Posted inଜାତୀୟ

ସିଜେଆଇଙ୍କ ନୂଆ ତାଲିକା ବ୍ୟବସ୍ଥାରେ ଖଣ୍ଡପୀଠ ଅସନ୍ତୁଷ୍ଟ

ନୂଆଦିଲ୍ଲୀ,୧୬।୯:ଦୀର୍ଘବର୍ଷ ଧରି ସୁପ୍ରିମକୋର୍ଟରେ ପଡ଼ିରହିଥିବା ହଜାର ହଜାର ମାମଲାର ତ୍ୱରିତ୍‌ ଫଇସଲା ଲାଗି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ୟୁ.ୟୁ. ଲଲିତ ମାମଲାଗୁଡ଼ିକର ଶୁଣାଣି ପାଇଁ ନୂଆ ତାଲିକାଭୁକ୍ତ ବ୍ୟବସ୍ଥା କାର୍ଯ୍ୟକାରୀ କରିଥିବାବେଳେ ଏହାକୁ ନେଇ ଏକ ଖଣ୍ଡପୀଠ ଅସନ୍ତୋଷ ପ୍ରକାଶ କରିଛନ୍ତି। ସର୍ବୋଚ୍ଚ ଅଦାଲତର ତୃତୀୟ ସର୍ବବରିଷ୍ଠ ବିଚାରପତି ସଞ୍ଜୟ କିଷନ କୌଲଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏକ ଆପରାଧିକ ମାମଲାରେ ରାୟ ପ୍ରଦାନ କଲାବେଳେ କହିଥିଲେ, ନୂଆ ତାଲିକା ବ୍ୟବସ୍ଥା ଯୋଗୁ ଅପରାହ୍ନରେ ଅନେକ ମାମଲା ଶୁଣାଣି ପାଇଁ ରହିଥିବାରୁ ସେଗୁଡ଼ିକୁ ପର୍ଯ୍ୟାପ୍ତ ସମୟ ଦିଆଯାଇପାରୁ ନାହିଁ। ନୂଆ ବ୍ୟବସ୍ଥାରେ ସୁପ୍ରିମକୋର୍ଟ ବିଚାରପତିମାନେ ଦୁଇଟି ଶିଫ୍ଟରେ କାର୍ଯ୍ୟ କରୁଛନ୍ତି। ପ୍ରତି ସୋମବାର ଓ ଶୁକ୍ରବାର ୩୦ ଜଣ ବିଚାରପତି ଏକାଠି ଦୁଇଜଣ ଲେଖାଏ ବସି ନୂଆ ପିଆଇଏଲ୍‌ ସମେତ ପ୍ରତି ବେଞ୍ଚ୍‌ର ୬୦ରୁ ଊର୍ଦ୍ଧ୍ୱ ମାମଲାର ବିଚାର କରୁଛନ୍ତି। ସେହିପରି ମଙ୍ଗଳବାର, ବୁଧବାର ଓ ଗୁରୁବାର ସକାଳ ଶିଫ୍ଟରେ ବିଚାରପତିମାନେ ୩ ଜଣ ଲେଖାଏ ବସି ବହୁବର୍ଷ ଧରି ପଡ଼ିରହିଥିବା ପୁରୁଣା ମାମଲାଗୁଡ଼ିକର ସବିଶେଷ ଶୁଣାଣି କରିବା ବ୍ୟବସ୍ଥା ହୋଇଛି। ଏହା ପରେ ଅପରାହ୍ନରେ ୨ ଜଣ ଲେଖାଏ ବିଚାରପତି ଗୋଟିଏ ବେଞ୍ଚ୍‌ରୁ ଅନ୍ୟ ବେଞ୍ଚ୍‌କୁ ସ୍ଥାନାନ୍ତର ହୋଇଥିବା ମାମଲା ଓ ନୂଆ ମାମଲାଗୁଡ଼ିକର ଶୁଣାଣି କରିବାକୁ କୁହାଯାଇଛି। ଗତମାସ ୨୭ରେ ଜଷ୍ଟିସ୍‌ ଲଲିତ ସିଜେଆଇ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୂଆ ତାଲିକା ବ୍ୟବସ୍ଥା କାର୍ଯ୍ୟକାରୀ କରିବାରୁ ଇତିମଧ୍ୟରେ ମୋଟ ୫,୦୦୦ ମାମଲାର ଫଇସଲା ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri