୨୨ ବର୍ଷ ପରେ ନ୍ୟାୟ: ୬ ଜଣଙ୍କୁ ଆଜୀବନ ଜେଲ

ଓଡ଼ଗାଁ,୨୫ା୨(ଆଦର୍ଶ କୁମାର ପଟ୍ଟନାୟକ) ନୟାଗଡ଼ ଜିଲା ଶରଣକୁଳ ଥାନା ଅଧୀନ କେଶପାନିଆ ଗ୍ରାମରେ ୨୨ ବର୍ଷ ତଳେ ଘଟିଥିବା ମଦନ ନାହାକ ହତ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ଓଡ଼ଗାଁ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ମାନସ ରଞ୍ଜନ ରଥ ଏହି ମାମଲାରେ ୬ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସୂଚନା ଅନୁଯାୟୀ, ୧୦ା୧୦ା୨୦୦୨ରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କେଶପାନିଆ ଗ୍ରାମର ମଦନ ନାହାକଙ୍କୁ ସେହି ଗ୍ରାମର ମୋଚି ନାଇକଙ୍କ ସମେତ ୧୮ ଜଣ କଟୁରି, ଠେଙ୍ଗାରେ ମରଣାନ୍ତକ ଆକ୍ରମଣ କରିଥିଲେ। ଏହି ଘଟଣାରେ ମଦନଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କୁ ଉଦ୍ଧାର କରିବାକୁ ଯାଇଥିବା ଯୁଗଳ ନାହାକଙ୍କ ସମେତ ଅନ୍ୟମାନେ ଅଭିଯୁକ୍ତମାନଙ୍କ ବୋମା ଓ ପଥର ମାଡ଼ରେ ଗୁରୁତର ହୋଇଥିଲେ। ଏନେଇ ମୃତ ମଦନଙ୍କ ଝିଅ କୁମାରୀ ନାହାକଙ୍କ ଅଭିଯୋଗକ୍ରମେ ଶରଣକୁଳ ଥାନା ପୋଲିସ ବିଭିନ୍ନ ଦଫାରେ ଏକ ମାମଲା(ନଂ.୮୬/୨୦୦୨) ରୁଜୁ କରିଥିଲା। ପୋଲିସ ଅଭିଯୁକ୍ତମାନଙ୍କୁ ଗିରଫ କରିବା ସହିତ ତଦନ୍ତ କରି କୋର୍ଟରେ ଅଭିଯୋଗପତ୍ର ଦାଖଲ କରିଥିଲା। ଏହି ମାମଲା ଓଡ଼ଗାଁ ଅତିରିକ୍ତ ଜିଲା ଓ ଦୌରାଜଜ୍‌ଙ୍କ ଅଦାଲତରେ ଏସ୍‌ଟି କେସ ନଂ. ୪୪୪/୫୦-୨୦୦୩/୨୦୨୩ରେ ପଞ୍ଜୀକୃତ ହୋଇ ବିଚାର ପ୍ରକ୍ରିୟା ଚାଲିଥିଲା। ୧୮ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ଅତିରିକ୍ତ ଜିଲା ଓ ଦୌରାଜଜ୍‌ ରଥ ମୁଦାଲା ଗଣେଶ ନାହାକ, ମେଳିଆ ନାହାକ, ଚତୁର୍ଭୁଜ ନାହାକ, ଭାଗୀ ନାହାକ, ଭୀମ ନାହାକ ଓ ମୋଚି ନାହାକଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ସହିତ ୧୦ ହଜାର ଟଙ୍କା ଲେଖା ଜରିମାନା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦୟ ଅଭିଯୁକ୍ତମାନେ ଅତିରିକ୍ତ ୬ ମାସ ସଶ୍ରମ କାରାଦଣ୍ଡ ଭୋଗିବେ ବୋଲି କୋର୍ଟ ନିଜ ରାୟରେ ସ୍ପଷ୍ଟ କରିଛନ୍ତି। ଏହା ସହିତ ମୁଦାଲା ଭାଗୀ ନାହାକଙ୍କୁ ବିସ୍ଫୋରକ ନିରୋଧ ଆଇନ ଅନୁଯାୟୀ ଯୁଗଳ ନାହାକଙ୍କୁ ଆଘାତ କରିଥିବାରୁ ଦଫା ୩୨୬ ଅନୁସାରେ ଅତିରିକ୍ତ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଓ ୧୦ ହଜାର ଟଙ୍କା ଜରିମାନା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦୟ ୧ ବର୍ଷ ଅଧିକ ସଶ୍ରମ କାରାଦଣ୍ଡ ଭୋଗିବାକୁ କୋର୍ଟ କହିଛନ୍ତି। ଅନ୍ୟପକ୍ଷେ ଏହି ମାମଲାର ୨ ଅଭିଯୁକ୍ତଙ୍କ ତଦନ୍ତ ପ୍ରକ୍ରିୟା ଚାଲିଥିବା ବେଳେ ପରଲୋକ ଘଟିଥିଲା। ଅନ୍ୟ ୧୦ ଅଭିଯୁକ୍ତଙ୍କୁ ପ୍ରମାଣ ଅଭାବରୁ କୋର୍ଟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଅତିରିକ୍ତ ସରକାରୀ ଓକିଲ ଇନ୍ଦୁଭୂଷଣ ମିଶ୍ର ଏହି ମାମଲାକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri