Posted inଖେଳ

ଜୁରିକ ଡାଇମଣ୍ଡ ଲିଗ୍‌: ନୀରଜ ଚୋପ୍ରାଙ୍କୁ ରୌପ୍ୟ ପଦକ

ନୂଆଦିଲ୍ଲୀ,୧ା୯: ଜୁରିକ ଡାଇମଣ୍ଡ ଲିଗରେ ଭାରତର ତାରକା ଜାଭେଲିନ ଥ୍ରୋ ନୀରଜ ଚୋପ୍ରାଙ୍କୁ ରୌପ୍ୟ ପଦକ ସହ ସନ୍ତୁଷ୍ଟ ହେବାକୁ ପଡିଛି। ସେ ୮୫.୭୧ ମିଟରର ସର୍ବଶ୍ରେଷ୍ଠ ପ୍ରୟାସ ସହିତ ରୌପ୍ୟ ପଦକ ଜିତିଥିଲେ। ବିଶ୍ୱ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ଜିତିଥିବା ନୀରଜ ମାତ୍ର କିଛି ସେଣ୍ଟିମିଟର ସ୍ବର୍ଣ୍ଣ ପଦକ ହରାଇଛନ୍ତି। ବିଶ୍ୱ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଚ ଜିତିଥିବା ଚେକ ରିପବ୍ଲିକର ଜାକବ ଭଡଲେକ ୮୫.୮୬ ମିଟର ଶ୍ରେଷ୍ଠ ପ୍ରୟାସ ସହିତ ପ୍ରଥମ ସ୍ଥାନରେ ରହିଥିଲେ। ନୀରଜ ତାଙ୍କ ପଛରେ ୧୫ ସେଣ୍ଟିମିଟର ରହିଲେ। ଜୁରିକ ଡାଇମଣ୍ଡ ଲିଗର ଲମ୍ଫ ଜମ୍ପ ଇଭେଣ୍ଟରେ ଭାରତର ମୁରଲୀ ଶ୍ରୀଶଙ୍କର ପଞ୍ଚମ ସ୍ଥାନ ହାସଲ କରିଛନ୍ତି।
ବିଶ୍ୱ ଚାମ୍ପିଅନ ହେବାର ମାତ୍ର ଚାରି ଦିନ ପରେ ଷ୍ଟାର୍‌ ଜାଭେଲିନ ଥ୍ରୋଭର ନୀରଜ ଚୋପ୍ରା ଏହି ସିଜନରେ ନିଜର ବିଜୟ ଧାରା ବଜାୟ ରଖିବାର ଆହ୍ବାନର ସମ୍ମୁଖୀନ ହୋଇଥିଲେ। ଚଳିତ ସିଜନରେ ଏହା ନୀରଜଙ୍କ ପ୍ରଥମ ରୌପ୍ୟ। ଏହାପୂର୍ବରୁ ସେ ତିନୋଟି ପ୍ରତିଯୋଗିତାରେ କେବଳ ସ୍ବର୍ଣ୍ଣ ଜିତିଥିଲେ। ଗତ ୨୭ରେ ବୁଦାପେଷ୍ଟରେ ୮୮.୧୭ ମିଟର ଜାଭେଲିନ ଫିଙ୍ଗି ନୀରଜ ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ ହୋଇଥିଲେ। ତେବେ ସେ ଜୁରିକରେ ସ୍ବର୍ଣ୍ଣ ଜିତିବାରେ ସଫଳ ହୋଇପାରିନଥିଲେ। ନୀରଜଙ୍କ ୬ଟି ପ୍ରୟାସ ମଧ୍ୟରୁ ୩ଟି ଖରାପ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri