ଜଷ୍ଟିସ୍‌ ମୁରଲୀଧର ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ/ କଟକ ଅଫିସ୍‌: ୧।୧:ଜଷ୍ଟିସ ଏସ୍‌. ମୁରଲୀଧର ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି। ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି ଥିବା ଜଷ୍ଟିସ୍‌ ମୁରଲୀଧରଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ପଦୋନ୍ନତି ଦେବା ଲାଗି ଗତ ୧୪ତାରିଖରେ ସୁପ୍ରିମକୋର୍ଟ କଲେଜିୟମ୍‌ ସୁପାରିସ କରିଥିଲେ। ସେହିପରି ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ମହମ୍ମଦ ରଫିକ୍‌ଙ୍କୁ ମଧ୍ୟପ୍ରଦେଶ ହାଇକୋର୍ଟକୁ ବଦଳି ହୋଇଛି। ଜଷ୍ଟିସ୍‌ ମୁରଲୀଧର ୧୯୮୪ରେ ଚେନ୍ନାଇରେ ଆଇନ ବ୍ୟବସାୟ ଆରମ୍ଭ କରିଥିଲେ। ୧୯୮୭ରେ ସେ ଦିଲ୍ଲୀରେ ଓକିଲାତି କରିଥିଲେ ଏବଂ ୨୦୦୬ରେ ଦିଲ୍ଲୀ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ।
ସେହିପରି ତେଲଙ୍ଗାନା ହାଇକୋର୍ଟ ବିଚାରପତି ହିମା କୋହଲି ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ ହୋଇଥିବାବେଳେ କୋଲ୍‌କାତା ହାଇକୋର୍ଟ ବିଚାରପତି ସଞ୍ଜୀବ ବାନାର୍ଜୀ ମାଡ୍ରାସ ହାଇକୋର୍ଟ ମୁଖ୍ୟ ବିଚାରପତି ଏବଂ ଆଲ୍ଲାହାବାଦ ହାଇକୋର୍ଟ ବିଚାରପତି ଥିବା ପଙ୍କଜ ମିଥଲ ଜମ୍ମୁ-କଶ୍ମୀର ହାଇକୋର୍ଟ ମୁଖ୍ୟ ବିଚାରପତି ନିଯୁକ୍ତ ଦିଆଯାଇଛି। ସରକାରଙ୍କ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ବିଭିନ୍ନ ହାଇକୋର୍ଟର ୪ ମୁଖ୍ୟ ବିଚାରପତି ଓ ୬ବିଚାରପତିଙ୍କ ଗୁରୁବାର ବଦଳି ହୋଇଛି। ମୁଖ୍ୟ ବିଚାରପତି ରାଘବେନ୍ଦ୍ର ସିଂ ଚୌହାନଙ୍କ ତେଲଙ୍ଗାନାରୁ ଉତ୍ତରାଖଣ୍ଡ ବଦଳି ହୋଇଥିବାବେଳେ ଆନ୍ଧ୍ରପ୍ରଦେଶ ହାଇକୋର୍ଟ ମୁଖ୍ୟ ବିଚାରପତି ଜିତେନ୍ଦ୍ର କୁମାର ମାହେଶ୍ୱରୀଙ୍କ ସିକ୍କିମ ବଦଳି ହୋଇଛି। ସେହିପରି ସିକିମ୍‌ ହାଇକୋର୍ଟ ମୁଖ୍ୟ ବିଚାରପତି ଅରୂପ କୁମାର ଗୋସ୍ବାମୀଙ୍କର ଆନ୍ଧ୍ରପ୍ରଦେଶ ହାଇକୋର୍ଟ ମୁଖ୍ୟ ବିଚାରପତିଭାବେ ବଦଳି ହୋଇଛି। ବିଚାରପତିଙ୍କ ମଧ୍ୟରେ ସଞ୍ଜୟ ଯାଦବଙ୍କ ମଧ୍ୟପ୍ରଦେଶରୁ ଆଲ୍ଲାହାବାଦ, ରାଜେଶ ବିନ୍ଦାଲଙ୍କର ଜମ୍ମୁ-କଶ୍ମୀରରୁ କୋଲ୍‌କତା, ବିନୀତ କୋଠାରୀଙ୍କ ମାଡ୍ରାସ୍‌ରୁ ଗୁଜରାଟ, ଜୟମାଲ୍ୟ ବାଗ୍‌ଚୀଙ୍କର କାଲ୍‌କାଟାରୁ ଆନ୍ଧ୍ରପ୍ରଦେଶ, ସତୀଶ ଚନ୍ଦ୍ର ଶର୍ମାଙ୍କର ଏମ୍‌ପିରୁ କର୍ନାଟକ, ରବି ବିଜୟକୁମାର ମାଲିମଠଙ୍କ ଉତ୍ତରାଖଣ୍ଡରୁ ହିମାଚଳପ୍ରଦେଶ ହାଇକୋର୍ଟକୁ ବଦଳି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘାତକ ସାଜୁଛି ଚାନ୍ଦିପୁରା ଭାଇରସ୍! ୪୧ ଆକ୍ରାନ୍ତ, ୨୭ ମୃତ

ଅହମ୍ମଦାବାଦ,୧୪।୮: ସ୍ବାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ ଜୁନ ୩୦ରୁ ଅଗଷ୍ଟ ୧୨ ମଧ୍ୟରେ ଗୁଜରାଟରେ ୨୩୮ଟି ସନ୍ଦିଗ୍ଧ ଚାନ୍ଦିପୁରା ଭୂତାଣୁ ମାମଲା ଏବଂ ୪୧ଟି ଲାବୋରେଟୋରି-ନିଶ୍ଚିତ…

ମନନ ମିଶ୍ରାଙ୍କ ଇସ୍ତଫା ଦାବି କରି ଆନ୍ଦୋଳନ କରିବ CJP! ଜାଣନ୍ତୁ ସେ କିଏ, ଆଉ କାହିଁକି ତାଙ୍କୁ ଘେରିବେ ଅଭିଜିତ

ନୂଆଦିଲ୍ଲୀ,୧୪।୮: ଭାରତର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କୁ NALSAR ୟୁନିଭର୍ସିଟି ଅଫ ଲ’ର ଦୀକ୍ଷାନ୍ତ ସମାରୋହକୁ ଆମନ୍ତ୍ରଣ କରିବାକୁ ବିରୋଧ କରିବା ଘଟଣା ନୂଆ ମୋଡ଼ ନେଇଛି।…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ…

ଏଆଇର ନୀତିଗତ ଏବଂ ନିୟନ୍ତ୍ରଣ ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କୁ ବିଚାର କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪।୮(ପି.ଟି.): କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ଭିତ୍ତିକ ବିଷୟ ନିୟନ୍ତ୍ରଣ କ୍ଷେତ୍ରରେ ନୈତିକତା ଏବଂ ସ୍ବଚ୍ଛତା ଉପରେ ବାଧ୍ୟତାମୂଳକ ମାର୍ଗଦର୍ଶିକା ପ୍ରସ୍ତୁତ କରିବା ପାଇଁ ଜଣେ ଆବେଦନକାରୀଙ୍କ ଦ୍ୱାରା ଦିଆଯାଇଥିବା…

‘PM ମୋଦିଙ୍କୁ ରାତିରେ ସେ ପର୍ଯ୍ୟନ୍ତ ଶୋଇବାକୁ ଦେବୁନି, ଯେ ପର୍ଯ୍ୟନ୍ତ…’ ରାହୁଲ ଗାନ୍ଧୀଙ୍କ ତୀବ୍ର ଆକ୍ରମଣ

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ମୋଦି ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ଏହି ଲୋକମାନେ ଦେଶକୁ ଭିତରୁ ଦୁର୍ବଳ କରିଦେଇଛନ୍ତି। ଏହା ସହିତ…

ଆପଣ ନ କରିପାରିଲେ ଆମେ କରିବୁ…. କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୪।୮: ଅଧିକ ପରିମାଣର ଚିନି, ଲୁଣ ଏବଂ ସନ୍ତୁଳିତ ଚର୍ବି (ସାଚୁରେଟେଡ୍‌ ଫ୍ୟାଟ୍‌) ଥିବା ପ୍ୟାକେଟଯୁକ୍ତ ଖାଦ୍ୟ ସାମଗ୍ରୀ ଉପରେ ‘ଫ୍ରଣ୍ଟ-ଅଫ୍‌-ପ୍ୟାକ ୱାର୍ଣ୍ଣିଂ ଲେବଲ’(ଖାଦ୍ୟ ପ୍ୟାକେଟ ଉପରେ…

ଲାବ୍‌ରେ ତିଆରି ହେଉଛି ‘ମିନି-ବ୍ରେନ୍‌’: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୧୪ା୮:ଶରୀରର ଛୋଟ ଚର୍ମ କୋଷିକାରୁ ମାନବ ମସ୍ତିଷ୍କର ଜୀବନ୍ତ ଟିସୁ ପ୍ରସ୍ତୁତ କରିବା ଆଉ କେବଳ କଳ୍ପନା କିମ୍ବା ବିଜ୍ଞାନ କାହାଣୀରେ ସୀମିତ ହୋଇରହିନାହିଁ। ଆମେରିକା…

ଆଜି ମେଷ-ମିଥୁନ ସମେତ ୫ ରାଶିର ଭାଗ୍ୟୋଦୟ, ଗ୍ରହ ଚଳନରୁ ଧନ- କ୍ୟାରିୟରରେ ମିଳିବ ବଡ଼ ଖୁସିଖବର

ଆଜି ଶ୍ରାବଣ ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଶୁକ୍ରବାର। ଦୃକ ପଞ୍ଚାଙ୍ଗ ଅନୁସାରେ ପ୍ରତିପଦା ତିଥି ସନ୍ଧ୍ୟା ୬ଟା ୪୬ ମିନିଟ ପର୍ଯ୍ୟନ୍ତ ରହିବ। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri