ଗୋପାଳପୁରରୁ ମାତ୍ର ଏତିକି କି.ମି. ଦୂରରେ ବାତ୍ୟା ମୋନ୍ଥା, ଗତ ୬ ଘଣ୍ଟା ମଧ୍ୟରେ…

ଗୋପାଳପୁର,୨୮।୧୦(ନବୀନ ରାଜ ଆଚାରୀ): ଦକ୍ଷିଣ -ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତ ହୋଇ ବଳ ଗୋଟାଇ ମଙ୍ଗଳବାର ଭୟଙ୍କର ବାତ୍ୟାର ରୂପନେଇ ସ୍ଥଳଭାଗ ଅଭିମୁଖେ ମାଡି ଆସୁଛି । ଆଉ କିଛି ଘଣ୍ଟା ମଧ୍ୟ୍ୟରେ ଆନ୍ଦ୍ରପ୍ରଦେଶ କାକିନାଡ଼ା ପାଖପାଖି ଅତିକ୍ରମ କରି ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଗୋପାଳପୁର ଠାରୁ ଦକ୍ଷିଣ ଦକ୍ଷିଣ -ପଶ୍ଚିମ ଦିଗରେ ୫୩୦ କିମି ଦୂରରେ ମୋନ୍ଥା ରହିଛି । ଗତ ୬ ଘଣ୍ଟା ମଧ୍ୟରେ ପ୍ରତି ଘଣ୍ଟା ୧୨ କିମି ବେଗରେ ସ୍ଥଳଭାଗ ଆଡ଼କୁ ମୁହଁା ହୋଉଛି। ମୋନ୍ଥା ବାତ୍ୟାରେ ଗୋପାଳପୁର ଓ ଆଖପାଖ ଅଞ୍ଚଳରେ ଝିପି ଝିପି ବର୍ଷ ହେବାଥିବା ବେଳେ ଆଉ କିଛି ସ୍ଥାନରେ ଲଗାତାର ବର୍ଷା ହୋଉ ନାହିଁ । ସୋମବାର ସକାଳ ୮ଟା ରୁ ମଙ୍ଗଳବାର ୮ଟା ପର୍ଯନ୍ତ ୩୫.୯ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ରଙ୍ଗେଇଲୁଣ୍ଡା ବ୍ଲକର ୭ ଟି ପଂଚାୟତର ୧୦୩ ଜଣକୁ ସ୍ଥାନାନ୍ତର କରାଯାଇଛି ବୋଲି ରଙ୍ଗେଈଲୁଣ୍ଡା ବିଡିଓ ବିଶ୍ୱଜିତ ରାୟ ସୂଚନା ଦେଇଛନ୍ତି । ଶୁଖିଲା ଖାଦ୍ୟ ମଜବୁତ ରଖାଯାଇଛି ଆବଶ୍ୟକ ପଡ଼ିଥିଲେ ସ୍ଥାନାନ୍ତରିତ କରାଯିବା ବୋଲି ଗୋପାଳପୁର ଏନଏସି ଭାରପ୍ରାପ୍ତ ଇଓ ପୁରୁଷୋତ୍ତମ ବେଣିଆ କହିଛନ୍ତି । ସମୁଦ୍ର ଅଶାନ୍ତ ଥିବା ସହ ବଡ଼ ବଡ଼ ଜୁଆର କୂଳକୁ ଆସୁଥିବା ଦେଖିବାକୁ ମିଳିଛି । ଦୋକାନ ବଜାର ବନ୍ଦ ରହିଛି । ବେଳାଭୂମିରେ ପୋଲିସ ଓ ପ୍ରଶାସନିକ ଅଧିକାରୀ ପଇଁନ୍ତରା ମାରୁଛି। ଗୋପାଳପୁର ବନ୍ଦରକୁ ତିନି ନମ୍ବର ବିପଦ ସଂକେତ ଜାରି କରାଯାଇଛି । ଆଜି ରେଡ୍‌ ୱାର୍ନିଂ ଜାରି କରାଯାଇଛି । ଅଧିକରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପ୍ରଶାସନ ପକ୍ଷରୁ ସଜାଗ ରହିଛି ।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ...

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି...

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ...

ଦିଲ୍ଲୀ ପ୍ରଦୂଷଣ: କେନ୍ଦ୍ରକୁ କାର୍ଯ୍ୟ ଯୋଜନା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୧: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ଖରାପ ହେବାରେ ଲାଗିଥିବାବେଳେ ଏଥିରେ ସୁଧାର ଆଣିବା...

ମହିଳାଙ୍କ ପାଇଁ ଖୁସି ଖବର, ଆଜି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୨।୧: ଅପେକ୍ଷାର ଅନ୍ତ ଘଟିବ। ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା। ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାମାନେ ଏହି...

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ଆକାଶରେ ପରିବର୍ତ୍ତନ

ମଣିଷ ଆଭ୍ୟନ୍ତରୀଣ ଉପତ୍ୟକାରୁ ଉପକୂଳ, ଜଙ୍ଗଲରୁ ପର୍ବତ ଅଞ୍ଚଳକୁ ସ୍ଥାନାନ୍ତର ହୋଇଥିବାରୁ ତାହା ବିଭିନ୍ନ କାହାଣୀ ଓ ସଙ୍କେତ ବହନ କରିଥିଲା। ସେମାନଙ୍କ ସହ ଆକାଶ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri