୫୯ ବର୍ଷ ପରେ ପୃଥିବୀର ସବୁଠୁ ନିକଟତର ହେବ ବୃହସ୍ପତି, କିପରି ଦେଖିବେ

ଓ୍ବାଶିଂଟନ୍‌,୨୫ା୯: ସୌରମଣ୍ଡଳର ବୃହତ୍ତମ ଗ୍ରହ ବୃହସ୍ପତି ସୋମବାର ପୃଥିବୀର ସବୁଠୁ ନିକଟତର ହେବାକୁ ଯାଉଛି। ପ୍ରାୟ ୫୯ ବର୍ଷ ପରେ ଏହି ବିଶାଳ ଗ୍ରହକୁ ଜ୍ୟୋତିର୍ବିଜ୍ଞାନୀମାନେ ପାଖରୁ ରାତିରେ ଦେଖିପାରିବେ ବୋଲି ଆମେରିକୀୟ ମହାକାଶ ସଂସ୍ଥା ନାସା ପକ୍ଷରୁ ଅବଗତ କରାଯାଇଛି।

୧୯୯୩ ପରଠାରୁ ପ୍ରଥମ ଥର ପାଇଁ ବୃହସ୍ପତି ପୃଥିବୀର ନିକଟତର ହେବାକୁ ଯାଉଛି। ପୃଥିବୀରୁ ବୃହସ୍ପତିର ଦୂରତା ୬୦୦ ନିୟୁତ ମାଇଲ ତଥା ୯୬,୫୬,୦୬, ୪୦୦ କିଲୋମିଟର ଥିବା ବେଳେ ସୋମବାର ତାହା ୩୬୭ ନିୟୁତ ମାଇଲ ଅର୍ଥାତ ୫୯,୦୬,୨୯,୨୪୮ କିଲୋମିଟର ଦୂରତାକୁ ହ୍ରାସ ପାଇବ। ଟେଲିସ୍କୋପ୍‌ରେ କୌଣସି ଉଚ୍ଚ ଏବଂ ଶୁଷ୍କ ସ୍ଥାନରୁ ଅନ୍ଧାରରେ ବୃହସ୍ପତିକୁ ଦେଖିହେବ। ଏପରିକି ଉନ୍ନତମାନର ଟେଲିସ୍କୋପ୍‌ ଯୋଗେ ବୃହସ୍ପତି ଚାରିପଟେ ବୁଲୁଥିବା ଉପଗ୍ରହଗୁଡିକୁ ମଧ୍ୟ ଦେଖାଯାଇପାରିବ ବୋଲି ନାସାରେ ଗବେଷକ ଆଦମ କୋବେଲସ୍କି ଏହି ସୂଚନା ଦେଇଛନ୍ତି।

ଅନ୍ୟପକ୍ଷେ ବୃହସ୍ପତି ଏଭଳି ଦିଗ ବଦଳାଇବା ସ୍ଥିତିକୁ ବୈଜ୍ଞାନିକ ଭାଷାରେ ‘ଅପୋଜିଶନ’ ବୋଲି କୁହାଯାଏ। ଏହି ସମୟରେ ବୃହସ୍ପତି ସୂର୍ଯ୍ୟଙ୍କ ଠିକ୍‌ ବିପରୀତ ଦିଗରେ ଅବସ୍ଥାନ କରିବ। ଅପୋଜିଶନ ଯୋଗୁ ବୃହସ୍ପତି ପୃଥିବୀ ପୃଷ୍ଠରୁ ପ୍ରତୀୟମାନ ହେବ। ବାଇନାକୁଲାରରେ ମଧ୍ୟ ଏହି ବିରଳ ଦୃଶ୍ୟକୁ ଦେଖିହେବ ବୋଲି ନାସର କେତେକ ଗବେଷକ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

୨୦୨୭ ଆଇପିଏଲ୍‌ ଆଗୁଆ ହୋଇପାରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୮ା୬- ମେ’ ମାସର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ଲାଗି ବିସିସିଆଇ ଆଇପିଏଲ୍‌କୁ ଆଗୁଆ କରିବାକୁ ଯୋଜନା ଚଳାଇଛି। ଆସନ୍ତା ବର୍ଷଠାରୁ ପରବର୍ତ୍ତୀ ସଂସ୍କରଣ ଲାଗି ମାର୍ଚ୍ଚ…

ମ୍ୟାଚ୍‌ ପୂର୍ବରୁ ଟ୍ରେନିଂ କ୍ୟାମ୍ପ ପାଖରେ ଖସିଲା ଡ୍ରୋନ

ଗୁଆଡାଲାଜାରା,୧୮ା୬: ମେକ୍ସିକୋ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ କୋରିଆର ଜାତୀୟ ଫୁଟବଲ ଦଳର ଟ୍ରେନିଂ କ୍ୟାମ୍ପ ପାଖରେ ଗୁରୁବାର ଉଡ଼ୁଥିବା ଏକ ଡ୍ରୋନକୁ ମେକ୍ସିକାନ ସାମରିକ ବାହିନୀ…

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…

Video: ପ୍ରକୃତ ବିଜୟ ପୂର୍ବରୁ ଉତ୍ସବ ପାଳିଲେ ଖେଳାଳି, ତା’ପରେ ପୁଣି ପଡ଼ିଆକୁ ଫେରିଲେ, ହେଲେ ପୂର୍ବରୁ ଷ୍ଟମ୍ପଗୁଡ଼ିକୁ ଟାଣି ସାରିଥିଲେ

ନୂଆଦିଲ୍ଲୀ,୧୮।୬: ଛତିଶଗଡ଼ କ୍ରିକେଟ ପ୍ରିମିୟର ଲିଗର ତୃତୀୟ ସଂସ୍କରଣରେ ଶେଷ ଓଭରର ଘଟଣାଗୁଡ଼ିକ ବହୁତ ମଜାଦାର ଥିଲା। ପରାଜିତ ଦଳ ସ୍ବାଭାବିକ ଭାବରେ ନିରାଶ ହୋଇଥିଲେ ମଧ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri