Posted inଜାତୀୟ

ଜଷ୍ଟିସ ପ୍ରକାଶ ଶ୍ରୀବାସ୍ତବ ନୂତନ ଏନଜିଟି ଅଧ୍ୟକ୍ଷ ନିଯୁକ୍ତ…

ନୂଆଦିଲ୍ଲୀ,୨୨।୮ : କେନ୍ଦ୍ର ସରକାରଙ୍କ ପକ୍ଷରୁ କଲିକତା ହାଇକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ ପ୍ରକାଶ ଶ୍ରୀବାସ୍ତବଙ୍କୁ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି) ର ନୂତନ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି ଏବଂ ବୁଧବାରଠାରୁ ଦାୟିତ୍ୱ ଗ୍ରହଣ କରିବେ। ୬ ଜୁଲାଇ୨୦୨୩ରେ ଜଷ୍ଟିସ ଆଦର୍ଶ କୁମାର ଗୋଏଲଙ୍କ ଅବସର ପରେ କେନ୍ଦ୍ର ସରକାର ଜଷ୍ଟିସ ଶିବ କୁମାର ସିଂଙ୍କୁ କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଥିଲେ।

ଏନଜିଟି ସୂତ୍ରରୁ ପ୍ରକାଶ ଜଷ୍ଟିସ ଶ୍ରୀବାସ୍ତବଙ୍କ ନିଯୁକ୍ତି ପାଇଁ ସୋମବାର ନିର୍ଦ୍ଦେଶ ଦିଆଯାଇଛି। ଏହି ନିଯୁକ୍ତିକୁ ନିଶ୍ଚିତ କରି ଏନଜିଟି ରେଜିଷ୍ଟ୍ରାର ଜେନେରାଲ ଅଙ୍କିତ ସିଙ୍ଗଲା କହିଛନ୍ତି ବୁଧବାର ଜଷ୍ଟିସ ଶ୍ରୀବାସ୍ତବଙ୍କ ପାଇଁ ରିସେପ୍ସନ ଅନୁଷ୍ଠିତ ହେବ।

ଜଷ୍ଟିସ ଶ୍ରୀବାସ୍ତବ ୧୧ ଅକ୍ଟୋବର ୨୦୨୧ ରୁ ୩୦ ମାର୍ଚ୍ଚ ୨୦୨୩ ପର୍ଯ୍ୟନ୍ତ କଲିକତା ହାଇକୋର୍ଟର ପ୍ରଧାନ ବିଚାରପତି ଥିଲେ। ୩୧ ମାର୍ଚ୍ଚ ୧୯୬୧ ରେ ଜନ୍ମ ହୋଇଥିବା ଜଷ୍ଟିସ ଶ୍ରୀବାସ୍ତବ ୨ ଫେବୃଆରୀ ୧୯୮୭ର ଆଡଭୋକେଟ ଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ। ସେ ସୁପ୍ରିମକୋର୍ଟରେ ଅଭ୍ୟାସ କରିଥିଲେ। ସେ ୧୮ ଜାନୁଆରୀ ୨୦୦୮ ରେ ମଧ୍ୟପ୍ରଦେଶ ହାଇକୋର୍ଟର ବିଚାରପତି ଭାବରେ ନିଯୁକ୍ତ ହୋଇଥିଲେ। ସେ ୧୫ ଜାନୁଆରୀ ୨୦୧୦ ରେ ସ୍ଥାୟୀ ବିଚାରପତି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri