ଭିତର ରତ୍ନଭଣ୍ଡାରରେ କ’ଣ ଅଛି? ବାହାରକୁ ଆସିବା ପରେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଦେଲେ ବଡ଼ ସୂଚନା

ଜଷ୍ଟିସ ବିଶ୍ବନାଥ ରଥ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସଂପୂର୍ଣ୍ଣ ଅଳଙ୍କାର ସ୍ଥାନାନ୍ତରଣ କରିବା ପାଇଁ ସାଢ଼େ ୭ ଘଣ୍ଟା ଲାଗିଲା। ସକାଳ ୯ଟା ୫୧ରେ ଆମେ ରତ୍ନଭଣ୍ଡାରରେ ପ୍ରବେଶ କରିଥିଲୁ। ଅପରାହ୍ନ ୫ଟା ୧୫ ସୁଦ୍ଧା ସ୍ଥାନାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି। ସ୍ଥାନାନ୍ତରଣ ପାଇଁ ଆମ ୧୧ ଜଣଙ୍କ ସହ ଅନ୍ୟମାନଙ୍କ ସହାୟତା ନେଇଥିଲୁ। କେବଳ କଟର ଓ ଇଲେକ୍ଟ୍ରି ସହାୟକଙ୍କ ଛଡ଼ା ଆଉ କାହାର ସହଯୋଗ ଲୋଡ଼ା ପଡ଼ିଲାନାହିଁ।

ବିଶ୍ବନାଥ ରଥ ଆହୁରି କହିଛନ୍ତି, ରତ୍ନଭଣ୍ଡାର ଭିତରେ ଗୁପ୍ତ ଭଣ୍ଡାର କି କିଛି ସୁଡ଼ଙ୍ଗ ନାହିଁ। ଆମ ଆଖିରେ ଆମେ ସେମିତି କିଛି ସୁଡ଼ଙ୍ଗ ଦେଖିପାରିଲୁନି। ଗୁପ୍ତ ଭଣ୍ଡାର, ସୁଡ଼ଙ୍ଗ ହେଉଥିବା ଚର୍ଚ୍ଚା ତଥ୍ୟ ପର୍ଯ୍ୟବଷିତ ନୁହେଁ । ଭିତର ରତ୍ନଭଣ୍ଡାରରେ ମୋଟ ୭ଟି ସିନ୍ଦୁକ ଓ ୩ଟି କାଠ ଆଲମିରା, ଗୋଟିଏ ଷ୍ଟିଲ ଆଲମିରା ଥିଲା। ୨ଟି କାଠ ସିନ୍ଦୁକ ଓ ଗୋଟିଏ ଲୁହା ସିନ୍ଦୁକ ରହିଥିଲା। ସମସ୍ତ ଆଲମାରି ଓ ସିନ୍ଦୁକ ତାଲା ଖୋଲି ଅଳଙ୍କାର ସ୍ଥାନାନ୍ତର ହୋଇଛି।

ଏଥିସହ ଜଷ୍ଟିସ ରଥ କହିଛନ୍ତି, ରତ୍ନଭଣ୍ଡାରରେ କଣ ଅଛି କାହାକୁ କୁହାଯିବ ନାହିଁ। ଆପଣଙ୍କ ଘରେ କ’ଣ ଅଳଙ୍କାର ଅଛି, ଆପଣ କାହାକୁ କହିନଥାନ୍ତି। ସେମିତି ମହାପ୍ରଭୁଙ୍କର କ’ଣ ଅଳଙ୍କାର ଅଛି, ତାକୁ ପ୍ରକାଶ କରିବୁ ନାହିଁ। ଏନେଇ ଆମେ ସମସ୍ତ ସଦସ୍ୟ ମହାପ୍ରଭୁଙ୍କ ନାଁରେ ଶପଥ ନେଇଛୁ। ଯାହା ଦେଖିଛୁ ତାହା ଆମ ମୁଣ୍ଡକୁ ଯିବ, କିନ୍ତୁ ତୁଣ୍ଡରୁ ବାହାରିବ ନାହିଁ।

ଏପଟେ ବାହାରକୁ ବାହାରିବା ପରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି,ସମସ୍ତଙ୍କ ପାଇଁ ଖୁସି ଖବର । ସୁରୁଖୁରୁରେ ଭିତର ଭଣ୍ଡାର ଅଳଙ୍କାରର ସ୍ଥାନାନ୍ତର ସମ୍ପନ୍ନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?