ଡଙ୍କାରୀରେ ନାମକୁ ମାତ୍ର ଚଢ଼ାଉ

ଯାଜପୁର ଅଫିସ/ଧର୍ମଶାଳା,୧ା୨(ଡି.ଏନ.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ କଳାପଥର ଖାଦାନରେ ରବିବାର ଚଢ଼ାଉ କରାଯାଇ କମ୍ପ୍ରେସର, ଟ୍ରାକ୍ଟର, ହାଇୱା, ହିଟାଚି ମେଶିନ ଆଦି ୧୦ ଗାଡ଼ି ଜବତ କରାଯାଇଛି। ଏଥିସହିତ ୫ ଜଣଙ୍କୁ ଅଟକ ରଖାଯାଇଛି। ଧରିତ୍ରୀରେ ଡଙ୍କାରୀରୁ ପୁଣି କଳାପଥର ଚୋରି ଶୀର୍ଷକ ଖବର ପ୍ରକାଶ ପାଇବା ପରେ ଜିଲାପାଳଙ୍କ ନିର୍ଦ୍ଦେଶରେ ଚଢାଉ ହୋଇଥିବା ସୂଚନା ମିଳିଛି। ଏହାସହ ବେଆଇନ ଭାବେ ଉତ୍ତୋଳନ ହୋଇଥିବା କଳାପଥର ରହିଛି ବୋଲି କୁହାଯାଇଛି। ତେବେ ଡଙ୍କାରୀରେ ପ୍ରାୟ ୨ ବର୍ଷ ହେବ କୋଟି କୋଟି ଟଙ୍କାର କଳାପଥର ଲୁଟ କରୁଥିବା ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିବା ଅଭିଯୋଗ ହୋଇଛି। ଡଙ୍କାରୀ ଆରଆଇଙ୍କ ରିପୋର୍ଟ ଆଧାରରେ ଧର୍ମଶାଳା ତହସିଲଦାର ତାଙ୍କ ପତ୍ରସଂଖ୍ୟା ୪୩୦୨/୨୧ା୧୨ା୨୦ରେ ଜେନାପୁର ଥାନାଧିକାରୀଙ୍କୁ ୩ ଜଣ ପଥର ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଏପରି କି ୩ଜଣ ଅଭିଯୁକ୍ତ ଡଙ୍କାରୀ ଗ୍ରାମର ରବି ଦାସ, ଚଢେଇଧରା ଗ୍ରାମର କୁନା ପୃଷ୍ଟି ଓ ଢେଙ୍କାନାଳ ଜିଲା ନାଜିଚୌକିଛକ ଗ୍ରାମର ସ୍ବରୂପାନନ୍ଦ ଦାସଙ୍କ ନାମରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ହୋଇଥିଲା। ହେଲେ ଡଙ୍କାରୀରେ ଚଢ଼ାଉ କରି ରାଜସ୍ବ ଓ ପୋଲିସ ବାହାବାହା ନେବାକୁ ଉଦ୍ୟମ କରୁଥିବା ଅଭିଯୋଗକାରୀ ସର୍ବେଶ୍ୱର ବେହୁରା କହିଛନ୍ତି। ଚଢାଉ ସମୟରେ ଡଙ୍କାରୀରେ ୩୦ରୁ ଉର୍ଦ୍ଧ୍ୱ ଗାଡି ବେଆଇନ ଉତ୍ତୋଳନ କରୁଥିବାବେଳେ ନାମକୁ ମାତ୍ର ୧୦ଟି ଗାଡି ଜବତ କରାଯାଇଛି ବୋଲି ଚର୍ଚ୍ଚା ହେଉଛି। ଏ ସଂକ୍ରାନ୍ତରେ ଧର୍ମଶାଳା ତହସିଲଦାର ପ୍ରଶାନ୍ତ ସାମନ୍ତରାୟ କହିଛନ୍ତି, ବେଆଇନ କଳାପଥର ଉତ୍ତୋଳନ ସ୍ଥାନରେ ଚଢାଉ କରାଯାଇଛି। ଏଥିରେ କେଉଁମାନଙ୍କୁ ସାମିଲ କରାଯାଇଛି ତାର ବାଛବିଚାର କରାଯାଇ ନାହିଁ। ଅନ୍ୟପକ୍ଷରେ ଦୀର୍ଘ ବର୍ଷ ହେଲା ଡଙ୍କାରୀ ପାହାଡରେ କଳାପଥର ଲୁଟ କରୁଥିବା ପ୍ରମୁଖ ଲୋକଙ୍କୁ ଛାଡି ଚଢ଼ାଉ କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri