ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ହେବେ ଓଡ଼ିଶାର ସଙ୍ଗମ କୁମାର ସାହୁ

କଟକ,୧୯ା୧୨: ସୁପ୍ରିମକୋର୍ଟ କଲେଜିୟମ୍ ଓଡିଶା ହାଇକୋର୍ଟ ବିଚାରପତି ସଙ୍ଗମ କୁମାର ସାହୁଙ୍କୁ ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ନିଯୁକ୍ତ ଦେବା ପାଇଁ ଗୁରୁବାର ସୁପାରିଶ କରିଛି।

ମୁଖ୍ୟ ବିଚାରପତିଙ୍କ ନେତୃତ୍ୱରେ ଗଠିତ କଲେଜିୟମ୍ ଦେଶର ବିଭିନ୍ନ ହାଇକୋର୍ଟରେ ଖାଲି ପଡ଼ିବାକୁ ଥିବା ପାଞ୍ଚ ଜଣ ମୁଖ୍ୟ ବିଚାରପତି ପଦ ପାଇଁ ନାମ ସୁପାରିଶ କରିଛି, ସେଥିମଧ୍ୟରେ ଜଷ୍ଟିସ୍ ସାହୁଙ୍କ ନାମ ରହିଛି।

ଜଷ୍ଟିସ୍ ସାହୁ ୧୯୮୯ ମସିହାରେ ଆଇନଜୀବୀ ଭାବେ ନାମ ଲେଖାଇଥିଲେ ଏବଂ ଅପରାଧିକ ତଥା ସେବା ଆଇନରେ ତାଙ୍କର ବିଶେଷଜ୍ଞତା ରହିଛି। ସେ ଜୁଲାଇ ୨୦୧୪ ରେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଉନ୍ନୀତ ହୋଇଥିଲେ।ସେ ବର୍ତ୍ତମାନ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଛନ୍ତି।

ମାମଲାର ବିପୁଳ ବକେୟା ଥିବା ପାଟଣା ହାଇକୋର୍ଟର ନେତୃତ୍ୱ ନେବା ପାଇଁ ତାଙ୍କର ବ୍ୟାପକ ଅଭିଜ୍ଞତା ତାଙ୍କୁ ଉପଯୁକ୍ତ କରିଛି ବୋଲି କଲେଜିୟମ୍ ମତ ଦେଇଛି।

ଜଷ୍ଟିସ୍ ସଙ୍ଗମ କୁମାର ସାହୁଙ୍କ ବ୍ୟତୀତ ଅନ୍ୟ ଯେଉଁ ବିଚାରପତିମାନଙ୍କୁ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିଶ କରାଯାଇଛି, ସେମାନେ ହେଲେ, ଜଷ୍ଟିସ୍ ମନୋଜ କୁମାର ଗୁପ୍ତା (ଆହ୍ଲାବାଦ ହାଇକୋର୍ଟ) – ଉତ୍ତରାଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି, ଜଷ୍ଟିସ୍ ରେବତୀ ପି. ମୋହିତେ ଡେରେ (ବମ୍ବେ ହାଇକୋର୍ଟ) – ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି, ଜଷ୍ଟିସ୍ ଏ. ମୁହମ୍ମଦ ମୁସ୍ତାକ୍ (କେରଳ ହାଇକୋର୍ଟ) – ସିକ୍କିମ ହାଇକୋର୍ଟର ମୁଖ୍ୟ ବିଚାରପତି, ଜଷ୍ଟିସ୍ ଏମ୍.ଏସ୍. ସୋନାକ (ବମ୍ବେ ହାଇକୋର୍ଟ) – ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି।

ଏହି ସୁପାରିଶକୁ କେନ୍ଦ୍ର ସରକାରଙ୍କ ଅନୁମୋଦନ ପରେ ନିଯୁକ୍ତି ପ୍ରକ୍ରିୟା ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ବିଜ୍ଞାନ ଶିକ୍ଷକଙ୍କ ‘ପ୍ରେମ ପାଠ’: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ଥାନାରେ ମାମଲା ରୁଜୁ

ଦେବଗଡ,୧୨।୨(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟାଳୟରେ ଶିକ୍ଷକଙ୍କ ଅଭଦ୍ରାମି। ବିଜ୍ଞାନ ପାଠ ବଦଳରେ ଛାତ୍ରୀଙ୍କୁ ପଚାରୁଛନ୍ତି ‘ହଗ୍‌-ଡେ’ ଓ ‘ପ୍ରପୋଜ୍‌-ଡେ’। ଦେବଗଡ଼ ଜିଲା ରିଆମାଳ ବ୍ଲକରୁ ଆସିଛି ଏଭଳି…

ନାମିବିଆକୁ ଧୂଳି ଚଟାଇଲା ଭାରତ: ୯୩ ରନରେ ଐତିହାସିକ ବିଜୟ ସହ ରଚିଲା ନୂଆ ରେକର୍ଡ

ନୂଆଦିଲ୍ଲୀ,୧୨।୨: ଟି୨୦ ବିଶ୍ୱକପ ୨୦୨୬ରେ ଭାରତୀୟ ଦଳ ନିଜର ଦବଦବା ବଜାୟ ରଖିଛି। ଗୁରୁବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଗ୍ରୁପ୍-ଏ ମ୍ୟାଚରେ ଭାରତ ନାମିବିଆକୁ…

T20 World Cup: ୧୦ ୱିକେଟରେ ଇଟାଲୀର ଐତିହାସିକ ବିଜୟ, ଦୁଇଭାଇଙ୍କ ଝଡ଼ରେ ନେପାଳ ପରାସ୍ତ

ମୁମ୍ବାଇ,୧୨।୨: ଟି୨୦ ବିଶ୍ୱକପ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ପ୍ରଥମ ଥର ପାଇଁ ବିଶ୍ୱକପ ଖେଳୁଥିବା ଇଟାଲୀ, ନେପାଳ ଭଳି ଶକ୍ତିଶାଳୀ ଦଳକୁ ୧୦…

ମୁନିଗୁଡ଼ା ଅଞ୍ଚଳରେ ବାଘ ଆତଙ୍କ: ବାଛୁରୀକୁ ମାରି ଖାଇଲା, ପାଦଚିହ୍ନ ଦେଖି ଲୋକେ ଛାନିଆ…

ମୁନିଗୁଡା,୧୨।୨ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ରେଞ୍ଜ ଅନ୍ତର୍ଗତ ଜଗଦଳପୁର ନିକଟସ୍ଥ ଡ଼ିମିରିଗୁଡାର ପଞ୍ଜାବାଲି ଛକ ନିକଟରେ ବାଘ ଆତଙ୍କ ଦେଖାଯାଇଛି। ବୁଧବାର ରାତିରେ…

ନୂଆ ରୂପ ନେଉଛି ବରଗଡ଼, ବିସ୍ଥାପିତଙ୍କ ପାଇଁ ନୂତନ ସୁପର ମାର୍କେଟ୍‌ କମ୍ପ୍ଲେକ୍ସ, ବିଧାୟକ କଲେ …

ବରଗଡ଼,୧୨।୨(ପ୍ରେମାନନ୍ଦ ଖମାରୀ)- ନୂଆ ସରକାର ଆସିବା ପରେ ବରଗଡ଼ ସହରର ନବକଳେବର ହେଉଛି। ଧନୁଯାତ୍ରା ମହୋତ୍ସବରେ ନୂତନତ୍ତ୍ୱ ଆସିଥିବାବେଳେ ସହରର ପ୍ରମୁଖ ସମସ୍ୟା ଯାତାୟାତ, ନର୍ଦ୍ଦମା ଜଳ…

ଇଶାନ-ହାର୍ଦ୍ଦିକଙ୍କ ବିସ୍ଫୋରଣ ପରେ ନାମିବିଆର ଜବରଦସ୍ତ ପ୍ରତ୍ୟାବର୍ତ୍ତନ, ଭାରତର ବିଶାଳ ସ୍କୋର

ନୂଆଦିଲ୍ଲୀ,୧୨।୨: ଭାରତ ଓ ନାମିବିଆ ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ରେ ବ୍ୟାଟିଂ ବିପର୍ଯ୍ୟୟ ଓ ବିସ୍ଫୋରକ ଅର୍ଦ୍ଧଶତକର ଏକ ରୋମାଞ୍ଚକର ଦୃଶ୍ୟ ଦେଖିବାକୁ ମିଳିଛି। ପ୍ରଥମେ ବ୍ୟାଟିଂ କରି…

୩ ଜଣଙ୍କୁ ବଞ୍ଚାଇ ଜୀବନ ଯୁଦ୍ଧରେ ହାରିଗଲେ ଆଶିଷ, ପୁରୀ ସ୍ବର୍ଗଦ୍ୱାରରେ ଦିଆଗଲା ଗାର୍ଡ ଅଫ୍‌ ଅନର୍‌

ଭଞ୍ଜନଗର,୧୨ା୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବଡ଼କୋଦଣ୍ଡାର ଆଶିଷ ସାହୁ ଭୁବନେଶ୍ୱରରେ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଡିଏମ୍‌ଏଲ୍‌ଟି ପଢ଼ୁଥିଲେ । ବାପା ତ୍ରିପତି ସାହୁ ଶ୍ରମିକ କାମ…

ଗୋଟିଏ ଗଛରେ ଝୁଲିପଡ଼ିଲେ ପ୍ରେମୀଯୁଗଳ; ଭାଲେଣ୍ଟାଇନ୍‌ ଡେ’ ପୂର୍ବରୁ ଅଭାବନୀୟ ଘଟଣା

ପଟ୍ଟାଙ୍ଗି,୧୨।୨(ଶରତ କୁମାର ଧଳ): ଭାଲେଣ୍ଟାଇନ୍‌ ସପ୍ତାହ ଚାଲିଥିବା ବେଳେ ପ୍ରେମର ଏକ କରୁଣ ପରିଣତି ଦେଖିବାକୁ ମିଳିଛି। କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri