାର ଅନ୍ୟ ଚୁକ୍ତିଭିତ୍ତିକ ଓ ଆଉଟସୋର୍ସିଂ କର୍ମଚାରୀଙ୍କ ଦରମା ୨୫ ପ୍ରତିଶତ ବୃଦ୍ଧି କରିଥିଲେ। ଗତ କ୍ୟାବିନେଟ ବୈଠକରେ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ୫୦ ପ୍ରତିଶତ ଦରମା ବୃଦ୍ଧି କରିବା ସହ ଚୁକ୍ତିଭିତ୍ତିକ ପ୍ରଥାକୁ ଉଚ୍ଛେଦ କରି ଇନିସିଆଲ ଆପଏଣ୍ଟିଂ ଭାବେ ଘୋଷଣା କଲେ ଓ ଆଉଟସୋର୍ସିଂ କର୍ମଚାରୀଙ୍କର ୨୫ ପ୍ରତିଶତ ଦରମା ବୃଦ୍ଧି କଲେ। ହେଲେ କନିଷ୍ଠ ଶିକ୍ଷକଙ୍କ ଦାବି ଶୁଣା ଯାଉନାହିଁ। ଦାବି ଅନୁସାରେ ଓଡ଼ିଶା ବର୍ଗ-ଗ ଅଧୀନ କର୍ମଚାରୀଙ୍କ ପାଇଁ ଅକ୍ଟୋବର ୧୧ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତିର ସମସ୍ତ ସୁବିଧା ସୁଯୋଗ ପ୍ରଦାନ କରିବା ସହିତ ଚୁକ୍ତିନାମା ନିୟମ ୨୦୧୩ରେ ସାମିଲ୍‌ କରିବା, କନିଷ୍ଠ ଶିକ୍ଷକ, ଶିକ୍ଷୟିତ୍ରୀ ତାଲିମପ୍ରାପ୍ତ (ଅତି କୁଶଳୀ) ହୋଇଥିବାରୁ ସେମାନଙ୍କ ଦରମା ସର୍ବନିମ୍ନ ୧୬ହଜାର ଟଙ୍କା କରିବା ସହ ଏହାକୁ ଗତ ୨୦୧୬ ମସିହାରୁ ଲାଗୁ କରାଯାଉ। ଦାବି ପୂରଣ ପାଇଁ ଗୋଟିଏ ଦିନରେ ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ ତରଫରୁ ଓଡ଼ିଶାର ୩୦ ଜିଲା, ୩୧୪ ବ୍ଲକର କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀମାନେ ଗୋଷ୍ଠୀ ଶିକ୍ଷା ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜିଲା ପ୍ରକଳ୍ପ ସଂଯୋଜକ, ଜିଲା ଶିକ୍ଷା ଅଧିକାରୀ ଓ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ସର୍ବସମ୍ମତିକ୍ରମେ ଆଗାମୀ ଶୀତ ଅଧିବେଶନ ପୂର୍ବରୁ ରାଜ୍ୟ ସରକାର କନିଷ୍ଠ ଶିକ୍ଷକଙ୍କ ଦାବି ପୂରଣ ନ କଲେ ଆସନ୍ତା ୨୯ ତାରିଖରୁ ବିଧାନସଭା ସମ୍ମୁଖରେ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ। ଏଥିସହ ପଞ୍ଚାୟତ ନିର୍ବାଚନରେ ୧୦ ହଜାର ଶିକ୍ଷକ, ସେମାନଙ୍କ ବନ୍ଧୁ ଓ ପରିବାରବର୍ଗ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନିଆଯାଇଥିବା ପାଢ଼ୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri