ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ଆଦିତ୍ୟ କୁମାର

କଟକ ଅଫିସ,୫ା୧୧: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍‌ ଆଦିତ୍ୟ କୁମାର ମହାପାତ୍ର। ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଡ. ଜଷ୍ଟିସ ଏସ୍‌. ମୁରଲୀଧର ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଅବସରରେ ହାଇକୋର୍ଟର ସମସ୍ତ ବିଚାରପତିଙ୍କ ସହିତ ଅନ୍ୟମାନେ ଉପସ୍ଥିତ ଥିଲେ। ଜଷ୍ଟିସ୍‌ ମହାପାତ୍ରଙ୍କ ନିଯୁକ୍ତି ପରେ ହାଇକୋର୍ଟରେ ବିଚାରପତି ସଂଖ୍ୟା ୧୮ରେ ପହଞ୍ଚିଛି।

 

ଜଷ୍ଟିସ୍‌ ମହାପାତ୍ର ପବ୍ଲିକେଶନ ହାଉସ୍‌ ଗ୍ରନ୍ଥ ମନ୍ଦିରର ପ୍ରତିଷ୍ଠାତା ତଥା ବିଶିଷ୍ଟ ପ୍ରକାଶକ ସ୍ବର୍ଗତ ଶ୍ରୀଧର ମହାପାତ୍ରଙ୍କ ନାତି ତଥା ପ୍ରକାଶକ ସ୍ବର୍ଗତ ଅଭିରାମ ମହାପାତ୍ରଙ୍କ ପୁଅ। ସେ ୧୯୬୯ ଫେବୃୟାରୀ ୨୬ରେ ଜନ୍ମ ଗ୍ରହଣ କରିଥିଲେ। ୧୯୮୪ରେ ରେଭେନ୍ସା କଲେଜିଏଟ ସ୍କୁଲରୁ ମାଟ୍ରିକ ପାସ ପରେ ଏହି କଲେଜରୁ ଉଚ୍ଚଶିକ୍ଷା ସମାପ୍ତ କରିଥିଲେ। ମଧୁସୂଦନ ଆଇନ କଲେଜରୁ ଏଲ୍‌ଏଲ୍‌.ବି. ଡିଗ୍ରୀ ହାସଲ କରିବା ପରେ ୧୯୯୫ରେ ହାଇକୋର୍ଟରେ ଆଇନଜୀବୀ ଭାବେ ଯୋଗ ଦେଇଥିଲେ। ଜଷ୍ଟିସ୍‌ ପି.କେ.ମିଶ୍ରଙ୍କ ସହଯୋଗୀ ଭାବେ ସେ ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ। ଦୀର୍ଘ ୨୬ ବର୍ଷ ଭିତରେ ସେ ହାଇକୋର୍ଟରେ ବହୁ ଗୁରୁତ୍ୱପୂର୍ଣ୍ଣ ମାମଲା ପରିଚାଳନା କରି ଜଣେ ଦକ୍ଷ ଆଇନଜୀବୀ ଭାବେ ସାରା ରାଜ୍ୟରେ ସୁନାମ ଅର୍ଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri