Posted inଜାତୀୟ

ଜଷ୍ଟିସ୍‌ ବି.ଆର୍‌. ଗଭାଇ କିଏ? ଯିଏ ହେବେ ଭାରତର ପରବର୍ତ୍ତୀ CJI 

ନୂଆଦିଲ୍ଲୀ,୧୬।୪:  ଭାରତର ପ୍ରଧାନ ବିଚାରପତି ସଞ୍ଜିବ ଖାନ୍ନା ବୁଧବାର ସୁପ୍ରିମକୋର୍ଟର ବରିଷ୍ଠତମ ବିଚାରପତି ଜଷ୍ଟିସ ବି.ଆର୍‌. ଗଭାଇଙ୍କୁ ତାଙ୍କ ଉତ୍ତରାଧିକାରୀ ଭାବରେ ସୁପାରିଶ କରିଛନ୍ତି। ଜଷ୍ଟିସ ଗଭାଇ ପରବର୍ତ୍ତୀ ସିଜେଆଇ ହେବେ ବୋଲି ବିଶ୍ୱାସ କରାଯାଉଛି। ତେବେ ସେ ସେ ମେ’୧୪ ତାରିଖରେ ଦେଶର ୫୨ତମ ସିଜେଆଇ ଭାବରେ ଶପଥ ନେବେ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଷ୍ଟିସ ଗଭାଇଙ୍କୁ ଶପଥ ପାଠ କରାଇବେ। ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼ ୬୫ ବର୍ଷ ବୟସରେ ଅବସର ନେବା ପରେ ଜଷ୍ଟିସ ଖାନ୍ନା ନଭେମ୍ବର ୨୦୨୪ରେ ସିଜେଆଇ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ ଏବଂ ବର୍ତ୍ତମାନ ଜଷ୍ଟିସ ଖାନ୍ନା ଅବସର ନେଉଛନ୍ତି।
ଜଷ୍ଟିସ ଗଭାଇ କିଏ?
ଜଷ୍ଟିସ ଗଭାଇଙ୍କ ପୂରା ନାମ ଭୂଷଣ ରାମକୃଷ୍ଣ ଗଭାଇ, ଯିଏ ୨୪ ନଭେମ୍ବର ୧୯୬୦ରେ ମହାରାଷ୍ଟ୍ରର ଅମରାବତୀରେ ଜନ୍ମଗ୍ରହଣ କରିଥିଲେ। ସେ ନଭେମ୍ବର ୧୨, ୨୦୦୫ରେ ହାଇକୋର୍ଟର ସ୍ଥାୟୀ ବିଚାରପତି ହୋଇଥିଲେ। ସେବେଠାରୁ ସେ ସୁପ୍ରିମକୋର୍ଟର ଅନେକ ସାମ୍ବିଧାନିକ ଖଣ୍ଡପୀଠର ଅଂଶ ଅଟନ୍ତି, ଯେଉଁମାନେ ଅନେକ ଐତିହାସିକ ରାୟ ଦେଇଛନ୍ତି।
ପୂର୍ବତନ ଜମ୍ମୁ-କଶ୍ମୀର ରାଜ୍ୟକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦେଉଥିବା ଧାରା ୩୭୦କୁ ଉଚ୍ଛେଦ କରିବା ପାଇଁ କେନ୍ଦ୍ରର ନିଷ୍ପତ୍ତିକୁ ସର୍ବସମ୍ମତିକ୍ରମେ ସମର୍ଥନ କରିଥିବା ପାଞ୍ଚ ଜଣିଆ ଖଣ୍ଡପୀଠର ସଦସ୍ୟ ଥିଲେ ଜଷ୍ଟିସ ଗଭାଇ।

Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା: ସମୁଦ୍ର ଛାଡ଼ି କୂଳମୁହାଁ ମତ୍ସ୍ୟଜୀବୀ, ଆଶଙ୍କାରେ ଲୋକେ

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସହିତ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଚିନ୍ତା ବାଇଛି। ଫଳରେ ବିଶେଷ କରି ଉପକୂଳ ଅଞ୍ଚଳ ପାରମ୍ପରିକ ମାଛ…

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର…

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର…

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?