Posted inଜାତୀୟ

ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା

ନୂଆଦିଲ୍ଲୀ,୧୧ା୧୧: ସୁପ୍ରିମକୋର୍ଟର ୫୧ତମ ମୁଖ୍ୟ ବିଚାରପତି ଭାବେ ସୋମବାର ଶପଥ ନେଇଛନ୍ତି ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହୋଇଛନ୍ତି।

ବିଦାୟୀ ସିଜେଆଇ ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ରବିବାର ଅବସର ଗ୍ରହଣ କରିଥିବାବେଳେ ଜଷ୍ଟିସ୍‌ ଖାନ୍ନା ତାଙ୍କ ସ୍ଥାନ ନେଇଛନ୍ତି। ସେ ଏହି ପଦବୀରେ ୨୦୨୫ ମେ’ ୧୩ ପର୍ଯ୍ୟନ୍ତ ରହିବେ। ଅକ୍ଟୋବର ୧୬ରେ ସିଜେଆଇ ଚନ୍ଦ୍ରଚୂଡ଼ ପରବର୍ତ୍ତୀ ସିଜେଆଇ ଭାବେ ଜଷ୍ଟିସ୍‌ ଖାନ୍‌ଙ୍କ ନାମ ସୁପାରିସ କରିବା ପରେ ତାଙ୍କ ନିଯୁକ୍ତି ନେଇ କେନ୍ଦ୍ର ସରକାର ୨୪ରେ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ କରିଥିଲେ। ଗତ ଶୁକ୍ରବାର ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ଙ୍କର ସର୍ବୋଚ୍ଚ ଅଦାଲତରେ ଶେଷଦିନ ଥିଲା। ତାଙ୍କୁ ଅନ୍ୟ ବିଚାରପତି, ଆଇନଜୀବୀ ଏବଂ ସୁପ୍ରିମକୋର୍ଟ ତଥା ହାଇକୋର୍ଟର କର୍ମଚାରୀମାନେ ଭବ୍ୟ ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ। ୨୦୧୯ ଜାନୁଆରୀରୁ ଜଷ୍ଟିସ୍‌ ଖାନ୍ନା ସୁପ୍ରିମକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଆସୁଥିବାବେଳେ ଇଭିଏମ୍‌ଗୁଡ଼ିକର ପବିତ୍ରତାକୁ କାଏମ ରଖିବା ସହ ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନାକୁ ରଦ୍ଦ କରିବା, ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ କାଏମ ରଖିବା ଏବଂ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିବା ଭଳି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri