କାର୍ଯ୍ୟ ବନ୍ଦ, ଭୋଟ୍‌ ବର୍ଜନ କରିବେ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୨୨।୧୧ (ବ୍ୟୁରୋ): କନିଷ୍ଠ ଶିକ୍ଷକମାନଙ୍କୁ ରାଜ୍ୟ ସରକାର ଅଣଦେଖା କରୁଛନ୍ତି। ୨୦୧୫ରୁ ୫ବର୍ଷ ହେବ ଏମାନଙ୍କ ଦରମା ବଢ଼ୁନାହିଁ। ଦାବି ପୂରଣ ପାଇଁ ଦୀର୍ଘଦିନ ହେବ ଆନ୍ଦୋଳନ କରି ଆସୁଥିଲେ ମଧ୍ୟ କିଛି ସୁଫଳ ମିଳୁନାହିଁ। ଆଗକୁ କାର୍ଯ୍ୟ ବନ୍ଦ କରିବା ସହ ଭୋଟ ବର୍ଜନ କରିବେ ବୋଲି କନିଷ୍ଠ ଶିକ୍ଷକ ସଂଘ ଚେତାବନୀ ଦେଇଛି। ଏ ନେଇ ଶିକ୍ଷକ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ ସଭାପତି ଅକ୍ଷୟ କୁମାର ପାଢୀ କହିଛନ୍ତି, କନିଷ୍ଠ ଶିକ୍ଷକମାନଙ୍କୁ ମାସିକ ଦରମା ମାତ୍ର ୬୫୧୨ଟଙ୍କା ମିଳୁଛି। ୨୦୧୮ରୁ ସରକାର ଅନ୍ୟ ଚୁକ୍ତିଭିତ୍ତିକ ଓ ଆଉଟସୋର୍ସିଂ କର୍ମଚାରୀଙ୍କ ଦରମା ୨୫ ପ୍ରତିଶତ ବୃଦ୍ଧି କରିଥିଲେ। ଗତ କ୍ୟାବିନେଟ ବୈଠକରେ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ୫୦ ପ୍ରତିଶତ ଦରମା ବୃଦ୍ଧି କରିବା ସହ ଚୁକ୍ତିଭିତ୍ତିକ ପ୍ରଥାକୁ ଉଚ୍ଛେଦ କରି ଇନିସିଆଲ ଆପଏଣ୍ଟିଂ ଭାବେ ଘୋଷଣା କଲେ ଓ ଆଉଟସୋର୍ସିଂ କର୍ମଚାରୀଙ୍କର ୨୫ ପ୍ରତିଶତ ଦରମା ବୃଦ୍ଧି କଲେ। ହେଲେ କନିଷ୍ଠ ଶିକ୍ଷକଙ୍କ ଦାବି ଶୁଣା ଯାଉନାହିଁ। ଦାବି ଅନୁସାରେ ଓଡ଼ିଶା ବର୍ଗ-ଗ ଅଧୀନ କର୍ମଚାରୀଙ୍କ ପାଇଁ ଅକ୍ଟୋବର ୧୧ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତିର ସମସ୍ତ ସୁବିଧା ସୁଯୋଗ ପ୍ରଦାନ କରିବା ସହିତ ଚୁକ୍ତିନାମା ନିୟମ ୨୦୧୩ରେ ସାମିଲ୍‌ କରିବା, କନିଷ୍ଠ ଶିକ୍ଷକ, ଶିକ୍ଷୟିତ୍ରୀ ତାଲିମପ୍ରାପ୍ତ (ଅତି କୁଶଳୀ) ହୋଇଥିବାରୁ ସେମାନଙ୍କ ଦରମା ସର୍ବନିମ୍ନ ୧୬ହଜାର ଟଙ୍କା କରିବା ସହ ଏହାକୁ ଗତ ୨୦୧୬ ମସିହାରୁ ଲାଗୁ କରାଯାଉ। ଦାବି ପୂରଣ ପାଇଁ ଗୋଟିଏ ଦିନରେ ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ ତରଫରୁ ଓଡ଼ିଶାର ୩୦ ଜିଲା, ୩୧୪ ବ୍ଲକର କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀମାନେ ଗୋଷ୍ଠୀ ଶିକ୍ଷା ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜିଲା ପ୍ରକଳ୍ପ ସଂଯୋଜକ, ଜିଲା ଶିକ୍ଷା ଅଧିକାରୀ ଓ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ସର୍ବସମ୍ମତିକ୍ରମେ ଆଗାମୀ ଶୀତ ଅଧିବେଶନ ପୂର୍ବରୁ ରାଜ୍ୟ ସରକାର କନିଷ୍ଠ ଶିକ୍ଷକଙ୍କ ଦାବି ପୂରଣ ନ କଲେ ଆସନ୍ତା ୨୯ ତାରିଖରୁ ବିଧାନସଭା ସମ୍ମୁଖରେ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ। ଏଥିସହ ପଞ୍ଚାୟତ ନିର୍ବାଚନରେ ୧୦ ହଜାର ଶିକ୍ଷକ, ସେମାନଙ୍କ ବନ୍ଧୁ ଓ ପରିବାରବର୍ଗ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନିଆଯାଇଥିବା ପାଢ଼ୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?