Posted inଜାତୀୟ

ଜଷ୍ଟିସ୍‌ ପି.କେ. ମହାନ୍ତିଙ୍କୁ ଲୋକପାଳ ଅଧ୍ୟକ୍ଷ ଦାୟିତ୍ୱ

ନୂଆଦିଲ୍ଲୀ,୨୮ା୫: ଅବସରପ୍ରାପ୍ତ ଓଡ଼ିଆ ବିଚାରପତି ଜଷ୍ଟିସ୍‌ ପ୍ରଦୀପ କୁମାର ମହାନ୍ତିଙ୍କୁ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ କାମଚଳା ଲୋକପାଳ ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି। ଲୋକପାଳ ଅଧ୍ୟକ୍ଷ ଜଷ୍ଟିସ୍‌ ପିନାକୀ ଚନ୍ଦ୍ର ଘୋଷଙ୍କ ଅବସର ପରେ ତାଙ୍କ ସ୍ଥାନରେ ଦୁର୍ନୀତି ନିରୋଧୀ ସଂସ୍ଥାର ଜୁଡିସିଆଲ ମେମ୍ବର ଜଷ୍ଟିସ୍‌ ମହାନ୍ତିଙ୍କୁ ଏହି ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେ ଶନିବାରଠାରୁ ନୂଆ ଅଧ୍ୟକ୍ଷଙ୍କ ନିଯୁକ୍ତି ପର୍ଯ୍ୟନ୍ତ ଏହି ପଦ ସମ୍ଭାଳିବେ ବୋଲି ରାଷ୍ଟ୍ରପତି ଭବନ ପକ୍ଷରୁ ଜାରି ଏକ ବିଜ୍ଞପ୍ତିରେ କୁହାଯାଇଛି।
୧୯୫୫ ଜୁନ୍‌ ୧୦ରେ କଟକରେ ଜନ୍ମିତ ଜଷ୍ଟିସ୍‌ ପି.କେ. ମହାନ୍ତି ମଧୁସୂଦନ ଲ’ କଲେଜରେ ଏଲ୍‌ଏଲ୍‌ବି ଅଧ୍ୟୟନ କରିଥିଲେ। ୨୦୧୯ ମାର୍ଚ୍ଚ ୨୭ରେ ଲୋକପାଳର ନ୍ୟାୟିକ ସଦସ୍ୟ ନିଯୁକ୍ତ ହେବା ପୂର୍ବରୁ କଟକସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ଏବଂ ରାଞ୍ଚତ୍ରେ ଥିବା ନ୍ୟାଶନାଲ ୟୁନିଭର୍ସିଟି ଅଫ୍‌ ଷ୍ଟଡି ଆଣ୍ଡ ରିସର୍ଚ୍ଚ ଇନ୍‌ ଲ’ କୁଳାଧିପତି ଭାବେ ଦାୟିତ୍ୱ ସମ୍ପାଦନ କରିଥିଲେ। ଏହା ପୂର୍ବରୁ ଜଷ୍ଟିସ୍‌ ମହାନ୍ତି ଓଡ଼ିଶା ହାଇକୋର୍ଟର କାମଚଳା ମୁଖ୍ୟ ବିଚାରପତି ଦାୟିତ୍ୱ ମଧ୍ୟ ସମ୍ଭାଳିଥିଲେ। ୨୦୧୨ ଡିସେମ୍ବରରୁ ୨୦୧୬ ପର୍ଯ୍ୟନ୍ତ ସେ ଓଡ଼ିଶା ରାଜ୍ୟ ଆଇନ ସେବା କର୍ତ୍ତୃପକ୍ଷ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଥିଲେ। ୨୦୧୭ ମାର୍ଚ୍ଚ ୨୪ରେ ଜଷ୍ଟିସ୍‌ ମହାନ୍ତିଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି ନିଯୁକ୍ତ କରାଯାଇଥିଲା। ତାଙ୍କ ବାପା ସ୍ବର୍ଗତ ଯୁଗଳ କିଶୋର ମହାନ୍ତି ମଧ୍ୟ ପୂର୍ବରୁ ଓଡ଼ିଶା ହାଇକୋର୍ଟ ବିଚାରପତି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri