କେବଳ ଶଙ୍ଖଚିହ୍ନ, ନବୀନ ପଟ୍ଟନାୟକଙ୍କୁ ଚିହ୍ନନ୍ତୁ: ପାଣ୍ଡିଆନ

ଭୁବନେଶ୍ୱର,୨୯ା୧(ଅସମାପିକା ସାହୁ): କେବଳ ଶଙ୍ଖଚିହ୍ନ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିହ୍ନନ୍ତୁ। ନବୀନ ପଟ୍ଟନାୟକ ଆପଣଙ୍କ ପରିବାର ଓ ପିଲାମାନଙ୍କ ସ୍ବପ୍ନକୁ ସାକାର କରିବାକୁ ଦିନରାତି ଖଟୁଛନ୍ତି। ସେ ଜଣେ ମହାନ ଜନନାୟକ। ଶଙ୍ଖଚିହ୍ନ ଓଡ଼ିଶାବାସୀଙ୍କ ଆତ୍ମା, ବିଜୁ ପରିବାରର ଆତ୍ମା। ନିର୍ବାଚନରେ ନବୀନ ପଟ୍ଟନାୟକ ଓ ଶଙ୍ଖଚିହ୍ନକୁ ଆଶୀର୍ବାଦ କରନ୍ତୁ। ରବିବାର କେନ୍ଦୁଝର ଜିଲା ସିଲସୁଆଁରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କେନ୍ଦୁଝରବାସୀଙ୍କୁ ଏଭଳି ଆହ୍ବାନ ଦେଇଛନ୍ତି।
ପାଣ୍ଡିଆନ କହିଛନ୍ତି, ମା’ ତାରିଣୀ ମନ୍ଦିରର ରୂପାନ୍ତରଣ ପାଇଁ ମୁଖ୍ୟମନ୍ତ୍ରୀ ୫୦କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ସପ୍ତାହେ ତଳେ ଲୋକାର୍ପଣ କରିଛନ୍ତି। ଶନିବାର ସମଲେଇ ପ୍ରକଳ୍ପ ଲୋକାର୍ପିତ ହୋଇଛି। ମା’ତାରିଣୀଙ୍କ ପୀଠ ବି ସେମିତି ନୂଆ ରୂପରେ ସଜେଇ ହେବ। ଆଗାମୀ ୧୦୦ବର୍ଷ ପାଇଁ ଭକ୍ତଙ୍କୁ ଦର୍ଶନରେ କୌଣସି ସମସ୍ୟା ହେବନି। ଶ୍ରୀକ୍ଷେତ୍ର ଓ ସମଲେଇଙ୍କ ପରେ ଏବେ ମା’ ତାରିଣୀଙ୍କ ପୀଠର ପାଳି। ନବୀନ ପଟ୍ଟନାୟକ କଥା କମ୍‌, କାମରେ ବିଶ୍ୱାସ କରନ୍ତି। ସେ ମଧ୍ୟ ତାଙ୍କ ଦ୍ୱାରା ଅନୁପ୍ରାଣିତ। ତେଣୁ ଅନ୍ୟମାନଙ୍କ ଭଳି ବେଶି ଲମ୍ବା ଲମ୍ବା ଭାଷଣ ଦେଇ ଶିଖିନାହାନ୍ତି ବୋଲି ପାଣ୍ଡିଆନ କହିଛନ୍ତି। ଅନ୍ୟ ଲୋକ ବଡ଼ ବଡ଼ ଭାଷଣ ଦେଇ ପଳେଇବେ। କିନ୍ତୁ ଗୋଟିଏ ହେଲେ ଆବେଦନର ସମାଧାନ ହେବନି। ପୁଣି ଛଅ ମାସ ପରେ ଆସିବେ, ମିଠାମିଠା କଥା କହି ପଳେଇବେ। ସେ ଭାଷଣର କିଛି ମୂଲ୍ୟ ନାହିଁ। କିନ୍ତୁ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲୋକଙ୍କ ସବୁ ଆବଦେନକୁ ସମ୍ମାନର ସହ ସମାଧାନ କରାଯିବ। ତେଣୁ ଆଜି ଯେଉଁ ସବୁ ଆବେଦନ ମିଳିଛି ସେଥିମଧ୍ୟରୁ ମନ୍ଦିର, ମସଜିଦ, ଚର୍ଚ୍ଚ, କମ୍ୟୁନିଟି ସେଣ୍ଟର ସମ୍ପର୍କିତ ଆବେଦନର ସମାଧାନ ୭ଦିନ ମଧ୍ୟରେ ହେବ। କାରଣ ଏହା ଲୋକଙ୍କ ସରକାର। ଲୋକ ଯାହା ଚାହିଁବେ, ତାହା ହେବ ବୋଲି କହିଛନ୍ତି କାର୍ତ୍ତିକ ପାଣ୍ଡିଆନ।
ଏବେ କେନ୍ଦୁଝର ଜିଲାରେ ୧୩ ହଜାର ୩୧୦କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟ ଜାରି ରହିଛି। କେବଳ ଗତ ୭ ମାସରେ ଲୋକଙ୍କ ଆବେଦନ ଆଧାରରେ ମୁଖ୍ୟମନ୍ତ୍ରୀ ୪୬୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ପାଣ୍ଡିଆନ କହିଛନ୍ତି, ଗତ ଜୁନରେ କେନ୍ଦୁଝର ଗସ୍ତ ସମୟରେ ତାଙ୍କୁ ୭୧୦ଟି ଆବେଦନ ମିଳିଥିଲା। ସେମଧ୍ୟରୁ ୬୫୦ଟି ଆବେଦନର ସମାଧାନ ହୋଇସାରିଛି। ବଳଦେବଜୀଉ ମନ୍ଦିର ରୂପାନ୍ତରଣ ପାଇଁ ୪ କୋଟି ୮୦ଲକ୍ଷ ଟଙ୍କା ମଞ୍ଜୁର ହୋଇଥିବାବେଳେ ଗୁପ୍ତଗଙ୍ଗାରେ ଥିବା ବ୍ରହ୍ମେଶ୍ୱର ମନ୍ଦିର ନିମନ୍ତେ ୩ କୋଟି ୫୦ ଲକ୍ଷ ଟଙ୍କା, ସୀତାବିଞ୍ଝ ମନ୍ଦିର ରୂପାନ୍ତରଣ ଲାଗି ୨ କୋଟି ୪୦ ଲକ୍ଷ ଟଙ୍କା, ସୀତାମଠର ସୌନ୍ଦର୍ଯ୍ୟକରଣ ପାଇଁ ୩ କୋଟି ୧୧ ଲକ୍ଷ ଟଙ୍କା ମଞ୍ଜୁର ହୋଇଛି। ସେହିଭଳି ଭୀମକୁଣ୍ଡଠାରେ ଏକ ବ୍ରିଜ ନିର୍ମାଣ ପାଇଁ ଲୋକଙ୍କ ଦାବିଥିଲା। ଏଥିପାଇଁ ମୁଖ୍ୟମନ୍ତ୍ରୀ ୧୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଗୁଣ୍ଡିଚା ଘାଇ ଜଳପ୍ରପାତର ସୌନ୍ଦର୍ଯ୍ୟକରଣ ପାଇଁ ୨କୋଟି ଟଙ୍କା, ତେଲକୋଇଠାରେ ଏକ ଇନ୍‌ଷ୍ଟ୍ରିମ୍‌ ଜଳସେଚନ ପ୍ରକଳ୍ପ ଲାଗି ୪୧ କୋଟି ଓ ସଣ୍ଟେଇବଞ୍ଝାରେ ଆଉ ଏକ ଇନ୍‌ଷ୍ଟ୍ରିମ୍‌ ଜଳସେଚନ ପ୍ରକଳ୍ପ ନିମନ୍ତେ ୬୦ କୋଟି ଟଙ୍କା ମଞ୍ଜୁର ହୋଇଛି।
କେନ୍ଦୁଝରରେ ମେଡିକାଲ କଲେଜ, ସରକାରୀ ଇଞ୍ଜିନିୟରିଂ କଲେଜ ଓ ବିଶ୍ବବିଦ୍ୟାଳୟ ସବୁ କିଛି ହୋଇଛି। ଲୋକଙ୍କ ଦାବି ଅନୁଯାୟୀ ଗୋନାସିକା ହାଇସ୍କୁଲକୁ ଉଚ୍ଚ ମାଧ୍ୟମିକ ସ୍କୁଲକୁ ଉନ୍ନିତ କରିବାକୁ ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ। ଏବର୍ଷରୁ ଯୁକ୍ତ୨ ପାଠପଢ଼ା ଆରମ୍ଭ ହେବ। ଓଡ଼ିଶାର ସାଢ଼େ ୪ କୋଟି ଲୋକଙ୍କୁ ମୁଖ୍ୟମନ୍ତ୍ରୀ ନିଜ ପରିବାର ବୋଲି ଭାବନ୍ତି। ତେଣୁ ପରିବାରର ପ୍ରତ୍ୟେକ ଲୋକଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ନବୀନ ପଟ୍ଟନାୟକ ବିଏସ୍‌କେୱାଇ ଯୋଜନା ଆରମ୍ଭ କରିଛନ୍ତି। ପ୍ରତିମାସରେ ୨ ଲକ୍ଷ ଲୋକ ଏହି ଯୋଜନାରୁ ଉପକୃତ ହେଉଛନ୍ତି। ଏ ବାବଦରେ ସରକାର ୨୫୦ କୋଟି ଟଙ୍କା ପ୍ରତି ମାସରେ ଖର୍ଚ୍ଚ କରୁଛନ୍ତି। ଯେଉଁମାନଙ୍କ ପାଖରେ ବିଏସ୍‌କେୱାଇ କାର୍ଡ ନାହିଁ, ସେମାନେ ନବୀନ କାର୍ଡ ପାଇଁ ଆବେଦନ କରିବାକୁ ପରାମର୍ଶ ଦେଇଛନ୍ତି ୫-ଟି ଅଧ୍ୟକ୍ଷ। ଯୋଗାଯୋଗ ବ୍ୟବସ୍ଥାରେ ଲକ୍ଷ୍ମୀ ବସ୍‌ସେବା ଏକ ନୂଆ ଅଧ୍ୟାୟ ସୃଷ୍ଟି କରିଛି। ଗାଁ ସହ ଯୋଡ଼ି ହୋଇଛି ବ୍ଲକ। ଆସନ୍ତା ମାସରୁ କେନ୍ଦୁଝରରେ ଏହି ସେବା ଆରମ୍ଭ ହେବ। ମାତ୍ର ୫ ଟଙ୍କାରେ ମହିଳା ଓ ଛାତ୍ରଛାତ୍ରୀ ଯାତାୟାତ କରିପାରିବେ। ସେହିଭଳି ଆମ ବ୍ୟାଙ୍କ ଯୋଜନାରେ ବ୍ୟାଙ୍କ ନ ଥିବା ସବୁ ପଞ୍ଚାୟତରେ ବ୍ୟାଙ୍କ ଖୋଲିବ ବୋଲି ପାଣ୍ଡିଆନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri