Posted inଜାତୀୟ

ନ୍ୟାୟ ବ୍ୟବସ୍ଥା ସ୍ବାଧୀନତାର ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ

ନୂଆଦିଲ୍ଲୀ, ୧୫।୧୧(ପି.ଟି.): ତଳ କୋର୍ଟ ଓ ଜିଲା ଅଦାଲତଗୁଡ଼ିକର କାର୍ଯ୍ୟ ଜରିଆରେ ଲକ୍ଷ ଲକ୍ଷ ଲୋକ ଭାରତୀୟ ନ୍ୟାୟ ବ୍ୟବସ୍ଥାର ମନୋଭାବ ସମ୍ପର୍କରେ ଅବଗତ ହୋଇଥାନ୍ତି ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ.ଭି. ରମନା କହିଛନ୍ତି। ତେଣୁ ସବୁ ସ୍ତରରେ ନ୍ୟାୟ ବ୍ୟବସ୍ଥାର ସ୍ବାଧୀନତା ଓ ସାଧୁତାର ସଂରକ୍ଷଣ, ସୁରକ୍ଷା ଓ ପ୍ରସାର ସବୁଠୁ ଗୁରୁତ୍ୱପୂର୍ଣ୍ଣ ବୋଲି ସେ ମତ ଦେଇଛନ୍ତି। କଲ୍ୟାଣକାରୀ ରାଷ୍ଟ୍ର କଥା ଚିନ୍ତା କଲାବେଳେ ଭାରତୀୟ ନ୍ୟାୟ ବ୍ୟବସ୍ଥା ସବୁବେଳେ ଆଗରେ ରହିଥାଏ। ଦେଶର ସାମ୍ବିଧାନିକ ଅଦାଲତଗୁଡ଼ିକର ନିଷ୍ପତ୍ତି ସାମାଜିକ ଗଣତନ୍ତ୍ରକୁ ବଜାୟ ରଖିଛି। ଲିଗାଲ ଆଓ୍ବାରନେସ୍‌ ଆଣ୍ଡ ଆଉଟ୍‌ରିଚ୍‌ କ୍ୟାମ୍ପେନ୍‌ର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ଜଷ୍ଟିସ ରମନା କହିଥିଲେ, କଲ୍ୟାଣକାରୀ ରାଷ୍ଟ୍ରର ଅଂଶବିଶେଷ ହେବା ସତ୍ତ୍ୱେ ବିଭିନ୍ନ ଯୋଜନାର ସୁଫଳ ଉପଯୁକ୍ତ ହିତାଧିକାରୀଙ୍କ ପାଖରେ ପହଞ୍ଚତ୍ ପାରୁନାହିଁ। ମର୍ଯ୍ୟାଦାଜନକ ଜୀବନ ବଞ୍ଚତ୍ବାର ଅଭିଳାଷ ଅନେକ ସମୟରେ ଦାରିଦ୍ର୍ୟ ଭଳି ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି। ତୃଣମୂଳ ସ୍ତରକୁ ନ୍ୟାୟ ପ୍ରଦାନ ବ୍ୟବସ୍ଥାକୁ ସୁଦୃଢ଼ କରା ନ ଗଲେ ସୁସ୍ଥ ନ୍ୟାୟ ବ୍ୟବସ୍ଥାର କଳ୍ପନା କରାଯାଇପାରିବ ନାହିଁ ବୋଲି ସିଜେଆଇ କହିଛନ୍ତି।
ପ୍ରଥମ ଥର ପାଇଁ ସିଧାସଳଖ ହାଇକୋର୍ଟଗୁଡ଼ିକର ମୁଖ୍ୟ ବିଚାରପତି ଓ ବିଚାରପତିମାନଙ୍କୁ ଉଦ୍‌ବୋଧନ ଦେଇ ସିଜେଆଇ କହିଥିଲେ, ସମ୍ବିଧାନ ଆମ ଉପରେ ଯେଉଁ ଦାୟିତ୍ୱ ନ୍ୟସ୍ତ କରିଛି ତାକୁ ମିଳିତ ଭାବେ ଅତ୍ୟନ୍ତ ସଚ୍ଚୋଟତା ଓ ପ୍ରତିବଦ୍ଧତାର ସହ ନିର୍ବାହ କରିବାକୁ ହେବ। ନ୍ୟାୟପାଳିକା ଉପରେ ଜନସାଧାରଣଙ୍କ ଆସ୍ଥା ରହିଛି ଓ ଏହାକୁ ସେମାନେ ଶେଷ ଆଶା ଭାବେ ଧରିନେଇଥାନ୍ତି। ତେଣୁ ସୁପ୍ରିମକୋର୍ଟ ଏବଂ ହାଇକୋର୍ଟ ସାମ୍ବିଧାନିକ ଯୋଜନା ପ୍ରତି ଅତ୍ୟନ୍ତ ସଚେତନ ରହିବାକୁ ହେବ ବୋଲି ସିଜେଆଇ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri