ରୁଚିକାଙ୍କୁ ନ୍ୟାୟ: ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ଆତ୍ମହତ୍ୟା କରିଥିବା ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦାବିରେ ନବନିର୍ମାଣ କୃଷକ ସଂଗଠନ ଏବଂ ନବନିର୍ମାଣ ଯୁବ ଛାତ୍ର ସଂଗଠନ ପକ୍ଷରୁ ମଙ୍ଗଳବାର ରାଜ୍ୟରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ସଂଗଠନର କର୍ମକର୍ତ୍ତା ପିକେଟିଂ କରିବା ସହ ରାସ୍ତାରୋକୋ ଆନ୍ଦୋଳନ କରିବେ। ଦୋକାନ ବଜାର, ଶିକ୍ଷାନୁଷ୍ଠାନ ଓ ଗାଡିମୋଟର ଚଳାଚଳ ବନ୍ଦ ରଖିବାକୁ ସଂଗଠନ ପକ୍ଷରୁ ଆହ୍ବାନ କରାଯାଇଛି। ତେବେ ଅତ୍ୟାବଶ୍ୟକ ସେବା ଯୋଗାଉଥିବା ଯାନଗୁଡ଼ିକୁ ଧର୍ମଘଟରୁ ବାଦ୍‌ ଦିଆଯାଇଥିବା ସଂଗଠନର ଆବାହକ ଅକ୍ଷୟ କୁମାର କହିଛନ୍ତି। ବନ୍ଦ ନେଇ ବିଭିନ୍ନ ଶିକ୍ଷାନୁଷ୍ଠାନକୁ ଜଣାଇ ଦିଆଯାଇଥିବା ସେ କହିଛନ୍ତି। ଏହି ଧର୍ମଘଟକୁ କଂଗ୍ରେସ ସମର୍ଥନ କରିବ ବୋଲି ପୂର୍ବରୁ ଘୋଷଣା କରିଥିଲା। ତେବେ କଂଗ୍ରେସ ନୈତିକ ସମର୍ଥନ ଦେବ ବୋଲି ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ କହିଛନ୍ତି। ଧର୍ମଘଟ ଯୋଗୁ ଯାତାୟାତ ପ୍ରଭାବିତ ହେବା ଆଶଙ୍କା ରହିଛି।
ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଲୋକସେବା ଭବନ, ଖାରବେଳ ଭବନ, ରାଜୀବ ଭବନ ଏବଂ ବିଭିନ୍ନ ବିଭାଗୀୟ ଦପ୍ତରରେ କାର୍ଯ୍ୟ କରୁଥିବା କର୍ମଚାରୀମାନେ କାର୍ଯ୍ୟାଳୟରେ ପୂର୍ବାହ୍ନ ୯ଟା ୩୦ ପୂର୍ବରୁ ଯୋଗ ଦେବାକୁ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଲୋକସେବା ଭବନର ସମ୍ମୁଖ ଗେଟ୍‌ ୧୦ଟା ୧୫ ମିନିଟରେ ବନ୍ଦ କରାଯିବ। ଯିବା ଆସିବା ପାଇଁ ପଛପଟ ଗେଟ୍‌ ଖୋଲା ରହିବ। ଯଦି କୌଣସିଠାରେ ସମସ୍ୟା ଦେଖା ଦେବ ଗୃହ ବିଭାଗର ସ୍ବତନ୍ତ୍ର ସଚିବଙ୍କୁ ତୁରନ୍ତ ଜଣାଇବାକୁ କୁହାଯାଇଛି। କର୍ମଚାରୀମାନେ ବାହାରେ ବୁଲାବୁଲି ନ କରି ନିଜ ସିଟ୍‌ରେ ବସିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୪।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୪।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନବୀନ, ଶାହା, ରାହୁଲଙ୍କ ପ୍ରଚାରକୁ ନଜର

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ଦେଶରେ ୭ଟି ପର୍ଯ୍ୟାୟ ମଧ୍ୟରୁ ଆସନ୍ତା ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ୍‌ ହେବ। ଯଦିଓ ରାଜ୍ୟର ୩ ପ୍ରମୁଖ ଦଳ...

ନିର୍ବାଚନରୁ ଓହରିଲେ ବିରଞ୍ଚତ୍

ଭୁବନେଶ୍ୱର, ୨୩।୪ (ବନ୍ଦନା ସେଠୀ):ନିର୍ବାଚନ ମଇଦାନରୁ ଓହରିଲେ ବିଜୁ ଜନତା ଦଳର କାର୍ଯ୍ୟକାରୀ ସଭାପତି ବିରଞ୍ଚତ୍ ମହାସୁପକାର ଓରଫ ଲିଟୁ। ଏବେ ସେ ଦଳ ପାଇଁ...

ନିଦ ହଜାଇଲେଣି ସାଇବର ଅପରାଧୀ

ଭୁବନେଶ୍ୱର,୨୩।୪ (ସୂର୍ଯ୍ୟକାନ୍ତ ବେହେରା):ବାରମ୍ବାର ସଚେତନତା ସତ୍ତ୍ୱେ ଦିନକୁ ଦିନ ଠକାମିର ଶିକାର ହେଉଛନ୍ତି ଲୋକେ। ବିଭିନ୍ନ କୌଶଳ ଆପଣାଇ ଲୁଟୁଛନ୍ତି ସାଇବର ଅପରାଧୀ। କେତେବେଳେ ହ୍ବାଟ୍‌ସଆପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri