Posted inଜାତୀୟ

ଜଷ୍ଟିସ୍‌ ନାନାବତୀଙ୍କ ବିୟୋଗ

ନୂଆଦିଲ୍ଲୀ, ୧୯।୧୨: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଗିରୀଶ ଠାକୋରଲାଲ୍‌ ନାନାବତୀଙ୍କର ଶନିବାର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ସେ ବହୁ ଚର୍ଚ୍ଚିତ ୧୯୮୪ ଶିଖ୍‌ ବିରୋଧୀ ଦଙ୍ଗା ଏବଂ ୨୦୦୨ ଗୋଧ୍ରା ଦଙ୍ଗା ମାମଲାର ତଦନ୍ତ କରିଥିଲେ। ୧୯୩୫ ଫେବୃୟାରୀ ୧୭ରେ ଜନ୍ମିତ ନାନାବତୀ ବମ୍ବେ ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ୧୯୭୯ ଜୁଲାଇ ୧୯ରେ ଗୁଜରାଟ ହାଇକୋର୍ଟର ସ୍ଥାୟୀ ବିଚାରପତି ନିଯୁକ୍ତ ହେବା ସହ ୧୯୯୩ ଡିସେମ୍ବର ୧୪ରେ ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇଥିଲେ। ୧୯୯୪ ଜାନୁୟାରୀ ୩୧ରେ ସେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ ହୋଇଥିଲେ। ସେହିବର୍ଷ ସେପ୍ଟେମ୍ବରରେ ସେ କର୍ନାଟକ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି ହୋଇଥିଲେ। ସେ ୧୯୯୫ ମାର୍ଚ୍ଚ ୬ରେ ସୁପ୍ରିମକୋର୍ଟ ବିଚାରପତି ନିଯୁକ୍ତ ହେବା ସହ ୨୦୦୦ ମସିହା ଫେବୃୟାରୀ ୧୬ରେ ଅବସର ନେଇଥିଲେ।
୨୦୦୨ ଗୁଜରାଟ ଦଙ୍ଗାରେ ୧,୦୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିଲା। ସେଥିରୁ ଅଧିକାଂଶ ସଂଖ୍ୟାଲଘୁ ସମ୍ପ୍ରଦାୟର ଥିଲେ। ଜଷ୍ଟିସ୍‌ ନାନାବତୀ ଓ ଅକ୍ଷୟ ମେହେଟ୍ଟା ଏହାର ତଦନ୍ତ କରି ୨୦୧୪ରେ ଚୂଡ଼ାନ୍ତ ରିପୋର୍ଟ ତତ୍କାଳୀନ ଗୁଜରାଟ ମୁଖ୍ୟମନ୍ତ୍ରୀ ଆନନ୍ଦୀବେନ୍‌ ପଟେଲଙ୍କୁ ପ୍ରଦାନ କରିଥିଲେ। ସେହିପରି ୧୯୮୪ ଶିଖ ବିରୋଧୀ ଦଙ୍ଗା ତଦନ୍ତ ପାଇଁ ଏନ୍‌ଡିଏ ସରକାର ନାନାବତୀ କମିଶନ ଗଠନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ପ୍ରତିବର୍ଷ ଯୋଗାଇ ଦିଆଯିବ ୩ଟି ମାଗଣା ଗ୍ୟାସ ସିଲିଣ୍ଡର

ଚେନ୍ନାଇ,୨୪।୮: ବିଧାନସଭାରେ ଏକ ବଡ଼ ଘୋଷଣା କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ କହିଛନ୍ତି ଯେ ‘ଅନ୍ନପୂର୍ଣ୍ଣି ସୁପର ସିକ୍ସ’ ଯୋଜନା ଅଧୀନରେ ପ୍ରତିବର୍ଷ ତିନୋଟି ମାଗଣା…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri