ଗୋପାଳପୁରରୁ ମାତ୍ର ଏତିକି କି.ମି. ଦୂରରେ ବାତ୍ୟା ମୋନ୍ଥା, ଗତ ୬ ଘଣ୍ଟା ମଧ୍ୟରେ…

ଗୋପାଳପୁର,୨୮।୧୦(ନବୀନ ରାଜ ଆଚାରୀ): ଦକ୍ଷିଣ -ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତ ହୋଇ ବଳ ଗୋଟାଇ ମଙ୍ଗଳବାର ଭୟଙ୍କର ବାତ୍ୟାର ରୂପନେଇ ସ୍ଥଳଭାଗ ଅଭିମୁଖେ ମାଡି ଆସୁଛି । ଆଉ କିଛି ଘଣ୍ଟା ମଧ୍ୟ୍ୟରେ ଆନ୍ଦ୍ରପ୍ରଦେଶ କାକିନାଡ଼ା ପାଖପାଖି ଅତିକ୍ରମ କରି ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଗୋପାଳପୁର ଠାରୁ ଦକ୍ଷିଣ ଦକ୍ଷିଣ -ପଶ୍ଚିମ ଦିଗରେ ୫୩୦ କିମି ଦୂରରେ ମୋନ୍ଥା ରହିଛି । ଗତ ୬ ଘଣ୍ଟା ମଧ୍ୟରେ ପ୍ରତି ଘଣ୍ଟା ୧୨ କିମି ବେଗରେ ସ୍ଥଳଭାଗ ଆଡ଼କୁ ମୁହଁା ହୋଉଛି। ମୋନ୍ଥା ବାତ୍ୟାରେ ଗୋପାଳପୁର ଓ ଆଖପାଖ ଅଞ୍ଚଳରେ ଝିପି ଝିପି ବର୍ଷ ହେବାଥିବା ବେଳେ ଆଉ କିଛି ସ୍ଥାନରେ ଲଗାତାର ବର୍ଷା ହୋଉ ନାହିଁ । ସୋମବାର ସକାଳ ୮ଟା ରୁ ମଙ୍ଗଳବାର ୮ଟା ପର୍ଯନ୍ତ ୩୫.୯ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ରଙ୍ଗେଇଲୁଣ୍ଡା ବ୍ଲକର ୭ ଟି ପଂଚାୟତର ୧୦୩ ଜଣକୁ ସ୍ଥାନାନ୍ତର କରାଯାଇଛି ବୋଲି ରଙ୍ଗେଈଲୁଣ୍ଡା ବିଡିଓ ବିଶ୍ୱଜିତ ରାୟ ସୂଚନା ଦେଇଛନ୍ତି । ଶୁଖିଲା ଖାଦ୍ୟ ମଜବୁତ ରଖାଯାଇଛି ଆବଶ୍ୟକ ପଡ଼ିଥିଲେ ସ୍ଥାନାନ୍ତରିତ କରାଯିବା ବୋଲି ଗୋପାଳପୁର ଏନଏସି ଭାରପ୍ରାପ୍ତ ଇଓ ପୁରୁଷୋତ୍ତମ ବେଣିଆ କହିଛନ୍ତି । ସମୁଦ୍ର ଅଶାନ୍ତ ଥିବା ସହ ବଡ଼ ବଡ଼ ଜୁଆର କୂଳକୁ ଆସୁଥିବା ଦେଖିବାକୁ ମିଳିଛି । ଦୋକାନ ବଜାର ବନ୍ଦ ରହିଛି । ବେଳାଭୂମିରେ ପୋଲିସ ଓ ପ୍ରଶାସନିକ ଅଧିକାରୀ ପଇଁନ୍ତରା ମାରୁଛି। ଗୋପାଳପୁର ବନ୍ଦରକୁ ତିନି ନମ୍ବର ବିପଦ ସଂକେତ ଜାରି କରାଯାଇଛି । ଆଜି ରେଡ୍‌ ୱାର୍ନିଂ ଜାରି କରାଯାଇଛି । ଅଧିକରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପ୍ରଶାସନ ପକ୍ଷରୁ ସଜାଗ ରହିଛି ।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?