ରୁଚିକାଙ୍କୁ ନ୍ୟାୟ: ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ଆତ୍ମହତ୍ୟା କରିଥିବା ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦାବିରେ ନବନିର୍ମାଣ କୃଷକ ସଂଗଠନ ଏବଂ ନବନିର୍ମାଣ ଯୁବ ଛାତ୍ର ସଂଗଠନ ପକ୍ଷରୁ ମଙ୍ଗଳବାର ରାଜ୍ୟରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ସଂଗଠନର କର୍ମକର୍ତ୍ତା ପିକେଟିଂ କରିବା ସହ ରାସ୍ତାରୋକୋ ଆନ୍ଦୋଳନ କରିବେ। ଦୋକାନ ବଜାର, ଶିକ୍ଷାନୁଷ୍ଠାନ ଓ ଗାଡିମୋଟର ଚଳାଚଳ ବନ୍ଦ ରଖିବାକୁ ସଂଗଠନ ପକ୍ଷରୁ ଆହ୍ବାନ କରାଯାଇଛି। ତେବେ ଅତ୍ୟାବଶ୍ୟକ ସେବା ଯୋଗାଉଥିବା ଯାନଗୁଡ଼ିକୁ ଧର୍ମଘଟରୁ ବାଦ୍‌ ଦିଆଯାଇଥିବା ସଂଗଠନର ଆବାହକ ଅକ୍ଷୟ କୁମାର କହିଛନ୍ତି। ବନ୍ଦ ନେଇ ବିଭିନ୍ନ ଶିକ୍ଷାନୁଷ୍ଠାନକୁ ଜଣାଇ ଦିଆଯାଇଥିବା ସେ କହିଛନ୍ତି। ଏହି ଧର୍ମଘଟକୁ କଂଗ୍ରେସ ସମର୍ଥନ କରିବ ବୋଲି ପୂର୍ବରୁ ଘୋଷଣା କରିଥିଲା। ତେବେ କଂଗ୍ରେସ ନୈତିକ ସମର୍ଥନ ଦେବ ବୋଲି ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ କହିଛନ୍ତି। ଧର୍ମଘଟ ଯୋଗୁ ଯାତାୟାତ ପ୍ରଭାବିତ ହେବା ଆଶଙ୍କା ରହିଛି।
ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଲୋକସେବା ଭବନ, ଖାରବେଳ ଭବନ, ରାଜୀବ ଭବନ ଏବଂ ବିଭିନ୍ନ ବିଭାଗୀୟ ଦପ୍ତରରେ କାର୍ଯ୍ୟ କରୁଥିବା କର୍ମଚାରୀମାନେ କାର୍ଯ୍ୟାଳୟରେ ପୂର୍ବାହ୍ନ ୯ଟା ୩୦ ପୂର୍ବରୁ ଯୋଗ ଦେବାକୁ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଲୋକସେବା ଭବନର ସମ୍ମୁଖ ଗେଟ୍‌ ୧୦ଟା ୧୫ ମିନିଟରେ ବନ୍ଦ କରାଯିବ। ଯିବା ଆସିବା ପାଇଁ ପଛପଟ ଗେଟ୍‌ ଖୋଲା ରହିବ। ଯଦି କୌଣସିଠାରେ ସମସ୍ୟା ଦେଖା ଦେବ ଗୃହ ବିଭାଗର ସ୍ବତନ୍ତ୍ର ସଚିବଙ୍କୁ ତୁରନ୍ତ ଜଣାଇବାକୁ କୁହାଯାଇଛି। କର୍ମଚାରୀମାନେ ବାହାରେ ବୁଲାବୁଲି ନ କରି ନିଜ ସିଟ୍‌ରେ ବସିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?