ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କଲେ ଜଷ୍ଟିସ୍‌ ବିଶ୍ୱନାଥ, କହିଲେ-ମା’ ସାଆନ୍ତାଣୀଙ୍କ ଅନୁମତି ନେଇ…

ପୁରୀ,୧୪।୭: ମହାପ୍ରଭୁ ଜଗନ୍ନାଥଙ୍କ ରତ୍ନଭଣ୍ଡାର ଖୋଲିବାକୁ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରବିବାର ଶୁଭ ମୂହୁର୍ତ୍ତରେ ଏହା ଖୋଲାଯିବାକୁ ଥିବା ବେଳେ ତା ପୂର୍ବରୁ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍‌ ବିଶ୍ୱନାଥ ରଥ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏହାପରେ ଗଣମାଧ୍ୟମକୁ ସେ ନିଜର ପ୍ରତିକ୍ରିୟା ଦେଇ କହିଛନ୍ତି, ମହାପ୍ରଭୁଙ୍କୁ ଦର୍ଶନ କରି ରତ୍ନଭଣ୍ଡାର ଖୋଲିବାକୁ ଆଶୀର୍ବାଦ ଭିକ୍ଷା କଲୁ। ଆଜି ସୁନିଶ୍ଚିତ ଭାବେ ଖୋଲିବ ରତ୍ନଭଣ୍ଡାର। ଦିଗ ୧ଟା ପରେ ଶୁଭ ମୂହୁର୍ତ୍ତ ଅଛି। ଏଣୁ ୧୦ଟାରେ ବୈଠକ ପରେ ସମୟ ସ୍ଥିର କରାଯିବ।

ଏହାଛଡ଼ା ରତ୍ନଭଣ୍ଡାର ଖୋଲାଯିବାକୁ ନେଇ ସକାଳୁ ମା’ ବିମଳାଙ୍କ ପୂଜାର୍ଚ୍ଚନା କରାଯାଉଛି। ଶ୍ରୀମନ୍ଦିରରେ ପ୍ରବେଶ କଲେ ପ୍ରଥମେ ମା’ଙ୍କ ଦର୍ଶନ କରିବୁ। ମା’ ବିମଳା ଓ ମା’ ଲକ୍ଷ୍ମୀଙ୍କ ଦର୍ଶନ କରି ଅନୁମତି ନେବୁ। ମା’ ସାଆନ୍ତାଣୀ ଭଣ୍ଡାର ଘରର ମାଲିକାଣୀ। ତାଙ୍କ ଅନୁମତି ନେଇ ରତ୍ନଭଣ୍ଡାରରେ ପଶିବୁ ବୋଲି ଜଷ୍ଟିସ ରଥ କହିଛନ୍ତି।

ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ମଞ୍ଜୁରୀ ପ୍ରଦାନ ସହ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସେସ୍‌(ଏସ୍‌ଓପି) ଜାରି କରାଯାଇଥିଲା। ଫଳରେ ଭିତର ରତ୍ନଭଣ୍ଡାର ଖୋଲାଯିବା ନିଶ୍ଚିତ ହୋଇଥିଲା। ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ଏସ୍‌ଓପି ପ୍ରଦାନ କରାଯାଇଥିଲା। ଏହାପରେ ରତ୍ନଭଣ୍ଡାର ଖୋଲାଯିବା ନେଇ ପ୍ରସ୍ତୁତି ଶେଷ ହୋଇଛି। ରବିବାର ଅପରାହ୍ନ ୧ଟାରୁ ୧ଟା ୩୦ ମିନିଟ୍‌ ମଧ୍ୟରେ ରତ୍ନଭଣ୍ଡାର ଖୋଲାଯିବାକୁ ସ୍ଥିର ହୋଇଛି ବୋଲି ରତ୍ନଭଣ୍ଡାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ୍‌ ବିଶ୍ୱନାଥ ରଥ ସୂଚନା ଦେଇଛନ୍ତି। ଉଲ୍ଲେଖଥାଉ କି ଶେଷଥର ପାଇଁ ୧୯୭୮ ମସିହାରେ ରତ୍ନଭଣ୍ଡାର ଖୋଲାଯିବା ସହ ଏହାର ଅଡିଟ କରାଯାଇ ଇନ୍‌ଭେଣ୍ଟୋରି ପ୍ରସ୍ତୁତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri