ଜଷ୍ଟିସ୍‌ ଦୀପକ ମିଶ୍ର ପାଇବେ ‘ଉତ୍କଳ ରତ୍ନ’

କଟକ,୧୭ା୭ (କାର୍ତ୍ତିକ ସାହୁ): ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ୍‌ ଦୀପକ ମିଶ୍ରଙ୍କୁ ଚଳିତବର୍ଷ ପାଇଁ ଅନୁଷ୍ଠାନର ସର୍ବୋଚ୍ଚ ସମ୍ମାନ ଉତ୍କଳ ରତ୍ନ ପ୍ରଦାନ କରାଯିବ। ସେହିପରି ରାଧାମୋହନ ମହାପାତ୍ରଙ୍କୁ ଶୁକଦେବ ସାହୁ ଉପନ୍ୟାସ ସମ୍ମାନ, ସଂଯୁକ୍ତା ମହାନ୍ତିଙ୍କୁ ଫକୀର ମୋହନ କ୍ଷୁଦ୍ରଗଳ୍ପ ସମ୍ମାନ, ମନ୍ମଥ କୁମାର ଶତପଥୀଙ୍କୁ ରାମଚନ୍ଦ୍ର ମିଶ୍ର ନାଟକ ସମ୍ମାନ, ପ୍ରହ୍ଲାଦ ଚନ୍ଦ୍ର ନାୟକଙ୍କୁ ପ୍ରାଣକୃଷ୍ଣ ପରିଜା ବିଜ୍ଞାନ ସାହିତ୍ୟ ସମ୍ମାନ, ବିମଳ ଜେନାଙ୍କୁ ଗଙ୍ଗାଧର ମେହେର କବିତା ସମ୍ମାନ, କମ୍ବୁପାଣି ସାମନ୍ତଙ୍କୁ ଗୋପୀନାଥ ନନ୍ଦ ପ୍ରବନ୍ଧ-ସମାଲୋଚନା ସାହିତ୍ୟ ସମ୍ମାନ, ଡ. ଜ୍ୟୋତିର୍ମୟୀ ମହାନ୍ତିଙ୍କୁ ରାମକୃଷ୍ଣ ନନ୍ଦ ଶିଶୁ-ସାହିତ୍ୟ ସମ୍ମାନ ପ୍ରଦାନ କରାଯିବ। ଏଥିସହ ତ୍ରିପୁରା ମିଶ୍ରଙ୍କୁ ବୈଷ୍ଣବ ପାଣି କଳା ସମ୍ମାନ, ରମେଶ ଚନ୍ଦ୍ର ରଥଙ୍କୁ ପ୍ରଫୁଲ୍ଲ ଦାସ ଅନୁବାଦ ସାହିତ୍ୟ ସମ୍ମାନ, ଛାୟାକାନ୍ତ ଷଡ଼ଙ୍ଗୀଙ୍କୁ ରାଧାନାଥ ରଥ ସମ୍ବାଦ ସାହିତ୍ୟ ସମ୍ମାନ, ଚୈତନ୍ୟ କୁମାର ସାହୁଙ୍କୁ ଗୋବିନ୍ଦ ନାରାୟଣ ଆଧ୍ୟାତ୍ମିକ ସାହିତ୍ୟ ସମ୍ମାନ, ଅପର୍ଣ୍ଣା ମିଶ୍ରଙ୍କୁ ବସନ୍ତ କୁମାରୀ ଦେବୀ ଲେଖିକା ସମ୍ମାନ, ସତ୍ୟନାରାୟଣ ମହାପାତ୍ରଙ୍କୁ ବିଦ୍ୟାଧର ମିଶ୍ର ଜୀବନୀ ସାହିତ୍ୟ ସମ୍ମାନ, ଦେବୁପ୍ରସାଦ ଚାଟାର୍ଜୀଙ୍କୁ ଉଦୟନାଥ ଷଡ଼ଙ୍ଗୀ ସାମ୍ବାଦିକତା ସମ୍ମାନ, ରମାକାନ୍ତ ମହାପାତ୍ରଙ୍କୁ ନୀରଦପ୍ରଭା ହାସ୍ୟବ୍ୟଙ୍ଗ ସମ୍ମାନ, କାହ୍ନୁଚରଣ ଲେଙ୍କାଙ୍କୁ ବିଶ୍ୱନାଥ ମିଶ୍ର ଆତ୍ମଜୀବନୀ ସମ୍ମାନ, ବାବାଜୀ ଚରଣ ଜେନାଙ୍କୁ ନବରୂପା ରାଜ ଗୀତିକବିତା ସମ୍ମାନ, ଗୋପୀନାଥ ବେହେରାଙ୍କୁ କବିଚନ୍ଦ୍ର ସଙ୍ଗୀତଗୁରୁ ସମ୍ମାନ, ସ୍ବରୂପା ଚକ୍ରବର୍ତ୍ତୀଙ୍କୁ ଭିକାରୀ ବଳ କଣ୍ଠଶିଳ୍ପୀ ସମ୍ମାନ, ବିଶ୍ୱକେଶ ତ୍ରିପାଠୀଙ୍କୁ ବିକ୍ରମ ଦାସ ଭ୍ରମଣ କାହାଣୀ ସମ୍ମାନ, ଇଂ. ସୌରାଂଶୁ ପଟ୍ଟନାୟକଙ୍କୁ ପ୍ରଭା ପଟେଲ ରମ୍ୟରଚନା ଓ ଲଳିତ ନିବନ୍ଧ ସମ୍ମାନ, ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ବ୍ରହ୍ମାନନ୍ଦ ପଣ୍ଡା ସାଂସ୍କୃତିକ ସଂଗଠକ ସମ୍ମାନ, ସୁଜିତ୍‌ କୁମାର ପଣ୍ଡାଙ୍କୁ କୈଳାସ ଚନ୍ଦ୍ର ସିଂହ ଯୁବ ସାରସ୍ବତ ସମ୍ମାନ, ଏସ୍‌.ବି. ପବ୍ଲିଶର୍ସର ନଳିନୀକାନ୍ତ ନନ୍ଦଙ୍କୁ ଦେବବ୍ରତ କର ପ୍ରକାଶକ ସମ୍ମାନ, ଡ. ମହେନ୍ଦ୍ର କୁମାର ମିଶ୍ରଙ୍କୁ ନିରଞ୍ଜନ ଦାସ ଭାଷା ସମ୍ମାନ, ସୁଶାନ୍ତ କୁମାର ନାୟକଙ୍କୁ ବାଗ୍ମୀ ବିଶ୍ୱନାଥ କର ସମ୍ପାଦନା ସମ୍ମାନ ଓ ରାଜବଲ୍ଲଭ ସାହୁଙ୍କୁ ସୁନାମଣି ସାମଲ ଚିତ୍ରଶିଳ୍ପୀ ସମ୍ମାନ ପ୍ରଦାନ କରାଯିବ। ଆସନ୍ତା ୩୦ ତାରିଖ ସନ୍ଧ୍ୟାରେ ହେବାକୁ ଥିବା ଉତ୍କଳ ସାହିତ୍ୟ ସମାଜର ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଏହି ସମ୍ମାନ ପ୍ରଦାନ କରାଯିବ ବୋଲି ସାଧାରଣ ସମ୍ପାଦକ ଆଦିତ୍ୟ ପ୍ରତାପ ଧଳ ଓ ସଙ୍ଗଠନ ସମ୍ପାଦକ ଡ. ସୁନାମଣି ରାଉତ ରବିବାର ପ୍ରେସ୍‌ ଇସ୍ତାହାରରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri