ଡଙ୍କାରୀରେ ନାମକୁ ମାତ୍ର ଚଢ଼ାଉ

ଯାଜପୁର ଅଫିସ/ଧର୍ମଶାଳା,୧ା୨(ଡି.ଏନ.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ କଳାପଥର ଖାଦାନରେ ରବିବାର ଚଢ଼ାଉ କରାଯାଇ କମ୍ପ୍ରେସର, ଟ୍ରାକ୍ଟର, ହାଇୱା, ହିଟାଚି ମେଶିନ ଆଦି ୧୦ ଗାଡ଼ି ଜବତ କରାଯାଇଛି। ଏଥିସହିତ ୫ ଜଣଙ୍କୁ ଅଟକ ରଖାଯାଇଛି। ଧରିତ୍ରୀରେ ଡଙ୍କାରୀରୁ ପୁଣି କଳାପଥର ଚୋରି ଶୀର୍ଷକ ଖବର ପ୍ରକାଶ ପାଇବା ପରେ ଜିଲାପାଳଙ୍କ ନିର୍ଦ୍ଦେଶରେ ଚଢାଉ ହୋଇଥିବା ସୂଚନା ମିଳିଛି। ଏହାସହ ବେଆଇନ ଭାବେ ଉତ୍ତୋଳନ ହୋଇଥିବା କଳାପଥର ରହିଛି ବୋଲି କୁହାଯାଇଛି। ତେବେ ଡଙ୍କାରୀରେ ପ୍ରାୟ ୨ ବର୍ଷ ହେବ କୋଟି କୋଟି ଟଙ୍କାର କଳାପଥର ଲୁଟ କରୁଥିବା ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିବା ଅଭିଯୋଗ ହୋଇଛି। ଡଙ୍କାରୀ ଆରଆଇଙ୍କ ରିପୋର୍ଟ ଆଧାରରେ ଧର୍ମଶାଳା ତହସିଲଦାର ତାଙ୍କ ପତ୍ରସଂଖ୍ୟା ୪୩୦୨/୨୧ା୧୨ା୨୦ରେ ଜେନାପୁର ଥାନାଧିକାରୀଙ୍କୁ ୩ ଜଣ ପଥର ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଏପରି କି ୩ଜଣ ଅଭିଯୁକ୍ତ ଡଙ୍କାରୀ ଗ୍ରାମର ରବି ଦାସ, ଚଢେଇଧରା ଗ୍ରାମର କୁନା ପୃଷ୍ଟି ଓ ଢେଙ୍କାନାଳ ଜିଲା ନାଜିଚୌକିଛକ ଗ୍ରାମର ସ୍ବରୂପାନନ୍ଦ ଦାସଙ୍କ ନାମରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ହୋଇଥିଲା। ହେଲେ ଡଙ୍କାରୀରେ ଚଢ଼ାଉ କରି ରାଜସ୍ବ ଓ ପୋଲିସ ବାହାବାହା ନେବାକୁ ଉଦ୍ୟମ କରୁଥିବା ଅଭିଯୋଗକାରୀ ସର୍ବେଶ୍ୱର ବେହୁରା କହିଛନ୍ତି। ଚଢାଉ ସମୟରେ ଡଙ୍କାରୀରେ ୩୦ରୁ ଉର୍ଦ୍ଧ୍ୱ ଗାଡି ବେଆଇନ ଉତ୍ତୋଳନ କରୁଥିବାବେଳେ ନାମକୁ ମାତ୍ର ୧୦ଟି ଗାଡି ଜବତ କରାଯାଇଛି ବୋଲି ଚର୍ଚ୍ଚା ହେଉଛି। ଏ ସଂକ୍ରାନ୍ତରେ ଧର୍ମଶାଳା ତହସିଲଦାର ପ୍ରଶାନ୍ତ ସାମନ୍ତରାୟ କହିଛନ୍ତି, ବେଆଇନ କଳାପଥର ଉତ୍ତୋଳନ ସ୍ଥାନରେ ଚଢାଉ କରାଯାଇଛି। ଏଥିରେ କେଉଁମାନଙ୍କୁ ସାମିଲ କରାଯାଇଛି ତାର ବାଛବିଚାର କରାଯାଇ ନାହିଁ। ଅନ୍ୟପକ୍ଷରେ ଦୀର୍ଘ ବର୍ଷ ହେଲା ଡଙ୍କାରୀ ପାହାଡରେ କଳାପଥର ଲୁଟ କରୁଥିବା ପ୍ରମୁଖ ଲୋକଙ୍କୁ ଛାଡି ଚଢ଼ାଉ କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବିଦ୍ରୋହ ଭିତରେ ସୁପ୍ରିମକୋର୍ଟର CJI ସୂର୍ଯ୍ୟକାନ୍ତଙ୍କ ବିସ୍ଫୋରକ ବୟାନ, ସୋସିଆଲ ମିଡିଆରେ ଫେମସ୍‌ ହୁଅ ନାହିଁ…

ନୂଆଦିଲ୍ଲୀ,୨୩।୭: ଭାରତର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ, ୨୦୨୪-୨୫ ବ୍ୟାଚ୍‌ର ନୂତନ ‘ଏଡଭୋକେଟ୍ସ-ଅନ୍-ରିକର୍ଡ’ (AOR) ଙ୍କ ଆନୁଷ୍ଠାନିକ ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରି ଆଇନ ପେଷାରେ ଶ୍ରେଷ୍ଠତା, ନିଷ୍ଠା…

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri