Posted inଜାତୀୟ

ଜଷ୍ଟିସ୍‌ ଖାନ୍‌ଓ୍ବିଲକର ନୂଆ ଲୋକପାଳ ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୮।୨: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଏ.ଏମ୍‌. ଖାନ୍‌ଓ୍ବିଲକରଙ୍କୁ ମଙ୍ଗଳବାର ଲୋକପାଳର ନୂଆ ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ପ୍ରାୟ ଦୁଇବର୍ଷ ହେଲା ଏହି ପଦ ଖାଲି ପଡ଼ିଥିଲା। ୨୦୨୨ ମେ’ ୨୭ରେ ଜଷ୍ଟିସ୍‌ ପିନାକୀ ଚନ୍ଦ୍ର ଘୋଷଙ୍କ କାର୍ଯ୍ୟକାଳ ଶେଷ ହେବା ପରେ କୌଣସି ନିୟମିତ ଅଧ୍ୟକ୍ଷ ବିନା ଲୋକପାଳ କାର୍ଯ୍ୟ କରୁଥିଲା। ଏହି ଦୁର୍ନୀତି ନିରାକରଣ ସଂସ୍ଥାର ନ୍ୟାୟିକ ସଦସ୍ୟ ଜଷ୍ଟିସ୍‌ ପ୍ରଦୀପ କୁମାର ମହାନ୍ତି ଏବେ କାର୍ଯ୍ୟକାରୀ ଅଧ୍ୟକ୍ଷ ଅଛନ୍ତି। ଜଷ୍ଟିସ୍‌ ଅଜୟ ମାନିକରାଓ ଖାନ୍‌ଓ୍ବିଲକରଙ୍କୁ ଲୋକପାଳର ନୂଆ ଅଧ୍ୟକ୍ଷ ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଯୁକ୍ତି ଦେଇଥିବା ରାଷ୍ଟ୍ରପତି ଭବନ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି। ୨୦୨୨ ଜୁଲାଇରେ ଜଷ୍ଟିସ୍‌ ଖାନ୍‌ଓ୍ବିଲକର ସୁପ୍ରିମକୋର୍ଟରୁ ଅବସର ନେଇଥିଲେ। ଅବସରପ୍ରାପ୍ତ ବିଚାରପତି ଲିଙ୍ଗାପ୍ପା ନାରାୟଣ ସ୍ବାମୀ, ସଞ୍ଜୟ ଯାଦବ ଏବଂ ଋତୁରାଜ ଅଓ୍ବସ୍ତି ଲୋକପାଳର ନ୍ୟାୟିକ ସଦସ୍ୟ ନିଯୁକ୍ତ ହୋଇଥିବାବେଳେ ଅଣନ୍ୟାୟିକ ସଦସ୍ୟ ଭାବେ ସୁଶୀଲ ଚନ୍ଦ୍ରା, ପଙ୍କଜ କୁମାର ଏବଂ ଅଜୟ ତିର୍କୀ ନିଯୁକ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଜ୍‌ରିଓ୍ବାଲ, ଆତିଶୀଙ୍କ ନାଁରେ ମାନହାନି ମାମଲା

ନୂଆଦିଲ୍ଲୀ,୩୦।୪: ଭାଜପା ଓ ଏହାର ସଦସ୍ୟମାନଙ୍କୁ ଅପମାନିତ କରିଥିବା ଅଭିଯୋଗରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଓ ମନ୍ତ୍ରୀ ଆତିଶୀଙ୍କ ବିରୋଧରେ ସୋମବାର ଦିଲ୍ଲୀର ଏକ ଅଦାଲତରେ...

ତଳକୋର୍ଟରେ ଜାମିନ ଆବେଦନ କରିନ କାହିଁକି

ନୂଆଦିଲ୍ଲୀ,୩୦ା୪(ପି.ଟି.): ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ଗିରଫ ହୋଇ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ତଳ କୋର୍ଟରେ ଜାମିନ...

ପନ୍ନୁନଙ୍କୁ ହତ୍ୟା ପାଇଁ ହିଟ୍‌ ଟିମ୍‌କୁ ଲଗାଇଥିଲେ ର’ ଅଫିସର

ନୂଆଦିଲ୍ଲୀ,୩୦ା୪: ଆମେରିକା ମାଟିରେ ଖଲିସ୍ତାନୀ ଆତଙ୍କବାଦୀ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁନଙ୍କୁ ହତ୍ୟା କରିବା ପାଇଁ ଭାରତ ଯୋଜନା କରିଥିଲା ବୋଲି ଅଭିଯୋଗ ହୋଇଆସୁଛି। ଆମେରିକା ଗଣମାଧ୍ୟମରେ ନିକଟରେ...

ତୃତୀୟ ପର୍ଯ୍ୟାୟରେ ୯% ମହିଳା ପ୍ରାର୍ଥୀ

ନୂଆଦିଲ୍ଲୀ, ୩୦।୪: ଆସନ୍ତା ମାସ ୭ରେ ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ୯୫ଟି ଲୋକ ସଭା ଆସନରେ ୧୩୫୨...

ମୁଖ୍ୟମନ୍ତ୍ରୀ ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ୍‌ର ସମନ

ନୂଆଦିଲ୍ଲୀ,୨୯ା୪: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ...

ଭାଇରାଲ ହେଉଛି ଶାହାଙ୍କ ଫେକ୍‌ ଭିଡ଼ିଓ, ରେଭନ୍ଥ ରେଡ୍ଡୀଙ୍କୁ ସମନ ପଠାଇଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୨୯ା୪ : ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ...

ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ...

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଅମିତ ଶାହଙ୍କ ହେଲିକପ୍ଟର

ନୂଆଦିଲ୍ଲୀ,୨୯।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି। ବିହାରର ବେଗୁସରାଇକୁ ଉଡ଼ାଣ ଭରୁଥିବାବେଳେ ହେଲିକପ୍ଟରଟି ଭାରସାମ୍ୟ ହରାଇଥିଲା। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri