Posted inଖେଳ

ପ୍ରଥମ ମ୍ୟାଚ ଭଳି ଶେଷ ମ୍ୟାଚରେ ଜିଟି-ସିଏସକେ ଲଢ଼େଇ…

ଅହମଦାବାଦ,୨୮।୫ : ଆଇପିଏଲ ୨୦୨୩ର ୧୬ ତମ ସିଜନର ପ୍ରଥମ ମ୍ୟାଚ ଅହମଦାବାଦରେ  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ(ଜିଟି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ)ର ମ୍ୟାଚରୁ ଆରମ୍ଭ ହୋଇଥିଲା। ସେହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଚେନ୍ନାଇ ୨୦ ଓଭରରେ ୭ ୱିକେଟ ହରାଇ ୧୭୮ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଗୁଜରାଟ ୧୯.୨ ଓଭରରେ ପାଞ୍ଚ ୱିକେଟ ହରାଇ ୧୮୨ ରନ ସ୍କୋର କରି ମ୍ୟାଚ ଜିତିଥିଲା।

ବର୍ତ୍ତମାନ ଉଭୟ ଦଳ ମଧ୍ୟ ଫାଇନାଲରେ ପ୍ରବେଶ କରିଛନ୍ତି। ଏଭଳି ପରିସ୍ଥିତିରେ ପ୍ରତିଯୋଗିତା ଆକର୍ଷଣୀୟ ହେବ ବୋଲି ଆଶା କରାଯାଉଛି। ଫାଇନାଲ ମ୍ୟାଚ ରବିବାର ସନ୍ଧ୍ୟା ସାଢ଼େ ୭ଟାରେ ହେଉଛି। ଗୋଟିଏ ପଟେ ଚାମ୍ପିୟନ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଗୁଜରାଟ ଟାଇଟାନ୍ସ ଏବଂ ଅନ୍ୟ ପଟେ ଚାରିଥର ଚାମ୍ପିୟନ ମହେନ୍ଦ୍ର ସିଂ ଧୋନିଙ୍କ ଚେନ୍ନାଇ ସୁପର କିଙ୍ଗ୍ସ ରହିଛି।

ଏହି ସିଜିନରେ ଉଭୟ ଦଳ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଲିଗ ରାଉଣ୍ଡରେ ଏହି ଦୁଇ ଦଳ ପଏଣ୍ଟ ଟେବୁଲରେ ଶୀର୍ଷ ଦୁଇଟି ସ୍ଥାନ ଅଧିକାର କରିଥିଲେ। ଗୁଜରାଟ ୨୦ ପଏଣ୍ଟ ସହ ଟେବୁଲ ଶୀର୍ଷରେ ଥିବାବେଳେ ଚେନ୍ନାଇ ୧୬ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନରେ ରହିଥିଲା।

ଚେନ୍ନାଇର ସମ୍ଭାବ୍ୟ ପ୍ଲେଇଙ୍ଗ ୧୧ରେ ଋତୁରାଜ ଗାଇକୱାଡ, ଡିଭନ କନୱେ, ଅଜିଙ୍କ୍ୟ ରାହାନେ, ଅମ୍ବାତି ରାୟୁଡୁ, ଶିବମ ଦୁବେ, ମୋଇନ ଅଲି, ରବିନ୍ଦ୍ର ଜାଡେଜା, ଏମ.ଏସ ଧୋନି (ଅଧିନାୟକ/ଓ୍ବିକେଟକିପର), ଦୀପକ ଚହର, ତୁଷାର ଦେଶପାଣ୍ଡେ, ମହେଶ ଥିକଶାନା ପ୍ରମୁଖ ଅଛନ୍ତି।

ସେହିପରି ଗୁଜରାଟର ସମ୍ଭାବ୍ୟ ପ୍ଲେଇଙ୍ଗ ୧୧ରେ ଶୁଭମାନ ଗିଲ, ରିଦ୍ଧିମାନ ସାହା(ଓ୍ବିକେଟକିପର), ଅଭିନଭ ମନୋହର, ହାର୍ଦ୍ଦିକ ପାଣ୍ଡ୍ୟା (ଅଧିନାୟକ), ବିଜୟ ଶଙ୍କର, ଡେଭିଡ ମିଲର, ରାହୁଲ ତେୱାଟିଆ, ରସିଦ ଖାନ, ମୋହିତ ଶର୍ମା, ନୁର ଅହମ୍ମଦ, ମହମ୍ମଦ ଶାମି ପ୍ରମୁଖ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri