ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦ

କଟକ,୧୨ା୫: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦ ସୋମବାର ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ହରିଶ ଟଣ୍ଡନ ଜଷ୍ଟିସ୍‌ ଶ୍ରୀପଦଙ୍କୁ ପଦ ଓ ଗୋପନୀୟତାର  ଶପଥପାଠ କରାଇଛନ୍ତି। ଜଷ୍ଟିସ ଶ୍ରୀପଦ କର୍ନାଟକ ହାଇକୋର୍ଟରୁ ବଦଳି ହୋଇ ଓଡ଼ିଶା  ଆସିଛନ୍ତି ।

ଜଷ୍ଟିସ୍‌ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦ ବେଙ୍ଗାଲୁରୁ ଆଇନ ମହାବିଦ୍ୟାଳୟରେ ଆଇନ ଅଧ୍ୟାପକ ଭାବେ କାର୍ଯ୍ୟ କରିଥିଲେ । କେନ୍ଦ୍ରୀୟ ନିର୍ବାଚନ ଆୟୁକ୍ତ ନିମନ୍ତେ ସେ ନିର୍ବାଚନୀ ମାମଲା ପରିଚାଳନା କରିଥିବା ବେଳେ କେନ୍ଦ୍ର ସରକାରଙ୍କ ଓକିଲ ଭାବେ ମଧ୍ୟ ମାମଲା ପରିଚାଳନା କରିଥିଲେ । ଜୁଲାଇ ୧୯୮୯ରୁ ସେ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ୨୪ ବର୍ଷ ଧରି ସେ କର୍ନାଟକ ଓ ମାଡ୍ରାସ ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରିଥିଲେ। ୨୦୧୪ରେ ସେ ଆସିଷ୍ଟାଣ୍ଟ ସଲିସିଟର ଜେନେରାଲ ଅଫ୍‌ ଇଣ୍ଡିଆ ରୂପେ ନିଯୁକ୍ତି ପାଇଥିଲେ। କର୍ନାଟକ  ହାଇକୋର୍ଟର ଅତିରିକ୍ତ ବିଚାରପତି ରୂପେ ସେ ୧୪ ଫେବୃଆରୀ ୨୦୧୮ରେ ନିଯୁକ୍ତି ପାଇଥିଲେ। ୭ ଜାନୁଆରୀ ୨୦୨୦ରେ ଜଷ୍ଟିସ୍‌ ଶ୍ରୀପଦ କର୍ନାଟକ ହାଇକୋର୍ଟର ସ୍ଥାୟୀ ବିଚାରପତି ହୋଇଥିଲେ।

ଆଜିର ଶପଥ ଗ୍ରହଣ ଉତ୍ସବରେ ଓଡ଼ିଶା ହାଇକୋର୍ଟର ସମସ୍ତ ବିଚାରପତି, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ପୋଲିସ କମିଶନର, କଟକ ଡିସିପିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଏବଂ ଆଇନଜୀବୀମାନେ ଉପସ୍ଥିତ ଥିଲେ। ଜଷ୍ଟିସ ଶ୍ରୀପଦ କାର୍ଯ୍ୟରେ ଯୋଗ ଦେବା ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୯ ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri