ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ଆଦିତ୍ୟ କୁମାର

କଟକ ଅଫିସ,୫ା୧୧: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍‌ ଆଦିତ୍ୟ କୁମାର ମହାପାତ୍ର। ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଡ. ଜଷ୍ଟିସ ଏସ୍‌. ମୁରଲୀଧର ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଅବସରରେ ହାଇକୋର୍ଟର ସମସ୍ତ ବିଚାରପତିଙ୍କ ସହିତ ଅନ୍ୟମାନେ ଉପସ୍ଥିତ ଥିଲେ। ଜଷ୍ଟିସ୍‌ ମହାପାତ୍ରଙ୍କ ନିଯୁକ୍ତି ପରେ ହାଇକୋର୍ଟରେ ବିଚାରପତି ସଂଖ୍ୟା ୧୮ରେ ପହଞ୍ଚିଛି।

 

ଜଷ୍ଟିସ୍‌ ମହାପାତ୍ର ପବ୍ଲିକେଶନ ହାଉସ୍‌ ଗ୍ରନ୍ଥ ମନ୍ଦିରର ପ୍ରତିଷ୍ଠାତା ତଥା ବିଶିଷ୍ଟ ପ୍ରକାଶକ ସ୍ବର୍ଗତ ଶ୍ରୀଧର ମହାପାତ୍ରଙ୍କ ନାତି ତଥା ପ୍ରକାଶକ ସ୍ବର୍ଗତ ଅଭିରାମ ମହାପାତ୍ରଙ୍କ ପୁଅ। ସେ ୧୯୬୯ ଫେବୃୟାରୀ ୨୬ରେ ଜନ୍ମ ଗ୍ରହଣ କରିଥିଲେ। ୧୯୮୪ରେ ରେଭେନ୍ସା କଲେଜିଏଟ ସ୍କୁଲରୁ ମାଟ୍ରିକ ପାସ ପରେ ଏହି କଲେଜରୁ ଉଚ୍ଚଶିକ୍ଷା ସମାପ୍ତ କରିଥିଲେ। ମଧୁସୂଦନ ଆଇନ କଲେଜରୁ ଏଲ୍‌ଏଲ୍‌.ବି. ଡିଗ୍ରୀ ହାସଲ କରିବା ପରେ ୧୯୯୫ରେ ହାଇକୋର୍ଟରେ ଆଇନଜୀବୀ ଭାବେ ଯୋଗ ଦେଇଥିଲେ। ଜଷ୍ଟିସ୍‌ ପି.କେ.ମିଶ୍ରଙ୍କ ସହଯୋଗୀ ଭାବେ ସେ ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ। ଦୀର୍ଘ ୨୬ ବର୍ଷ ଭିତରେ ସେ ହାଇକୋର୍ଟରେ ବହୁ ଗୁରୁତ୍ୱପୂର୍ଣ୍ଣ ମାମଲା ପରିଚାଳନା କରି ଜଣେ ଦକ୍ଷ ଆଇନଜୀବୀ ଭାବେ ସାରା ରାଜ୍ୟରେ ସୁନାମ ଅର୍ଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?