ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ହରିଶ ଟଣ୍ଡନ

କଟକ,୨୬ା୩: ବୁଧବାର ଓଡ଼ିଶା ହାଇକୋର୍ଟର ୩୫ତମ ମୁଖ୍ୟ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି ବରିଷ୍ଠ ବିଚାରପତି ଜଷ୍ଟିସ୍‌ ହରିଶ ଟଣ୍ଡନ। ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମ୍‌ପତି ତାଙ୍କୁ ଶପଥ ପାଠ କରାଇଛନ୍ତି। ହାଇକୋର୍ଟ ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ହାଇକୋର୍ଟର ବିଚାରପତି ଏବଂ ବାର୍‌ର ସଦସ୍ୟମାନେ ଯୋଗ ଦେଇଥିଲେ।

Image

୬ ମାର୍ଚ୍ଚ ୨୦୨୫ ରେ ସୁପ୍ରିମକୋର୍ଟ କଲିଜିୟମ କୋଲକାତା ହାଇକୋର୍ଟର ବରିଷ୍ଠତମ ବିଚାରପତି ଜଷ୍ଟିସ୍‌ ଟଣ୍ଡନଙ୍କ ନାମ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ସୁପାରିସ କରିଥିଲେ। କେନ୍ଦ୍ର ସରକାର ୨୧ମାର୍ଚ୍ଚ ୨୦୨୫ରେ ତାଙ୍କର ନିଯୁକ୍ତି ବିଷୟରେ ସୂଚନା ଦେଇଥିଲେ।

ତାଙ୍କ ନାମ ପ୍ରସ୍ତାବ ଦେବା ସମୟରେ, କଲିଜିୟମ ତାଙ୍କର ବରିଷ୍ଠତାକୁ ସ୍ବୀକାର କରିଥିଲେ, ଯାହା ଅଲ୍‌ ଇଣ୍ଡିଆ ହାଇକୋର୍ଟ ବିଚାରପତି ବରିଷ୍ଠତା ତାଲିକାର କ୍ରମିକ ସଂଖ୍ୟା ୭ରେ ଅଛନ୍ତି ଟଣ୍ଡନ।

Image

ହାଇକୋର୍ଟର ବିଚାରପତି ଭାବରେ ପଦୋନ୍ନତି ପୂର୍ବରୁ, ସେ କଲିକତାର ହାଇକୋର୍ଟରେ ଦେୱାନୀ ମାମଲାରେ ଅଭ୍ୟାସ କରିଥିଲେ। ନ୍ୟାୟ ପ୍ରଦାନ କରିବାରେ ତାଙ୍କର ବ୍ୟାପକ ଅଭିଜ୍ଞତା ରହିଛି। ତାଙ୍କୁ ଜଣେ ଦକ୍ଷ ବିଚାରପତି ଭାବରେ ବିବେଚନା କରାଯାଏ ଏବଂ ଉଚ୍ଚ ନ୍ୟାୟିକ ପଦବୀରେ ଥିବା ବ୍ୟକ୍ତିଙ୍କ ପାଇଁ ଆବଶ୍ୟକ ଉଚ୍ଚ ସ୍ତରର ସଚ୍ଚୋଟତା ଏବଂ ଆଚରଣ ତାଙ୍କର ଅଛି ବୋଲି ପ୍ରସ୍ତାବରେ ଉଲ୍ଲେଖ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଚାଷୀଙ୍କ ଦୁଃଖ: ଅମଳ ବେଳେ କଲରା କିଆରୀ ଉଜାଡ଼ିଲେ ଦୁର୍ବୃତ୍ତ, ଜମୁର୍ଡା ଗ୍ରାମରେ ଉତ୍ତେଜନା!

ବରଗଡ଼, ୧୪/୦୩ (ପ୍ରେମାନନ୍ଦ ଖମାରୀ): ଜଣେ ଚାଷୀ ରକ୍ତକୁ ପାଣି କରି ଫସଲ ଉଜେଇଥିବା ବେଳେ, ଅମଳ ସମୟରେ ଦୁର୍ବୃତ୍ତଙ୍କ କଳା ପାହାର ଚାଷୀର ମେରୁଦଣ୍ଡ ଭାଙ୍ଗି…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri