ଭିତର ରତ୍ନଭଣ୍ଡାରରେ କ’ଣ ଅଛି? ବାହାରକୁ ଆସିବା ପରେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଦେଲେ ବଡ଼ ସୂଚନା

ଜଷ୍ଟିସ ବିଶ୍ବନାଥ ରଥ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସଂପୂର୍ଣ୍ଣ ଅଳଙ୍କାର ସ୍ଥାନାନ୍ତରଣ କରିବା ପାଇଁ ସାଢ଼େ ୭ ଘଣ୍ଟା ଲାଗିଲା। ସକାଳ ୯ଟା ୫୧ରେ ଆମେ ରତ୍ନଭଣ୍ଡାରରେ ପ୍ରବେଶ କରିଥିଲୁ। ଅପରାହ୍ନ ୫ଟା ୧୫ ସୁଦ୍ଧା ସ୍ଥାନାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି। ସ୍ଥାନାନ୍ତରଣ ପାଇଁ ଆମ ୧୧ ଜଣଙ୍କ ସହ ଅନ୍ୟମାନଙ୍କ ସହାୟତା ନେଇଥିଲୁ। କେବଳ କଟର ଓ ଇଲେକ୍ଟ୍ରି ସହାୟକଙ୍କ ଛଡ଼ା ଆଉ କାହାର ସହଯୋଗ ଲୋଡ଼ା ପଡ଼ିଲାନାହିଁ।

ବିଶ୍ବନାଥ ରଥ ଆହୁରି କହିଛନ୍ତି, ରତ୍ନଭଣ୍ଡାର ଭିତରେ ଗୁପ୍ତ ଭଣ୍ଡାର କି କିଛି ସୁଡ଼ଙ୍ଗ ନାହିଁ। ଆମ ଆଖିରେ ଆମେ ସେମିତି କିଛି ସୁଡ଼ଙ୍ଗ ଦେଖିପାରିଲୁନି। ଗୁପ୍ତ ଭଣ୍ଡାର, ସୁଡ଼ଙ୍ଗ ହେଉଥିବା ଚର୍ଚ୍ଚା ତଥ୍ୟ ପର୍ଯ୍ୟବଷିତ ନୁହେଁ । ଭିତର ରତ୍ନଭଣ୍ଡାରରେ ମୋଟ ୭ଟି ସିନ୍ଦୁକ ଓ ୩ଟି କାଠ ଆଲମିରା, ଗୋଟିଏ ଷ୍ଟିଲ ଆଲମିରା ଥିଲା। ୨ଟି କାଠ ସିନ୍ଦୁକ ଓ ଗୋଟିଏ ଲୁହା ସିନ୍ଦୁକ ରହିଥିଲା। ସମସ୍ତ ଆଲମାରି ଓ ସିନ୍ଦୁକ ତାଲା ଖୋଲି ଅଳଙ୍କାର ସ୍ଥାନାନ୍ତର ହୋଇଛି।

ଏଥିସହ ଜଷ୍ଟିସ ରଥ କହିଛନ୍ତି, ରତ୍ନଭଣ୍ଡାରରେ କଣ ଅଛି କାହାକୁ କୁହାଯିବ ନାହିଁ। ଆପଣଙ୍କ ଘରେ କ’ଣ ଅଳଙ୍କାର ଅଛି, ଆପଣ କାହାକୁ କହିନଥାନ୍ତି। ସେମିତି ମହାପ୍ରଭୁଙ୍କର କ’ଣ ଅଳଙ୍କାର ଅଛି, ତାକୁ ପ୍ରକାଶ କରିବୁ ନାହିଁ। ଏନେଇ ଆମେ ସମସ୍ତ ସଦସ୍ୟ ମହାପ୍ରଭୁଙ୍କ ନାଁରେ ଶପଥ ନେଇଛୁ। ଯାହା ଦେଖିଛୁ ତାହା ଆମ ମୁଣ୍ଡକୁ ଯିବ, କିନ୍ତୁ ତୁଣ୍ଡରୁ ବାହାରିବ ନାହିଁ।

ଏପଟେ ବାହାରକୁ ବାହାରିବା ପରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି,ସମସ୍ତଙ୍କ ପାଇଁ ଖୁସି ଖବର । ସୁରୁଖୁରୁରେ ଭିତର ଭଣ୍ଡାର ଅଳଙ୍କାରର ସ୍ଥାନାନ୍ତର ସମ୍ପନ୍ନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri