Posted inଜାତୀୟ

ପୂର୍ବାହ୍ନ ୯.୩୦ରେ ଶୁଣାଣି କଲେ ଜଷ୍ଟିସ୍‌ ଲଳିତ

ନୂଆଦିଲ୍ଲୀ,୧୬ା୭: ସୁପ୍ରିମକୋର୍ଟରେ ପୂର୍ବାହ୍ନ ୧୦ଟା ୩୦ ମିନିଟରେ ମାମଲାଗୁଡ଼ିକର ଶୁଣାଣି ପ୍ରକ୍ରିୟା ଆରମ୍ଭ ହୋଇଥାଏ। କିନ୍ତୁ ଶୁକ୍ରବାର ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି। ଆସନ୍ତା ଅଗଷ୍ଟରେ ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି (ସିଜେଆଇ) ହେବାକୁ ଯାଉଥିବା ଜଷ୍ଟିସ୍‌ ୟୁ.ୟୁ. ଲଳିତ ପୂର୍ବାହ୍ନ ୯ଟା ୩୦ରେ ଏକ ମାମଲାର ଶୁଣାଣି କରି ବିରଳ ଦୃଷ୍ଠାନ୍ତ ସୃଷ୍ଟି କରିଛନ୍ତି। ଜଷ୍ଟିସ୍‌ ଲଳିତଙ୍କ ଅଧ୍ୟକ୍ଷତା ତଥା ଜଷ୍ଟିସ୍‌ ଏସ୍‌. ରବୀନ୍ଦ୍ର ଭଟ୍ଟ ଏବଂ ସୁଧାଂଶୁ ଢୁଲିଆଙ୍କୁ ନେଇ ଗଠିତ ତିନିଜଣିଆ ଖଣ୍ଡପୀଠ କୋର୍ଟ ନମ୍ବର ୨ରେ ନିର୍ଦ୍ଧାରିତ ସମୟର ଘଣ୍ଟାଏ ପୂର୍ବରୁ ଶୁଣାଣି କରିଥିବାବେଳେ ପୂର୍ବତନ ଆଟର୍ନି ଜେନେରାଲ ମୁକୁଲ ରହତୋଗି ଖୁସି ବ୍ୟକ୍ତ କରିଥିଲେ। ଏନେଇ ଜଷ୍ଟିସ୍‌ ଲଳିତ କହିଥିଲେ, ଯଦି ସ୍କୁଲ ପିଲାମାନେ ସକାଳ ୭ଟାରେ ପାଠ ପଢ଼ିବାକୁ ଯାଇପାରୁଛନ୍ତି ତେବେ ବିଚାରପତି ଓ ଆଇନଜୀବୀମାନେ ସେମାନଙ୍କ କାମ ୯ଟାରେ କାହିଁକି ଆରମ୍ଭ କରିପାରିବେ ନାହିଁ। ସୁପ୍ରିମକୋର୍ଟ ୯ଟାରେ ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ଚାଲିବା ପରେ ବିରତି ନେଇ ଅପରାହ୍ନରେ ପୁଣି ଚାଲିପାରିବ। ଏପରି କଲେ ଆଇନଜୀବୀମାନେ ସନ୍ଧ୍ୟାରେ ଅଧିକ କାମ କରିପାରିବେ ବୋଲି ଜଷ୍ଟିସ୍‌ ଲଳିତ ପ୍ରସ୍ତାବ ଦେଇଛନ୍ତି। ପ୍ରକାଶ ଯେ, ବର୍ତ୍ତମାନର ସିଜେଆଇ ଏନ୍‌.ଭି. ରମନା ଆସନ୍ତା ଅଗଷ୍ଟ ୨୭ରେ ଅବସର ନେବେ। ତାଙ୍କ ସ୍ଥାନରେ ଜଷ୍ଟିସ୍‌ ଲଳିତ ସିଜେଆଇ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ତେବେ ସିଜେଆଇ ରୂପେ ସେ ନଭେମ୍ବର ୮ ପର୍ଯ୍ୟନ୍ତ ଦାୟିତ୍ୱ ତୁଲାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri